ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗର ଲିଫ୍ଟ ସମ୍ମୁଖରେ ଥିବା ପଙ୍ଖା ବୁଲୁଥିବାବେଳେ ହଠାତ୍‌ ଏଥିରୁ ନିଅଁା ଓ ଧୂଅଁା ବାହାରିଥିଲା। ପଙ୍ଖାରୁ ନିଅଁା ବାହାରିବା ଦେଖି ଉକ୍ତ ବିଭାଗରେ ଥିବା ରୋଗୀ, ସମ୍ପର୍କୀୟ, ଡାକ୍ତର ଓ କର୍ମଚାରୀଙ୍କ ମଧ୍ୟରେ ଆତଙ୍କ ଖେଳିଯାଇଥିଲା। ଉପସ୍ଥିତ କର୍ମଚାରୀମାନେ ତୁରନ୍ତ ଅଗ୍ନିଶମ ବିଭାଗକୁ ଅବଗତ କରିବାରୁ ଘଟଣାସ୍ଥଳରେ ଉକ୍ତ ବିଭାଗର ଟିମ୍‌ ପହଞ୍ଚତ୍ ନିଅଁାକୁ ଆୟତ୍ତ କରିଥିଲା। ତେବେ ପଙ୍ଖାରେ ସାମାନ୍ୟ ନିଅଁା ଲାଗିଥିବା ଅଗ୍ନିଶମ ବିଭାଗ ଅଧିକାରୀ ପ୍ରକାଶ କୁମାର ପରିଜା ସୂଚନା ଦେଇଛନ୍ତି।
ପ୍ରକାଶ ଯୋଗ୍ୟ, ଗତ ୧୫ ତାରିଖ ବିଳମ୍ୱିତ ରାତିରେ ଟ୍ରମା ଆଇସିୟୁ ଅଗ୍ନିକାଣ୍ଡରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିଲା। ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ସେହିପରି ସରକାରଙ୍କ ନିର୍ଦ୍ଦେଶକ୍ରମେ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲର ପ୍ରତ୍ୟେକ କୋଠାରେ ଅଗ୍ନି ନିରାପତ୍ତା, ବିଦ୍ୟୁତ୍‌ ଓ ଅନ୍ୟାନ୍ୟ ସମସ୍ୟାର ଯାଞ୍ଚ କରି ରିପୋର୍ଟ ପ୍ରଦାନ କରିବାକୁ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ନିର୍ଦ୍ଦେଶ ପରେ କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ସ୍ଥାନୀୟ ତହସିଲଦାରଙ୍କ ତତ୍ତ୍ୱାବଧାନରେ ୫ଟି ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇ ମେଡିକାଲ, କଲେଜ ଓ ହଷ୍ଟେଲର ପ୍ରତ୍ୟେକ କୋଣଅନୁକୋଣ ଯାଞ୍ଚ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏପ୍ରିଲ ୩ ଯାଏ ଝଡ଼ବର୍ଷା: ୧୬ ଜିଲାକୁ ୟେଲୋ ଓ୍ୱାର୍ନିଂ

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ଏବେ ରାଜ୍ୟରେ ଦିନବେଳା ପ୍ରଚଣ୍ଡ ଖରା ଅନୁଭୂତ ହେଉଥିବାବେଳେ ଅପରାହ୍ନରୁ ବିଭିନ୍ନ ସ୍ଥାନରେ କାଳବୈଶାଖୀ ତାଣ୍ଡବ ରଚୁଛି। ସକ୍ରିୟ ଥିବା ଘୂର୍ଣ୍ଣିବଳୟ ଓ ବାୟୁ…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ମା’ଙ୍କୁ ହରାଇଲେ ଭଉଣୀଭାଇ, ପାଳିବା ଚିନ୍ତାରେ ଆଈ

ବ୍ରହ୍ମପୁର,୨୮ା୩(ଅଶୋକ କୁମାର ସାହୁ): ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅଧୀନ ଟାକେରା ପିଠାଖାଇ ଘାଟିରେ ଟୁରିଷ୍ଟ ବସ୍‌ ଦୁର୍ଘଟଣାରେ ମୃତକଙ୍କ ମଧ୍ୟରେ ବ୍ରହ୍ମପୁର ଧୋବାବନ୍ଧ ସାହିର ସୁମନ୍ତି…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

ଆକ୍ସନରେ ପୋଲିସ: ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ସସ୍‌ପେଣ୍ଡ

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଏସ୍‌ପି ଅଭିଳାଷ ଜିଙ୍କ ଏକ ବଡ଼ ସୂଚନା ଦେଇଛନ୍ତି। ଟିଟିଲାଗଡ଼ ବିଧାୟକଙ୍କ ପିଏସ୍‌ଓ ପ୍ରେମଚାନ୍ଦ ନାଗଙ୍କୁ ସସ୍‌ପେଣ୍ଡ କରାଯାଇଥିବା ଏସ୍‌ପି ଶନିବାର…

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri