ଇଲେକ୍ଟ୍ରୋନିକ୍ସ ଦୋକାନରେ ଲାଗିଲା ନିଆଁ, ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ଧୂଷୁରୀ,୨୩।୧(ଦୀପ୍ତି ରଞ୍ଜନ ନାୟକ): ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଧୂଷୁରୀ ବଜାରରେ ଥିବା ଏକ ଇଲେକ୍ଟ୍ରୋନିକ୍ସ ଦୋକାନରେ ବୁଧବାର ରାତିରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ଟଙ୍କାର ସାମଗ୍ରୀ ଜଳିଯାଇଛି।
ମିଳିଥିବା ସୂଚନାନୁସାରେ, ବ୍ୟବସାୟୀ ମିଲୁ ମଲ୍ଲିକ ସବୁଦିନ ପରି ଦୋକାନ ବନ୍ଦକରି ନିଜ ଘରକୁ ଚାଲି ଯାଇଥିଲେ। କିଛି ସମୟ ପରେ ଦୋକାନରେ ନିଆଁ ଜଳୁଥିବା ବଜାରରେ ଥିବା ଅନ୍ୟ ବ୍ୟବସାୟୀ ଦେଖିବାକୁ ପାଇଥିଲେ। ନିଆଁକୁ ଆୟତ୍ତ କରିବାକୁ ଉଦ୍ୟମ ହୋଇଥିଲେ ବି ଅଗ୍ନିକାଣ୍ଡକୁ ରୋକା ଯାଇ ପାର ନ ଥିଲା। ଧାମନଗରରୁ ଦମକଳ ବାହିନୀ ଆସି ପହଞ୍ଚିଲା ବେଳକୁ ସବୁକିଛି ପୋଡ଼ି ପାଉଁଶ ହୋଇଯାଇଥିଲା। ଅଗ୍ନିକାଣ୍ଡର କାରଣ ଜଣା ପଡ଼ି ନଥିଲେ ବି ବିଦ୍ୟୁତ ଶଟ୍‌ସର୍କିଟ୍‌ ଯୋଗୁ ଏହା ଘଟିଥିବା ଜଣାପଡ଼ିଛି। ଧୂଷୁରୀ ନିକଟବର୍ତ୍ତୀ ସାଆଁଳପୁର ପଡ଼ିଆରେ ଦମକଳ କେନ୍ଦ୍ର ଖୋଲିବାକୁ ଅଞ୍ଚଳବାସୀ ଦୀର୍ଘଦିନ ଦାବି କରି ଆସୁଥିଲେ ବି ଏପର୍ଯ୍ୟନ୍ତ ତାହା ପୂରଣ ନ ହେବାରୁ ଅଞ୍ଚଳବାସୀ ଏଭଳି ଦୁର୍ଦ୍ଦଶା ଭୋଗ କରୁଛନ୍ତି ବୋଲି ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମ୍ବୁଲାନ୍ସ ଅଭାବ, ଗୁରୁତର ରୋଗୀ ହଟହଟା: ହସ୍ପିଟାଲରେ ଚାପା ଉତ୍ତେଜନା, ଧାରଣା ଦେବାକୁ…

ଦାରିଙ୍ଗବାଡି, ୯।୫ (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ର ରେ ଆମ୍ବୁଲାନ୍ସ ଅଭାବ କୁ ନେଇ ଦେଖାଯାଇଛି ଉତ୍ତେଜନା। ଦିନ ଦ୍ବିପ୍ରହରରୁ ଗୁରୁତର…

ଥୁଆମୂଳ ରାମପୁରରେ ବିଭାଗୀୟ ଅପାରଗତାର ଚରମ ସୀମା: ନବନିର୍ମିତ କୋଠା ଏବେ ‘ମଦ୍ୟପଙ୍କ ସ୍ଵର୍ଗ’

ଥୁଆମୂଳ ରାମପୁର, ୯ା୫ (ଦୁର୍ଗା କୀର୍ତ୍ତି): କୃଷି ଓ କୃଷକର ଉନ୍ନତି ପାଇଁ ସରକାରୀ ସ୍ତରରେ ଯୋଜନାର ଅଭାବ ନାହିଁ, ମାତ୍ର କ୍ଷେତ୍ର ସ୍ତରରେ ଏହାର ରୂପାୟନ…

ପାରଳାଖେମୁଣ୍ଡିରେ ବଢୁଛି ପାଇପ ମିଟର ଚୋରି ଘଟଣା: ସିସିଟିଭିରେ କଏଦ ହେଲା ଚୋରୀ ସମୟର ଦୃଶ୍ୟ, ଚିନ୍ତାରେ…

ପାରଳାଖେମୁଣ୍ଡି, ୯।୫(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ସହରରେ ଏବେ ପାଇପ ମିଟର ଚୋରଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି । ଜନସ୍ବାସ୍ଥ୍ୟ ବିଭାଗ…

ଭୁବନେଶ୍ୱରରେ ମାଡ଼ିଗଲା ଟ୍ରକ୍‌: ଚାଲିଗଲା ୩ ଜୀବନ

ଭୁବନେଶ୍ୱର,୯।୫: ଭୁବନେଶ୍ୱରସ୍ଥିତ ଫାୟାର୍‌ ଷ୍ଟେଶନ ଓଭର୍‌ ବ୍ରିଜ ଉପରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ଏକ ଦ୍ରୁତଗାମୀ…

ବାକି ଟଙ୍କା ଆଦାୟ କରିବାକୁ ଯାଇ ଅପହରଣ: କେନ୍ଦୁଝରରୁ କଟକ ନେବା ବେଳେ ଶାଳପଡ଼ା ଠାରେ ଧରିଲା ପୋଲିସ, ୨ ଗିରଫ

ହାଟଡିହୀ/ଛେନାପଦୀ,୯।୫ (ଶୁଭକାନ୍ତ ନାୟକ/ନିରାକାର ପରିଡା): ବାକି ଟଙ୍କା ଆଦାୟ କରିବାକୁ ଯାଇ ଜଣେ ବ୍ୟବସାୟୀ ଅପହରଣର ଶିକାର ହୋଇଛନ୍ତି। କେନ୍ଦୁଝରରୁ ଅପହରଣ କରି କଟକ ଅଭିମୁଖେ ନେଇ…

ବମକୋଇ ଠାକୁରାଣୀ ଯାତ୍ରାରେ ଶ୍ରଦ୍ଧାଳୁଙ୍କ ଅସମ୍ଭାଳ ଭିଡ଼; ପଦ୍ମଶ୍ରୀ ସିମାଞ୍ଚଳ ପାତ୍ରଙ୍କୁ ସମ୍ବର୍ଦ୍ଧିତ କଲା ଯାତ୍ରା କମିଟି

ଦିଗପହଣ୍ଡି, ୯।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ବମକୋଇ ଗ୍ରାମର ଆରାଧ୍ୟ ଦେବୀ ମା’ ବାମଦେଇ ଠାକୁରାଣୀଙ୍କ ପ୍ରସିଦ୍ଧ ଯାତ୍ରା ମହୋତ୍ସବ ଏବେ…

ବଟେଶ୍ୱର ପୀଠ ରାସ୍ତା ନିର୍ମାଣରେ ଅହେତୁକ ବିଳମ୍ବ: ବିଧାୟକଙ୍କ ହସ୍ତକ୍ଷେପ ପରେ ତଦନ୍ତ, ଶ୍ରାବଣ ସୁଦ୍ଧା…

ଗଞ୍ଜାମ, ୯।୫(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପ୍ରସିଦ୍ଧ ଶୈବପୀଠ ବଟେଶ୍ୱର ମନ୍ଦିରକୁ ସଂଯୋଗ କରୁଥିବା ରାସ୍ତା ନିର୍ମାଣ କାର୍ଯ୍ୟରେ ଅହେତୁକ ବିଳମ୍ବକୁ ନେଇ ଶେଷରେ ପ୍ରଶାସନ ଓ…

ଅଗ୍ନି କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ: ଏକାଧିକ ଲକ୍ଷ୍ୟଭେଦର ରହିଛି ଦକ୍ଷତା

ବାଲେଶ୍ୱର,୯ା୫(ବାଞ୍ଛାନିଧି ଦେ): ଭାରତର ପ୍ରତିରକ୍ଷା ବିଭାଗ ଦେଶର ସୁରକ୍ଷା ରଣନୈତିକ କ୍ଷମତାରେ ଆଉ ଏକ ଐତିହାସିକ ସଫଳତା ହାସଲ କରିଛି। ଏହି କ୍ରମରେ ଓଡ଼ିଶା ଉପକୂଳର ଡ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri