କୁକୁଡ଼ା ମୃତ୍ୟୁକୁ ନେଇ ନେଇ ୨ ପରିବାର ମଧ୍ୟରେ ତୁମୁଳକାଣ୍ଡ: ଶେଷରେ ଘଟିଲା…

ପାଟଣା,୯।୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମଲ୍ଲିପୋଷି ଗ୍ରାମରେ କୁକୁଡା ମୃତ୍ୟୁକୁ ନେଇ ୨ ପରିବାର ମଧ୍ୟରେ ଗଣ୍ଡଗୋଳ ଘଟିଛି। ଏହି ରକ୍ତାକ୍ତ ସଂଘର୍ଷରେ ୩ ଜଣ ଗୁରୁତର ହୋଇ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ଗୁରୁତର ହୋଇଥିବା ମହିଳା ହେଉଛନ୍ତି ଉକ୍ତ ଗ୍ରାମର ଅନାମ ମହାନ୍ତଙ୍କ ସ୍ତ୍ରୀ କେଶବତି, ଭଦ୍ରୁ ମହାନ୍ତ ଓ ତାଙ୍କ ସ୍ତ୍ରୀ ତିଳୋତ୍ତମା।

ସୂଚନା ଅନୁଯାୟୀ, ଅନାମ କୋବି ଚାରା ଗଛରେ ବିଷ ବିଷ ପକାଇ ଥିବାରୁ ଭଦ୍ରୁଙ୍କ କୁକୁଡ଼ା ସହ ଗ୍ରାମର ମୋଟ ୩୦ଟି କୁକୁଡ଼ା ମରିଥିବା ସନ୍ଦେହ କରି ଭଦ୍ରୁ କେଶବତୀଙ୍କ ଉପରେ ଠେଙ୍ଗାରେ ଆକ୍ରମଣ କରିଥିଲେ। ଏଥିରେ ତାଙ୍କ ବାମ କାନ୍ଧ ଓ ମୁଣ୍ଡରେ ଗଭୀର କ୍ଷତହେବା ସହ ଅନାମଙ୍କ କୋଦାଳ ଆକ୍ରମଣରେ ଭାଇ ଭଦୃ ଓ ଭାଉଜ ତିଳୋତ୍ତମା ମୁଣ୍ଡ ଫାଟି ଥିବାର ଜଣାପଡ଼ିଛି। ପରସ୍ପର ବିରୋଧରେ ଆରୋପ ଓ ପ୍ରତ୍ୟାରୋପ ମଧ୍ୟରେ ଏନେଇ ପାଟଣା ଥାନାରେ ୨୧୭/୨୫ରେ ଏକ ମାମଲା ରୁଜୁ ହୋଇଛି। ୩ଜଣଙ୍କୁ ଉଚ୍ଚ ଚିକିତ୍ସା ପାଇଁ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟ ସ୍ଥାନାନ୍ତର କରାଯାଇଥିବା ଘଟଣା ପାଟଣା ଥାନା ଏଏସଆଇ ସରୋଜ ସେଠୀ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀ ଜଳ ବିବାଦ: ଓଡ଼ିଶା ଚାହୁଁଛି କେନ୍ଦ୍ର ମଧ୍ୟସ୍ଥତା

ଭୁବନେଶ୍ୱର,୫ା୨(ରବିନାରାୟଣ ଜେନା):ମହାନଦୀ ଜଳ ବିବାଦର ସମାଧାନ ପାଇଁ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱ ଦେଉଛନ୍ତି। ଏହା ଟ୍ରିବ୍ୟୁନାଲ ମାଧ୍ୟମରେ ସମାଧାନ ହେବା ସମୟସାପେକ୍ଷ। ତେଣୁ ମଧ୍ୟସ୍ଥ ଜରିଆରେ…

ଖେମ୍‌ଚନ୍ଦ ସିଂ ମଣିପୁର ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୫।୨: ମଣିପୁରରେ ଜାରି ହୋଇଥିବା ରାଷ୍ଟ୍ରପତି ଶାସନ ବୁଧବାର ହଟିବା ପରେ ଭାଜପା ନେତୃତ୍ୱାଧୀନ ମେଣ୍ଟ ନେତା ୟୁମନାମ୍‌ ଖେମ୍‌ଚାନ୍ଦ ସିଂ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି…

