ବ୍ଲକ କାର୍ଯ୍ୟାଳୟ ମିଟରରେ ଲାଗିଲା ନିଆଁ, କର୍ମଚାରୀ ଭୟଭୀତ

କୋରୁକୋଣ୍ଡା,୧୫ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ଶନିବାର ସମସ୍ତ କର୍ମଚାରୀ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ବିଦ୍ୟୁତ ମିଟର ନିକଟରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଫଳରେ ଏହା ଦେଖି କର୍ମଚାରୀମାନେ ଭୟଭୀତ ହୋଇ ତୁରନ୍ତ ବାହାରକୁ ଚାଲିଆସିଥିଲେ। ପରେ ବିଦ୍ୟୁତ ବିଭାଗ ଏବଂ ସ୍ଥାନୀୟ ଦମକଳ କେନ୍ଦ୍ରକୁ ଖବର ଦେଇଥିଲେ। ଖବର ପାଇ ବିଦ୍ୟୁତ ବିଭାଗ ବିଦ୍ୟୁତ ସଂଯୋଗ କାଟି ଦେଇଥିଲେ। ବ୍ଲକ କର୍ମଚାରୀ ନିଆଁ ଲିଭା ଗ୍ୟାସ୍‌ ସାହାଯ୍ୟରେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ବେଳେ କୋରୁକୋଣ୍ଡା ଦମକଳ କେନ୍ଦ୍ରର କର୍ମଚାରୀ ପହଞ୍ଚି ତୁରନ୍ତ ନିଆଁକୁ ଆୟତ୍ତ କରିଥିଲେ। ଏନେଇ ସିପି ସତ୍ୟ ରଞ୍ଜନ ଦାସଙ୍କୁ ପଚାରିବାରୁ ସେ କହିଥିଲେ ଓଭୋର ଲୋଡ୍‌ ହୋଇଯିବା ଫଳରେ ଶଟ୍‌ସର୍କିଟ ହୋଇ ନିଆଁ ଲାଗିଥିବା ଅନୁମାନ କରାଯାଉଛି। ତେବେ କାର୍ଯ୍ୟାଳୟର କୌଣସି କ୍ଷତି ଘଟି ନ ଥିବା କହିବା ସହ ବିଦ୍ୟୁତ ବିଭାଗ ତଦନ୍ତ କରି ଆଗାମୀ ଦିନରେ କିପରି ଏମିତି ନ ଘଟିବ ସେଥିପ୍ରତି ଦୃଷ୍ଟି ଦିଆଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଆତ୍ମସମର୍ପଣ ପରେ ଏମିତି ହୃଦୟ ବିଦାରକ କଥା କହିଲେ ଟପ୍‌ ମାଓବାଦୀ ନେତା ଶୁକ୍ରୁ, ଶୁଣିଲେ…

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ଏକଦା ମାଲକାନଗିରି ଜିଲା ମାଓବାଦୀଙ୍କ ଆଡ୍ଡା ଭାବେ ପରିଚିତ ଥିବାବେଳେ ମାଲକାନଗିରି ଜିଲା କାଲିମେଳା ଥାନା ବଡ଼ିଗେଟା ପଞ୍ଚାୟତ ଅନ୍ତର୍ଗତ କୁରୁବୁ ଗ୍ରାମର ଶୁକ୍ରୁ…

ମଣ୍ଡିରେ ପଡ଼ିଛି ଚାଷୀଙ୍କ ଧାନ, ଟୋକନ ଆସିବା ପରେ ବି ଧାନ କିଣୁ ନାହାନ୍ତି ସରକାର

ମାଲକାନଗିରି,୨୫ା୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା କଂଗ୍ରେସ କମିଟି ତରଫରୁ ବୁଧବାର ୧୨ ଘଣ୍ଟିଆ ଜିଲା ବନ୍ଦ ପାଳନ କରାଯାଇଛି। ୪ ଦଫା ଦାବି ନେଇ ଏହି ବନ୍ଦ…

ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓଙ୍କ ଆତ୍ମସମର୍ପଣ

ମାଲକାନଗିରି,୨୪।୩(ଦୁର୍ଯ୍ୟୋଧନ ପାତ୍ର): ମାଓବାଦୀ ସଙ୍ଗଠନକୁ ଏକ ବଡ଼ ଝଟ୍‌କା ଲାଗିଛି। ମୋଷ୍ଟ ୱାଣ୍ଟେଡ ଟପ୍‌ ମାଓବାଦୀ ନେତା ପାପା ରାଓ ମଙ୍ଗଳବାର ଛତିଶଗଡ଼ ବିଜାପୁର ପୋଲିସ ନିକଟରେ…

କାଳବୈଶାଖୀ ପ୍ରଭାବରେ କୁଆପଥର ବର୍ଷା, ମଣ୍ଡିରେ ଭିଜିଲା ଧାନ

ମାଥିଲ,୧୯।୩(ସୁବାଷ ଚନ୍ଦ୍ର ଖୁଡୁପିଆ) ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ପବନ ସାଙ୍ଗକୁ କୁଆପଥର ବର୍ଷା ହୋଇଥିବା ଦେଖିବାକୁ ମିଳିଛି। ବର୍ଷା ଯୋଗୁ ମାଲକାନଗିରି ଜିଲା…

ମାଓବାଦୀଙ୍କୁୁ ବଡ଼ ଧକ୍କା: ଲୁଚାଇ ରଖିଥିବା ବିସ୍ଫୋରକ ସାମଗ୍ରୀ ଜବତ

ମାଲକାନଗିରି,୧୬।୩(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ସୁକୁମା ଜିଲାରେ୨୨୬ ବାଟାଲିୟନ ସିଆରପିଏଫ୍‌ ଯବାନ ସ୍ୱତନ୍ତ୍ର ଆମ୍ୱୁସ ଅପରେଶନ କରୁଥିବାବେଳେ ଗୋମଗୁଡ଼ା ଗ୍ରାମର ପୋଡିୟମପାରା ଅଞ୍ଚଳରେ ଏକ…

ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଲେ ମାଓବାଦୀ ନେତ୍ରୀ ରାଣୀତା

ମାଲକାନଗିରି,୧୪ା୩(ସୁଚିତ୍ରା ଦାସ): ମାର୍ଚ୍ଚ ୩୧ ସୁଦ୍ଧା ମାଓବାଦୀ କାର୍ଯ୍ୟକଳାପରୁ ନିବୃତ୍ତ ହୋଇ ମୁଖ୍ୟସ୍ରୋତରେ ସାମିଲହେବାକୁ ସରକାର ମାଓବାଦୀମାନଙ୍କୁ ଆହ୍ବାନ ଦେଇଥିଲେ। ଏହି ସମୟସୀମା ମଧ୍ୟରେ ଆତ୍ମସମର୍ପଣ କରୁଥିବା…

ଦଣ୍ଡକାରଣ୍ୟ ଜୋନାଲ କମିଟିର ୧୦୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୧।୩(ସୁଚିତ୍ରା ଦାସ): ପୁନର୍ବାସ ନୀତି ଅଧୀନରେ, ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟି (ଡିକେଏସ୍‌ଜେଡ଼ସି)ର ୧୦୮ ଜଣ ମାଓବାଦୀ ହିଂସା ପରିତ୍ୟାଗ କରି ସମାଜର ମୁଖ୍ୟସ୍ରୋତରେ ସାମିଲ ହେବାକୁ…

୬୩୧ କଇଁଛ ଜବତ, ଧରାପଡ଼ିଲେ ୭ ବ୍ୟବସାୟୀ

ଏମ୍‌ଭି- ୭୯, ୧୧।୩ (ଆଶିଷ କୁମାର ବାଇନ): ଆନ୍ଧ୍ରରୁ ମାଲକାନଗିରିକୁ ଏକ ବୋଲେରୋ ପିକ୍‌ଅପ୍‌ ଯୋଗେ କଇଁଛ ଚୋରା ଚାଲାଣ ବେଳେ ମୋଟୁ ବନ ବିଭାଗ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri