ମାନସ ହତ୍ୟା ମାମଲା: ଚାନ୍ଦବାଲି ଥାନାରେ ପହଞ୍ଚିଲେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌

ଚାନ୍ଦବାଲି,୨୪।୩ (ଡି.ଏନ୍‌.ଏ.): ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ ମାନସ ସ୍ବାଇଁ ହତ୍ୟା ଘଟଣାରେ ଚାନ୍ଦବାଲି ଥାନରେ କ୍ରାଇମବ୍ରାଞ୍ଚର ୫ ଜଣିଆ ଟିମ୍‌ ପହଞ୍ଚିଛନ୍ତି। ବୁଧବାର କ୍ରାଇମବ୍ରାଞ୍ଚର ତଦନ୍ତ ପାଇଁ ପୋଲିସ ଡିଜି ନିର୍ଦ୍ଦେଶ ଦେଇଥିଲେ । ଏହି ମାମଲାରେ ଜଡ଼ିତ ସମସ୍ତ କାଗଜପତ୍ର କ୍ରାଇମବ୍ରାଞ୍ଚକୁ ହସ୍ତାନ୍ତର ହୋଇଥିଲା । ତଦନ୍ତ ପାଇଁ ଚାନ୍ଦବାଲି ଅଭିମୁଖେ କ୍ରାଇମବ୍ରାଞ୍ଚ ଟିମ ଗତକାଲି ବାହାରିଥିଲା । ସେହିପରି ଅନ୍ୟ ଏକ ଟିମ୍‌ ମଧ୍ୟ ଅଭିଯୁକ୍ତ କୁହାଯାଉଥିବା ଶର୍ମିଷ୍ଠାଙ୍କୁ ଗିରଫ କରିବା ପାଇଁ ବାହାରିଥିବା ସୂଚନା ମିଳିଥିଲା। ତେବେ ମାମଲାରେ ତଦନ୍ତକୁ ତ୍ୱରାନିତ ନେଇ ଆଜି କ୍ରାଇମବ୍ରାଞ୍ଚର ଏକ ଟିମ ଗସ୍ତ କରିଛି । କ୍ରାଇମବ୍ରାଞ୍ଚ ଡିଏସ୍‌ପି କଳ୍ପନା ସାହୁଙ୍କ ନେତୃତ୍ୱରେ ଯାଞ୍ଚ ଚାଲିଛି ।