ଜୀବନ ରକ୍ଷା କରିବ ‘ହାର୍ଟଗାର୍ଡ’ ମାସ୍କ, ହୃଦଘାତ ପୂର୍ବରୁ ବାଜିବ ଆଲାର୍ମ

କଟକ,୫।୨(କୁମାରଶ୍ରୀ): ମୁହଁରେ ବନ୍ଧା ଯାଇଥିବା ମାସ୍କ ଜୀବନ ରକ୍ଷା କରିପାରିବ। ସମ୍ପୃକ୍ତ ବ୍ୟକ୍ତିଙ୍କ ହୃଦ୍‌ଘାତ ହେବା ପୂର୍ବରୁ ବାଜିବ ଆଲାର୍ମ। ଶାରୀରିକ ଅସୁସ୍ଥତାକୁ ସୂଚାଇ ମାସ୍କ ଜରିଆରେ…

୨୪ ବର୍ଷ ଦେଶସେବା କରି ଘରକୁ ଫେରିଲେ ଯବାନ: ବାଜବାଣ, ନାଚଗୀତରେ ଦୁଲୁକିଲା ଦାଣ୍ଡ

କେନ୍ଦୁଝର,୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୪ ବର୍ଷ ଧରି ଦେଶସେବା କରି ଅବସର ପରେ ଗାଁକୁ ଫେରିଲେ ଯବାନ। ଏଥିପାଇଁ ଗ୍ରାମବାସୀଙ୍କ ମିଳିତ ସହଯୋଗରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି।…

ଦାରିଙ୍ଗବାଡ଼ିରେ କାୟାକଳ୍ପର ୩ ଜଣିଆ ଟିମ୍‌, ଅବ୍ୟବସ୍ଥା ଦେଖି…

ଦାରିଙ୍ଗବାଡ଼ି,୪ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ବୁଧବାର ୩ ଜଣିଆ କାୟାକଳ୍ପ ଦଳ ପହଞ୍ଚିଥିଲେ। ସେମାନଙ୍କ ମଧ୍ୟରେ ଡାକ୍ତର ଶୁଭ୍ରାଂଶୁ ପ୍ରଧାନ, ମାନସ କୁମାର…

ଛାତ୍ରଙ୍କୁ ଲୁହା ଛଡ଼ରେ ମୁଣ୍ଡରେ ପିଟିଲେ ଅନ୍ୟ ଜଣେ ଛାତ୍ର, ରକ୍ତାକ୍ତ…

ରାୟଗଡ଼ା,୪ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସହର ସ୍ଥିତ ସରକାରୀ ଆଇଟିଆଇର ଜଣେ ଛାତ୍ରକୁ ଆଉ ଜଣେ ଛାତ୍ର ଲୁହା ରଡ଼୍‌ରେ ପିଟି ରକ୍ତାକ୍ତ କରିଥିବା ନେଇ ରାୟଗଡ଼ା…

ସିପିଆଇ ଶାଖା ସମ୍ମିଳନୀ, ସମସ୍ୟା ସମାଧାନ ପାଇଁ ଆନ୍ଦୋଳନ ନିଷ୍ପତ୍ତି  

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ପଞ୍ଚାୟତ ପୋଡ଼ାବାଡ଼ି ଗ୍ରାମରେ ବୁଧବାର ସିପିଆଇର ଶାଖା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । କମ୍ରେଡ. ବିଶିକେଶନ…

ସିକେ ନାଇଡୁ ଟ୍ରଫି: ଓଡ଼ିଶା-ବେଙ୍ଗଲ ମୁକାବିଲା

ବରଗଡ଼,୪ା୨(ପ୍ରେମାନନ୍ଦ ଖମାରୀ): ଆସନ୍ତା ୬ତାରିଖରୁ ବରଗଡ଼ କ୍ରିଷ୍ଣା ବିକାଶ କ୍ରିକେଟ୍‌ ଗ୍ରାଉଣ୍ଡରେ  ଓଡ଼ିଶା-ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ବୟସ ସି.କେ. ନାଇଡୁ ଟ୍ରଫିର ଇଲାଇଟ୍‌ ଗ୍ରୁପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri