କେଜରିୱାଲ ସରକାରଙ୍କ ନିଷ୍ପତ୍ତି: ମାସ୍କ ନ ପିନ୍ଧିଲେ ଦେବାକୁ ପଡିବ ଦୁଇ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ପୁଣିଥରେ ମାଡି ଯାଇଛି । ସଂକ୍ରମିତଙ୍କ ମୃତ୍ୟୁକୁ ଦେଖିଲେ ଗତ ୨୪ ଘଣ୍ଟାରେ ସର୍ବାଧିକ ମୃତ୍ୟୁ ରେକର୍ଡ କରାଯାଇଛି । ବୁଧବାର ଦିଲ୍ଲୀରେ କରୋନା ସଂକ୍ରମଣରେ ୧୩୧ ଜଣଙ୍କ ମୃ୍‌ତ୍ୟୁ ସରକାରଙ୍କୁ ଚିନ୍ତାରେ ପକାଇ ଦେଇଛି । କରୋନା ମୁକାବିଲାକୁ ନେଇ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଗୁରୁବାର ଏକ ବୈଠକ ଆୟୋଜନ କରିଥିଲେ । ଏହି ବୈଠକର ନିଷ୍ପତ୍ତି କ୍ରମେ ଆଗକୁ ଥିବା ଛଟ ପୂଜା ଲୋକେ ଘରେ ପାଳନ କରିବାକୁ କୁହାଯାଇଛି । ସେ କହିଛନ୍ତି ଏବେ ରାଜନୀତି କରିବାର ସମୟ ନୁହେଁ ବରଂ ସେବା କରିବାର ସମୟ । ତେଣୁ ଆମକୁ ଏକାଠି ହୋଇ ଏହି କରୋନା ମହାମାରୀ ସହ ଲଢିବାକୁ ପଡିବ । ଆହୁରି ମଧ୍ୟ ଏହି ବୈଠକର ନିଷ୍ୱତ୍ତି ଅନୁଯାୟୀ, ରାଜଧାନୀରେ କେହି ଯଦି ମାସ୍କ ନ ପିନ୍ଧନ୍ତି ତେବେ ତାଙ୍କୁ ୨ହଜାର ଟଙ୍କା ଜରିମାନା ଦେବାକୁ ପଡିବ ବୋଲି କୁହାଯାଇଛି । ସୂଚନାଯୋଗ୍ୟ, କରୋନା ମହାମାରୀ ଠାରୁ ଦୂରେଇ ରହିବାକୁ ହେଲେ ସାମାଜିକ ଦୂରତା, ମାସ୍କ ପିନ୍ଧିବା ଓ ବାରମ୍ବାର ହାତ ଧୋଇବା ଉପରେ ଗୁରୁତ୍ୱ ଦିଆଯାଉଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ଥାନ ପୌର ନିର୍ବାଚନ, ୧୦ରୁ ୪ରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କଲା ଭାଜପା

ଜୟପୁର,୧୪ା୯: ରାଜସ୍ଥାନ ପୌର ନିର୍ବାଚନରେ ଶାସକ ଭାଜପା ୧୦ଟି ପୌର ନିଗମ ମଧ୍ୟରୁ ୪ଟିରେ ପୂର୍ଣ୍ଣ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏଥିସହିତ ଶାସକ ଦଳ ୪,୧୭୯ଟି ଓ୍ବାର୍ଡ…

୨ ବାଇକ୍‌ ମୁହାଁମୁହିଁ ଧକ୍କା, ଜଣେ ମୃତ, ୪ ଗୁରୁତର

ଖଜୁରିପଡ଼ା,୧୪ା୯(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଅନ୍ତର୍ଗତ ପିରିକୁଡ଼ି ପଞ୍ଚାୟତ ନିକଟସ୍ଥ ବିଲାବାଡ଼ି ବୁଲାଣିଠାରେ ସୋମବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ୨ଟି ବାଇକ୍‌…

ପୂଜା ମଣ୍ଡପରେ ଭୟଙ୍କର ଅଗ୍ନିକାଣ୍ଡ

ସମ୍ବଲପୁର,୧୪।୯: ସମ୍ବଲପୁର ବୁଢାରଜା ଅଞ୍ଚଳରେ ଏକ ଗଣେଶ ପୂଜା ମଣ୍ଡପରେ ସୋମବାର ସନ୍ଧ୍ୟାରେ ନିଆଁ ଲାଗିଯାଇଛି। ନିଆଁ ଏତେ ଯୋର ଥିଲା ଯେ, ଅଳ୍ପ ସମୟ ମଧ୍ୟରେ…

ଦଣ୍ଡିତ ହେଲା ପାକିସ୍ତାନ ଦଳ

ଦୁବାଇ,୧୪ା୯: ବର୍ମିଂହାମ୍‌ଠାରେ ଇଂଲଣ୍ଡ ବିପକ୍ଷ ତୃତୀୟ କ୍ରିକେଟ ଟେଷ୍ଟରେ ସ୍ଲୋ-ଓଭର ରେଟ୍‌ ପାଇଁ ପାକିସ୍ତାନ ଦଳକୁ ମ୍ୟାଚ୍‌ ଫି’ର ୫୦ ପ୍ରତିଶତ ଜରିମାନା କରାଯାଇଛି। ଏହାଛଡ଼ା ୧୧…

ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ଦମ୍ପତିଙ୍କ ସହ ଚାଲିଗଲା ୪ ଜୀବନ, ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୪ା୯: ମଣିପୁରର ତାମେଙ୍ଗଲୋଙ୍ଗ ଜିଲାରେ ରବିବାର ୨ଟି ଘଟଣାରେ ସଶସ୍ତ୍ର ଆକ୍ରମଣକାରୀଙ୍କ ଗୁଳିମାଡ଼ରେ ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ ୬ ବର୍ଷର ବାଳକ ଆହତ…

ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହଡ଼ପ ଅଭିଯୋଗ: ପୂର୍ବତନ ପୋଷ୍ଟମାଷ୍ଟର ଫେରାର

ପାଟଣା, ୧୪।୯ (ବୀର କିଶୋର ଦାଶ): ପୋଷ୍ଟ ଅଫିସ ଉପରେ ଭରସା କରି ନିଜର କଷ୍ଟାର୍ଜିତ ଟଙ୍କା ଜମା ରଖିଥିଲେ ଜମାକାରୀ। ହେଲେ ଏବେ ସେହି ଜମା…

ନୂଆଁଖାଇ ଲାଗି ପାଟଣେଶ୍ୱରୀ ମନ୍ଦିରରେ ପହଞ୍ଚିଲା ନୂଆ ଧାନ

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ଦିନକ ପରେ ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଁଖାଇ। ଏଥିପାଇଁ ବଲାଙ୍ଗୀର ସହର ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ପାଟଣା ରାଜ୍ୟର ଇଷ୍ଟଦେବୀ…

ଚାମ୍ପିୟନ ପୁରୁଷ, ମହିଳା ଦଳକୁ ରାଷ୍ଟ୍ରପତିଙ୍କ ଅଭିନନ୍ଦନ

ନୂଆଦିଲ୍ଲୀ,୧୪ା୯: ଜବରଦସ୍ତ ପ୍ରଦର୍ଶନ ସହ ଉଭୟ ଜୁନିୟର ପୁରୁଷ ଓ ମହିଳା ହକି ଏସିଆ କପ୍‌ ଜିତିଥିବା ଭାରତୀୟ ଦଳକୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ସୋମବାର ଅଭିନନ୍ଦନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?