ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣା: ଘଟଣାସ୍ଥଳ ଯାଞ୍ଚ କଲେ ୪ଜଣିଆ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ୱର,୨୧ା୧୦(ବ୍ୟୁରୋ): ରାଜଭବନ ପେଟ୍ରୋଲ ଟାଙ୍କି ବିସ୍ଫୋରଣ ଘଟଣାର କାରଣ ଏବେ ବି ରହସ୍ୟ ହୋଇରହିଛି। କେଉଁ କାରଣ ପାଇଁ ଏଭଳି ବଡ଼ ବିସ୍ଫୋରଣ ହେଲା ସେନେଇ କେହି ବି ମୁହଁ ଖୋଲୁ ନାହାନ୍ତି। କମିଶନରେଟ ପୋଲିସ, ପେସୋ(ପେଟ୍ରୋଲିୟମ୍‌ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ) ଏବଂ ଇଣ୍ଡିଆନ ଅଏଲ୍‌ କର୍ପୋରେଶନ ଲିମିଟେଡ(ଆଇଓସିଏଲ୍‌) ଭିନ୍ନ ଭିନ୍ନ ଦିଗକୁ ନେଇ ତଦନ୍ତ ଚଳାଇଛନ୍ତି। ମଙ୍ଗଳବାର ପେଟ୍ରୋଲିୟମ ମନ୍ତ୍ରଣାଳୟର ୪ ଜଣିଆ ସ୍ବତନ୍ତ୍ର ଟିମ୍‌ ବିସ୍ଫୋରଣ ସ୍ଥଳକୁ ଯାଇ ଯାଞ୍ଚ କରିଛନ୍ତି। ଏପରିକି ପେଟ୍ରୋଲ ପମ୍ପରେ କାମ କରୁଥିବା କେତେଜଣ କର୍ମଚାରୀଙ୍କୁ ପଚରାଉଚରା କରିଥିଲେ। ଏହାସହ ପେଟ୍ରୋଲ ପମ୍ପ ପାଖରେ ଥିବା ବସ୍ତି ଏବଂ କ୍ଷୟକ୍ଷତି ହୋଇଥିବା ଆପାର୍ଟମେଣ୍ଟକୁ ଯାଇ ବିଭିନ୍ନ ଲୋକଙ୍କୁ ପଚାରିଥିଲେ। ମାଟି ତଳେ ଥିବା ଏଲ୍‌ପିଜି ଗ୍ୟାସ୍‌ ବିସ୍ଫୋରଣ ହେବା ଅତି ଆଶ୍ଚର୍ଯ୍ୟଜନକ କଥା ବୋଲି କେନ୍ଦ୍ରୀୟ ତଦନ୍ତକାରୀ ଟିମ୍‌ ପ୍ରକାଶ କରିଛନ୍ତି। ସବୁ ଦିଗକୁ ପରଖିବା ପରେ ଶେଷରେ ବିଭାଗକୁ ରିପୋର୍ଟ ଦିଆଯିବ ବୋଲି ଉକ୍ତ ଟିମ୍‌ର ଜଣେ ଅଧିକାରୀ କହିଛନ୍ତି।
ଏନେଇ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ କହିଛନ୍ତି, ସମସ୍ତ ବୈଷୟିକ ଦିଗକୁ ନେଇ ପୋଲିସ ଯାଞ୍ଚ କରୁଛି। ଏହାସହ ପୋଲିସ ଫରେନ୍‌ସିକ ଲାବ୍‌ର ମଧ୍ୟ ସହଯୋଗ ନେଇଛି। କେବଳ ଫରେନ୍‌ସିକ ନୁହେଁ ଟେକ୍ନିକାଲ ଏକ୍ସପର୍ଟଙ୍କ ସହାୟତା ନିଆଯାଇଛି। କେଉଁ ଭୁଲ୍‌ ପାଇଁ ଏହି ବିସ୍ଫୋରଣ ଘଟିଛି, ତାର କାରଣ ଖୋଜୁଛୁ। ଖୁବ୍‌ ଶୀଘ୍ର କାରଣ ସ୍ପଷ୍ଟ ହେବ ବୋଲି ଡିସିପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାଜମହଲ ସାମ୍ନାରେ ଖୋଲିଗଲା ବିଦେଶୀ ମହିଳାଙ୍କ ଶାଢ଼ି, ଏମିତି କାମ କଲେ ମହିଳା କନଷ୍ଟେବଳ, ଭିଡିଓ ଦେଖିଲେ…

ତାଜମହଲ ବିଶ୍ୱର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳ ମଧ୍ୟରୁ ଗୋଟିଏ। ପ୍ରତିବର୍ଷ କେବଳ ଭାରତ ନୁହେଁ ବରଂ ବିଶ୍ୱର ବିଭିନ୍ନ ସ୍ଥାନରୁ ଲକ୍ଷଲକ୍ଷ ପର୍ଯ୍ୟଟକ ପରିଦର୍ଶନ କରିବାକୁ ଆସିଥାନ୍ତି।…

ବିନାଶ କରିଦେବୁ…ଟ୍ରମ୍ପଙ୍କୁ ସିଧା ଚେତାବନୀ ଦେଲା ଇରାନ

ଓ୍ବାଶିଂଟନ,୧୬।୭: ଆମେରିକା ଏବଂ ଇରାନ ମଧ୍ୟରେ ବୃଦ୍ଧି ପାଉଥିବା ସାମରିକ ଉତ୍ତେଜନା ମଧ୍ୟରେ ତେହରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ଦୃଢ଼ ମନୋଭାବ ଗ୍ରହଣ କରିଛି। ଇରାନର…

ପ୍ରବଳ ବର୍ଷା ସତ୍ତ୍ୱେ କେଏସୟୁବି କଲେଜରେ ଚାରାରୋପଣ: ସହଯୋଗ କଲେ…

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଗୁରୁବାର ପ୍ରବଳ ବର୍ଷା ସତ୍ତ୍ୱେ ଚାରାରୋପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଅଧ୍ୟକ୍ଷ ଡ. ଗଗନ ବିହାରୀ…

ନିଜ ଦରମାରୁ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଦେଲେ ସମିତି ସଭ୍ୟ ଧ୍ରୁବ, ବୁଦ୍ଧିଜୀବୀ ମହଲରେ ଉଚ୍ଚ ପ୍ରଶଂସା

ଗଞ୍ଜାମ,୧୬।୭ (ବିଦ୍ୟାଧର ସାହୁ ): ଝିଅ ବିବାହ ଏବଂ ମୃତ ବ୍ୟକ୍ତିଙ୍କ ପରିବାରକୁ ଆର୍ଥିକ ସହାୟତା କରି ଚର୍ଚ୍ଚାରେ ସମିତି ସଭ୍ୟ ଧ୍ରୁବ ଚରଣ ପଲାଇ। ଗଞ୍ଜାମ…

ଜାରି ରହିଛି ଲଗାଣ ବର୍ଷା: କୁଲାଡ ରଥଯାତ୍ରା ବର୍ଷା ପାଇଁ ନାହିଁ ଶ୍ରଦ୍ଧାଳୁଙ୍କ ଭିଡ଼

ଭଞ୍ଜନଗର,୧୬।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ବୁଧବାର ରାତିରୁ ଗୁରୁବାର ଖବର ଲେଖା ହେବା ପର୍ଯ୍ୟନ୍ତ ଲଗାଣ ବର୍ଷା ଲାଗି ରହିଛି। ଏହାଦ୍ୱାରା ଜନଜୀବନ ଅସ୍ତବ୍ୟସ୍ତ…

ବିଦ୍ୟୁତ ବୋର୍ଡ ମରାମତି କରୁଥିବା ବେଳେ ମାରିଲା କରେଣ୍ଟ, ତାପରେ….

ପାଟଣା,୧୬ା୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ବଡ଼ବିଲ ପଞ୍ଚାୟତ ଅନ୍ତର୍ଗତ ବାର ତୁଣିଆ ଗ୍ରାମରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ବିପଦପୂର୍ଣ୍ଣ ଅବସ୍ଥାରେ ବୃଦ୍ଧାଙ୍କ ଘର: ସହାୟତାର ହାତ ବଢ଼ାଇଲେ ସମାଜସେବୀ

କର୍ଲାମୁଣ୍ଡା:୧୬।୭(ପ୍ରଦୀପ କୁମାର ସାହୁ)କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରା ଗ୍ରାମ ପଞ୍ଚାୟତ କୁଶୁର୍ଲା ହଜାରିପଡ଼ାର ଜଣେ ଅସହାୟ ବୃଦ୍ଧା ଫୁଲତୁଲା ସାହୁ( ୭୫)ଙ୍କ ଘର ଲଗାତାର ବର୍ଷା…

ରଣ୍ଢାରେ ବଡ଼ ସଡ଼କ ଦୁର୍ଘଟଣା; ଔଷଧ କିଣିବାକୁ ଯାଉଥିବା ବେଳେ କାର-ଟ୍ରକ ଧକ୍କାରେ ଦମ୍ପତି ମୃତ, କ୍ଷତିପୂରଣ ଦାବିରେ ୧୬ ନଂ ଜାତୀୟ ରାଜପଥ ଅବରୋଧ

ଗୋପାଳପୁର,୧୬ା୭(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା ଅଧିନସ୍ଥ ରଣ୍ଢାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ଗୁରୁବାର ଦିନ ରାସ୍ତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri