ନୂଆଦିଲ୍ଲୀରେ ସ୍ବାଧୀନତା ଦିବସ ସମାରୋହରେ ମତ୍ସ୍ୟଜୀବୀ ଦମ୍ପତୀ ସ୍ବତନ୍ତ୍ର ଅତିଥି

ଛତ୍ରପୁର,୧୨।୮(ସନ୍ତୋଷ ପାଢ଼ୀ ): ନୂଆଦିଲ୍ଲୀରେ ହେବାକୁ ଥିବା ସ୍ବାଧୀନତା ଦିବସ ସମାରୋହରେ ସ୍ବତନ୍ତ୍ର ଅତିଥି ଭାବେ ଯୋଗ ଦେବାକୁ ଗଞ୍ଜାମ ଜିଲାର ମତ୍ସ୍ୟଜୀବୀ ଦମ୍ପତିଙ୍କୁ ନିମନ୍ତ୍ରଣ ଆସିଛି। ଛତ୍ରପୁର ବ୍ଲକ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଗ୍ରାମର ଦମ୍ପତି ହେଲେ ଓଡ଼ିଶା ପାରମ୍ପରିକ ମତ୍ସ୍ୟକର୍ମୀ ୟୁନିୟନର ସାଧାରଣ ସମ୍ପାଦକ ତଥା ଭାରତୀୟ ଜାତୀୟ ମତ୍ସ୍ୟଜୀବୀ ମଞ୍ଚର ଉପସଭାପତି କେ. ଏଲେୟା ଓ ତାଙ୍କ ଧର୍ମପତ୍ନୀ ତଥା ଗଞ୍ଜାମ ଜିଲା ମତ୍ସ୍ୟ କନ୍ୟା ମହିଳା ସଂଘର ସଦସ୍ୟା କେ. ସରସ୍ବତୀ । ଏ ନେଇ ସ୍ବାମୀ ଓ ସ୍ତ୍ରୀ ଉଭୟ ଖୁସି ଜାହିର କରିବା ସହିତ ଆସନ୍ତା ୧୪ ତାରିଖ ନୂଆଦିଲ୍ଲୀ ଅଭିମୁଖେ ଯାତ୍ରା କରିବେ ବୋଲି ମତ୍ସ୍ୟଜୀବୀ ନେତା କେ. ଏଲେୟା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ସାନ ଆର୍ଯ୍ୟପଲ୍ଲୀ ଗ୍ରାମର କେ. ଏଲେୟା ଦୀର୍ଘ ବର୍ଷ ଧରି ମତ୍ସ୍ୟଜୀବୀ ମାନଙ୍କ ବିଭିନ୍ନ ସୁବିଧା ନିମନ୍ତେ ବିଭିନ୍ନ କାର୍ଯ୍ୟ କରି ଆସୁଛନ୍ତି । ଏହା ସହିତ ପ୍ରଧାନମନ୍ତ୍ରୀ ମତ୍ସ୍ୟ ସମ୍ପତି ଯୋଜନା ଏବଂ ନୀଳକ୍ରାନ୍ତ ଯୋଜନାକୁ ସଫଳ ରୂପାୟନ ଦେବା ନିମନ୍ତେ ମତ୍ସ୍ୟଜୀବୀ ମାନଙ୍କୁ ଗାଁ ଗାଁ ବୁଲି ସଚେତନତା କରିଛନ୍ତି । କେ. ସରସ୍ବତୀ ଗତ ୨୦୧୪, ୨୦୧୫ ଓ ୨୦୧୬ ମସିହାରେ ମତ୍ସ୍ୟଜୀବୀ ମାନଙ୍କ ନିମନ୍ତେ କାର୍ଯ୍ୟକାରଛନ୍ତି। ଏହା ସହ ହୋଇଥିବା ଆଇ ସି ଜେଡ ଏମ ପ୍ରକଳ୍ପରେ ସାମିଲ ହୋଇ ବିଭିନ୍ନ କାର୍ଯ୍ୟରେ ମାଛକୁ କିପରି ଶୁଖୁଆ କରିବା ଓ ଟେଲରିଂ କାର୍ଯ୍ୟରେ ମତ୍ସ୍ୟଜୀବୀ ମାନଙ୍କ ବିଭିନ୍ନ ସୁବିଧା ନିମନ୍ତେ କାର୍ଯ୍ୟ କରିଥିଲେ। ଆସନ୍ତା ୧୫ ତାରିଖରେ ନୂଆଦିଲ୍ଲୀର ଲାଲକିଲ୍ଲା ୟଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଜାତୀୟ ପତାକା ଉତ୍ତୋଳନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉଦ୍‌ବୋଧନ ସମାରୋହରେ ସ୍ବତନ୍ତ୍ର ଅତିଥି ଭାବେ ମତ୍ସ୍ୟଜୀବୀ ଦମ୍ପତୀଙ୍କୁ ଦେଖିବାକୁ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଧରିତ୍ରୀ ପ୍ରଭାବ: ବାପାଙ୍କ ଦଶାହ କାର୍ଯ୍ୟପାଇଁ  ଝିଅପୁଅ ଗାଁ ଲୋକଙ୍କୁ ଭିକ୍ଷା ମାଗିବା ଘଟଣା, ଅସହାୟ ପରିବାରଙ୍କୁ ମିଳିଲା …

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡ଼ଗାଁ ନୂଆସାହିର ଗୋବିନ୍ଦ ମହାରଣା(୪୯)ଙ୍କ ୧୫ ତାରିଖ ବିଳମ୍ବିତ ରାତିରେ ଆକସ୍ମିକ ମୃତ୍ୟୁ ଘଟିଥିଲା। ଗୋବିନ୍ଦଙ୍କ ମୃତ୍ୟୁପରେ…

ଟୁରିଷ୍ଟ ବସ୍‌ରେ ଯାତ୍ରୀ ନେବା ପଡ଼ିଲା ମହଙ୍ଗା

କୋକସରା,୨୧।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଳକ ବିଜୁ ଏକ୍ସପ୍ରେସ ୱେ ଏବଂ ୨୬ ନମ୍ବର ଜାତୀୟ ରାଜପଥରେ ୧୫ରୁ ଊଦ୍ଦର୍‌ବ ଟୁରିଷ୍ଟ ବସ୍‌ ବେଆଇନ…

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri