ନନ୍ଦ ସାର୍‌ଙ୍କ ଜୀବନୀ ଉପରେ ଚଳଚ୍ଚିତ୍ର

ଯାଜପୁର ଅଫିସ,୩୧।୧୦: ଯାଜପୁର ଜିଲା ସୁକିନ୍ଦା ବ୍ଲକ ଅନ୍ତର୍ଗତ କନ୍ତିରା ଗ୍ରାମର ଚାଟଶାଳୀ ଶିକ୍ଷକ ତଥା ପଦ୍ମଶ୍ରୀ ନନ୍ଦ ପୃଷ୍ଟିଙ୍କ ଜୀବନୀ ଉପରେ ତିଆରି ହେଉଛି ଏକ ଓଡ଼ିଆ ଚଳଚ୍ଚିତ୍ର। ଯାଜପୁର ରୋଡ୍‌ ଜେମ୍ସ ସ୍କୁଲ ପରିସରରେ ଥିବା ରୋଟାରି ଭବନ ସଭାଗୃହରେ ଏହି ଚଳଚ୍ଚିତ୍ରର ପୋଷ୍ଟର ଶନିବାର ଉନ୍ମୋଚିତ ହୋଇଛି। ୧୦୪ ବର୍ଷୀୟ ନନ୍ଦ ପୃଷ୍ଟି ୮୨ ବର୍ଷ ଧରି ମାଗଣାରେ ଶିକ୍ଷାଦାନ କରୁଥିବା ସମ୍ପର୍କରେ ଖବର ପ୍ରକାଶ ପାଇବା ପରେ ରାଜ୍ୟ ସରକାର ପଦ୍ମଶ୍ରୀ ପାଇଁ ସୁପାରିସ କରିଥିଲେ। ଏହା ଉପରେ ବିଚାର କରି କେନ୍ଦ୍ର ସରକାର ତାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରିବାକୁ ଘୋଷଣା କରିଥିଲେ। ଆସନ୍ତା ନଭେମ୍ବର ୯ରେ ଦିଲ୍ଲୀଠାରେ ତାଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ବର୍ଦ୍ଧିତ କରାଯିବ। ଶିକ୍ଷାଦାନ କରି ନନ୍ଦ ସାର୍‌ ସମାଜରେ ଏକ ଅନନ୍ୟ ଉଦାହରଣ ପାଲଟିଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବିଷୟ ହେଉଛି ତାଙ୍କୁ ୧୦୪ ବର୍ଷ ବୟସ ହୋଇଥିଲେ ମଧ୍ୟ ସେ ଶିକ୍ଷାଦାନ ନିଶାକୁ ଛାଡ଼ିନାହାନ୍ତି। ନନ୍ଦ ସାର୍‌ଙ୍କ ଜୀବନୀକୁ ନେଇ ଅଭିସ୍ମିତା ଫିଲ୍ମ ପ୍ରାୟୋଜିତ, ଦେବପ୍ରଭା ପ୍ରଡକ୍ସନ ଏବଂ ଷ୍ଟୁଡିଓୱାଲା ପ୍ରଡକ୍ସନ ନିବେଦିତ ‘ନନ୍ଦ ମାଷ୍ଟ୍ରଙ୍କ ଚାଟଶାଳୀ’ ନାମରେ ଏହି ଫିଲ୍ମ ର୍ନିମାଣ କରାଯାଇଛି। ଓଟିଟି ଫର୍ମାଟରେ କରାଯାଇଥିବା ଏହି ଫିଲ୍ମକୁ ଅନ୍ତର୍ଜାତୀୟ ନିର୍ଦ୍ଦେଶକ ପ୍ରଣବ ଆଇଚ ନିର୍ଦ୍ଦେଶନା ଦେଉଥିବାବେଳେ ଅଭୟ ପତି ଓ ଅଭିନେତ୍ରୀ ନୈନା ଦାଶ ପ୍ରଯୋଜକ ଅଛନ୍ତି। ଅସ୍ମିତା ପତି ଏହାର କାହାଣୀକୁ ଲେଖିଥିବାବେଳେ ଯାଜପୁର ଜିଲା ସମେତ ଓଡ଼ିଶାର ବିଭିନ୍ନ ସ୍ଥାନରେ ଏହାର ଶୁଟିଂ କରାଯାଇଛି। ଶେଷ ପର୍ଯ୍ୟାୟ ଶୁଟିଂ ପଦ୍ମଶ୍ରୀ ସମ୍ମାନ ଆଣିବା ପାଇଁ ଦିଲ୍ଲୀ ଯିବାବେଳେ କରାଯିବ ଏବଂ ଆସନ୍ତା ମାର୍ଚ୍ଚରେ ଏହାର ରିଲିଜ କରାଯିବ ବୋଲି ପ୍ରଯୋଜକ ଟିମ୍‌ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ଫିଲ୍ମ ମାଧ୍ୟମରେ ପଦ୍ମଶ୍ରୀ ନନ୍ଦ ପୃଷ୍ଟି ଭାରତର ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପାଇଁ ନିଜର ଇଚ୍ଛା ପ୍ରକାଶ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆବାସ କିସ୍ତି କରିଦେବାକୁ ମାଗିଥିଲେ ଲାଞ୍ଚ: ଦୋଷୀ ସାବ୍ୟସ୍ତ ହେଲେ ପୂର୍ବତନ ପିଇଓ, ୩ ବର୍ଷ ଜେଲଦଣ୍ଡ ସହ ୫୦ ହଜାର…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଗୋପାଳପୁର ପଞ୍ଚାୟତର ପୂର୍ବତନ ପିଇଓ (ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ) କ୍ଷମା ପ୍ରସାଦ ଦୁରିଆ ୨୦୨୧…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରକ୍‌ ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ଭଞ୍ଜନଗରରେ ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ: ବୈଜ୍ଞାନିକ ଓ କୃଷକ ସମନ୍ବୟ ରହିଲେ…

ଭଞ୍ଜନଗର,୧୭ା୨(ବାବୁଲା ପ୍ରଧାନ): ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରର ୩୪ତମ ବୈଜ୍ଞାନିକ ଉପଦେଷ୍ଟା ମଣ୍ଡଳୀ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବୈଠକରେ ବୈଜ୍ଞାନିକ ଏବଂ ଚାଷୀମାନେ ଯୋଗଦେଇଥିଲେ। କୃଷି…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

ଏହିଦିନ ଓଡ଼ିଶା ଆସିବେ ଅମିତ ଶାହା: କଟକରେ ରହିଛି ବଡ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧୭।୨: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଆସନ୍ତା ମାର୍ଚ୍ଚ ୭ ତାରିଖରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଏକଦିବସୀୟ ଗସ୍ତ କାଳରେ ସେ କଟକ ଜିଲା…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri