ରାତିରେ ଶୋଇଥିଲେ ସାଙ୍ଗ, ଛୁରି ଭୁସିଦେଲେ ଗଣ୍ଡ: ବିଶ୍ୱାସଘାତକତାର କରୁଣ ପରିଣତି

ଔପଦା, ୧୮।୩(ଧରିତ୍ରୀ ପଣ୍ଡା): ପୂର୍ବ ଶତ୍ରୁତାର ପ୍ରତିଶୋଧ ନେବାକୁ ଯାଇ ଜଣେ ବ୍ୟକ୍ତି ନିଜ ବନ୍ଧୁଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣା ବାