ଗୁଗୁଲ ଉପରେ ଲାଗିଲା ୨୦, ୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା, ନମାନିଲେ ପ୍ରତିଦିନ ବଢିବ…

ନୂଆଦିଲ୍ଲୀ,୧।୧୧: ସର୍ଚ୍ଚ ଇଞ୍ଜିନ ଗୁଗୁଲ ଉପରେ ଲାଗିଛି ୨୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦,୦୦୦ ଡଲାରର ଜରିମାନା। ଏହା ୨୦ ଡିସିଲିୟନ ଡଲାର ସହ ସମାନ। ଋଷିଆ ପକ୍ଷରୁ ଗୁଗଲ ଉପରେ ଏହି ତାଜୁବ କରିଦେବା ପରି ଏତେ ବଡ଼ ପରିମାଣର ଜରିମାନା ଲଗାଯାଇଛି।

ଜରିମାନା ରାଶି ୨ରେ ୩୪ଟି ଶୂନ ଡଲାରର ଅର୍ଥ ଏହାର ପରିମାଣ ବିଶ୍ୱର ମୋଟ ଜିଡିପି ଠାରୁ ୬୨୦ ଗୁଣ ଅଧିକ। ସରଳ ଭାଷାରେ କହିଲେ, ବିଶ୍ୱରେ ଯେତିକି ସମ୍ପତ୍ତି ନାହିଁ, ତା’ଠାରୁ ଅଧିକ ପରିମାଣର ଜରିମାନା ଋଷିଆର ଗୋଟିଏ କୋର୍ଟ ଗୁଗଲ ଉପରେ ଲାଗୁ କରିଛନ୍ତି। ଏହାକୁ ନେଇ ପୂରା ବିଶ୍ୱରେ ଚର୍ଚ୍ଚା ଆରମ୍ଭ ହୋଇଛି।

ଗୁଗୁଲର ପ୍ୟାରେଣ୍ଟ କମ୍ପାନୀ ଆଲଫାବେଟ ମାଲିକାନାରେ ଥିବା ୟୁଟ୍ୟୁବ ଉପରେ ଏହି ଜରିିମାନା ଲାଗୁ କରାଯାଇଛି। ୟୁକ୍ରେନ ଉପରେ ଋଷିଆ କରୁଥିବା ଆକ୍ରମଣ ସମ୍ପର୍କିତ ଖବରକୁ ନେଇ ଗୁଗୁଲ ଓ ମସ୍କୋ ମୁହାଁମୁହିଁ ହୋଇଥିଲେ। ଯୁଦ୍ଧ ସମ୍ପର୍କରେ ଋଷିଆ ସରକାରଙ୍କ ଦ୍ୱାରା ପରିଚାଳିତ ଟିଭି ଚ୍ୟାନେଲ ଯେଉଁ ଖବର ପ୍ରସାରଣ କରୁଥିଲା, ତା’କୁ ୟୁଟ୍ୟୁବ ସ୍ଥାନ ଦେଉ ନଥିଲା।

କହିବାକୁ ଗଲେ ୟୁଟ୍ୟୁବରେ ଋଷିଆ ସରକାରଙ୍କ ଚ୍ୟାନେଲକୁ ବ୍ୟାନ କରି ଦିଆଯାଇଥିଲା। ଏହା ବିରୋଧରେ ଋଷିଆ କୋର୍ଟରେ ଗୋଟିଏ ମାମଲା ହୋଇଥିଲା। ଏହାର ଶୁଣାଣି କରି କୋର୍ଟ ଗୁଗଲ ଉପରେ ୨୦ ଡିଲିୟନ ଡଲାର ଆର୍ଥିକ ଦଣ୍ଡ ଲାଗୁ କରିଛନ୍ତି।

କୋର୍ଟ କହିଛନ୍ତି ଯେ, ୟୁଟ୍ୟୁବରେ ଋଷିଆ ସରକାରଙ୍କ ଚ୍ୟାନେଲଗୁଡ଼ିକୁ ବ୍ୟାନ କରି ଗୁଗୁଲ ଜାତୀୟ ପ୍ରସାରଣ ନିୟମକୁ ଉଲ୍ଲଂଘନ କରିଛି। ତେଣୁ ସଂସ୍ଥାକୁ ଦଣ୍ଡିତ କରାଯାଉଛି। ଏହା ବ୍ୟତୀତ ଗୁଗୁଲକୁ ଏହି ଚ୍ୟାନେଲଗୁ ପୁନଃ ପ୍ରସାରଣ କରିବାକୁ କୋର୍ଟ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଯଦି ପ୍ଲାଟଫର୍ମ ନଅ ମାସ ମଧ୍ୟରେ ଏହି ଆଦେଶ ପାଳନ ନକରେ, ଜରିମାନା ରାଶିକୁ ପ୍ରତିଦିନ ବଢାଯିବ। ପ୍ରତିଦିନ ଗୁଗଲ ଉପରେ ୧୨୦୦ ଡଲାର ଲେଖାଏ ଜରିମାନା ଲାଗି ଚାଲିଥିବ।

ଗୁଗଲ ବିରୋଧରେ ଏହି ମାମଲା ୨୦୨୨ ମାର୍ଚ୍ଚ ମାସରେ ହୋଇଥିଲା। ୟୁଟ୍ୟୁବ ପକ୍ଷରୁ ଆରଟି ଓ ସ୍ପୁଟ୍ନିକ ସମେତ ଋଷିଆର ଅନେକ ରାଷ୍ଟ୍ରାୟତ୍ତ ଚ୍ୟାନେଲ ଉପରେ ବିଶ୍ୱବ୍ୟାପୀ ନିଷେଧାଦେଶ ଘୋଷଣା କରାଯିବା ପରେ ଋଷିଆ ମାମଲା ରୁଜୁ କରିଥିଲା। ଏବେ ଏହାର ରାୟ ସାମ୍ନାକୁ ଆସିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

ଭାରତର ଏସବୁ ଜିନିଷ ଉପରେ ନିର୍ଭର କରେ ଋଷିଆ, ଖର୍ଚ୍ଚ କରେ ଏତେ ଟଙ୍କା

ନୂଆଦିଲ୍ଲୀ,୬।୧୨: ରୁଷିଆ ଏବଂ ଭାରତ ଦୀର୍ଘଦିନ ଧରି ଦୃଢ଼ ସମ୍ପର୍କ ଉପଭୋଗ କରିଆସିଛନ୍ତି। ଏହି ଗଭୀର ସମ୍ପର୍କ ଦୁଇ ଦେଶ ମଧ୍ୟରେ ବାଣିଜ୍ୟରେ ପ୍ରତିଫଳିତ ହୋଇଛି।...

ଇଣ୍ଡିଗୋ ସଙ୍କଟ: ଖୁବ୍‌ ଜୋର ପାଟି କରି କାଉଣ୍ଟର ଉପରକୁ ଚଢିଗଲେ ବିଦେଶିନୀ

ନୂଆଦିଲ୍ଲୀ,୬।୧୨: ଗତ ଚାରି ଦିନ ମଧ୍ୟରେ ସାରା ଦେଶରେ ୧,୦୦୦ରୁ ଅଧିକ ଇଣ୍ଡିଗୋ ବିମାନ ବାତିଲ କରାଯାଇଛି, ଯାହା ଯାତ୍ରୀମାନଙ୍କୁ ବହୁତ ଅସୁବିଧାର ସମ୍ମୁଖୀନ କରୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri