ଆଜି ଭୁବନେଶ୍ୱରରୁ ଜୟପୁରକୁ ଉଡ଼ିବ ବିମାନ

ଭୁବନେଶ୍ୱର/କୋରାପୁଟ,୩୧ା୧୦(ବ୍ୟୁରୋ/ନି.ପ୍ର.):କୋରାପୁଟ ଜିଲାବାସୀଙ୍କ ଦୀର୍ଘଦିନ ପ୍ରତୀକ୍ଷାର ଅନ୍ତ ହେବାକୁ ଯାଉଛି। ସୋମବାର ଭୁବନେଶ୍ୱରରୁ ଦକ୍ଷିଣ ଓଡ଼ିଶାର ପ୍ରମୁଖ ସହର ଜୟପୁର ବିମାନବନ୍ଦରକୁ ନିୟମିତ ବିମାନ ଉଡ଼ାଣ ଆରମ୍ଭ ହେବ। ଅହମ୍ମଦାବାଦସ୍ଥିତ ଇଣ୍ଡିଆନ ଏୟାର ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦର (ବିପିଆଇଏ)ରୁ ଓଡ଼ିଶାର କୋରାପୁଟ ଜିଲାର ଜୟପୁର ବିମାନବନ୍ଦରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସକାଳ ପ୍ରାୟ ୧୦ଟା ୩୦ମିନିଟ୍‌ରେ ଏହି ସେବା ଉଦ୍‌ଘାଟନ କରିବେ। ଏହି ବିମାନଟି ଭୁବନେଶ୍ୱରରୁ ସକାଳ ୧୧.୩୫ରେ ପ୍ରସ୍ଥାନ କରିବ ଏବଂ ଜୟପୁରରେ ଅପରାହ୍ନ ୧.୨୦ରେ ଅବତରଣ କରିବ। ସେହିଭଳି ବିମାନଟି ଜୟପୁରରୁ ଅପରାହ୍ନ ୪.୫ରେ ଉଡ଼ାଣ ଆରମ୍ଭ କରି ଭୁବନେଶ୍ୱରରେ ୫.୫୦ରେ ପହଞ୍ଚିବ।

୯ ଜଣ ଯାତ୍ରୀଙ୍କୁ ନେଇ ପ୍ରତିଦିନ କେବଳ ଗୋଟିଏ ବିମାନ ଉଡ଼ିବ। ପ୍ରତ୍ୟେକ ଯାତ୍ରୀଙ୍କ ଟିକେଟ ଭଡ଼ା ୨୫୦୦ଟଙ୍କା ହେବ ବୋଲି ସୂତ୍ରରୁ ପ୍ରକାଶ।

ସୂଚନାଯୋଗ୍ୟ, ଏୟାରଲାଇନ୍ସ ଶୁକ୍ରବାର ରାତିରେ ଏହାର ଅଫିସିଆଲ ଟୁଇଟରରେ ଆକାଉଣ୍ଟରେ ଏହି ଘୋଷଣା କରିଥିଲା। ନଭେମ୍ବର ୯ ପର୍ଯ୍ୟନ୍ତ ୯୯୯ ଟଙ୍କା ମୂଲ୍ୟର ପ୍ରାରମ୍ଭିକ ଅଫର ସହିତ ସମସ୍ତ ଟିକେଟ ବିକ୍ରି ହୋଇଥିବାର ଉଲ୍ଲେଖ କରିଛି। ନଭେମ୍ବର ୯ ପର୍ଯ୍ୟନ୍ତ ବୁକିଂ ଖୋଲା ରହିବ। ଘୋଷଣାର କିଛି ଘଣ୍ଟା ମଧ୍ୟରେ ବିମାନର ସମସ୍ତ ସିଟ୍‌ ବିକ୍ରି ହୋଇଯାଇଥିଲା।

ଭୁବନେଶ୍ୱର ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ କହିଛନ୍ତି, ଓଡ଼ିଶାର ଏହା ହେଉଛି ପ୍ରଥମ ବିମାନବନ୍ଦର ଯାହା ରାଜ୍ୟ ସରକାରଙ୍କ ଦ୍ୱାରା ପରିଚାଳିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?