ଆତଙ୍କ ଖେଳାଇଥିବା କୁମ୍ଭୀରକୁ ମାଡ଼ିବସିଲା ମତ୍ସ୍ୟଜୀବୀ

ପୁରୀ,୧୯।୧୦: ପୁରୀ ଜିଲାରେ ଆତଙ୍କ ଖେଳାଇଥିବା କୁମ୍ଭୀର ଶନିବାର ଧରାପଡ଼ିଛି। କୁମ୍ଭୀରଟି ମତ୍ସଜୀବୀଙ୍କ ଜାଲରେ ପଡ଼ିଛି। ମତ୍ସ୍ୟଜୀବୀମାନେ କୁମ୍ଭୀରକୁ କାବୁ କରି ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ବନ ବିଭାଗର ଏକ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି କୁମ୍ଭୀରକୁ ଉଦ୍ଧାର କରିିଛି। ମିଳିଥିବା ସୂଚନା ମୁତାହବକ କୁମ୍ଭୀରଟି
ଚୁପରିଙ୍ଗି ବ୍ରିଜ ତଳେ ରହି ଆତଙ୍କ ସୃଷ୍ଟି କରୁଥିଲା। ଫଳରେ ସ୍ଥାନୀୟଲୋକେ ବ୍ରିଜ ତଳକୁ ଯିବାକୁ ଭୟ କରୁଥିଲେ। ଶନିବାର କେତେକ ମତ୍ସଜୀବୀ ବ୍ରିଜ୍‌ତଳେ ମାଛ ଧରିବାକୁ ଜାଲ ପକାଇଥିଲେ। ସେହି ସମୟରେ ଆତଙ୍କ ଖେଳାଇଥିବା କୁମ୍ଭୀରଟି ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଥିଲା। କୌଶଳକ୍ରମେ ମତ୍ସ୍ୟଜୀବୀ କୁମ୍ଭୀରକୁ ମାଡ଼ିବସିଥିଲେ। ପରେ ମତ୍ସ୍ୟଜୀବୀମାନେ କୁମ୍ଭୀରକୁ ବନବିଭାଗକୁ ହସ୍ତାନ୍ତର କରିଛନ୍ତି। ବନ ବିଭାଗ କୁମ୍ଭୀରକୁ ଏକ ସୁରକ୍ଷିତ ଅଞ୍ଚଳରେ ଛାଡ଼ିବାକୁ ଯୋଜନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri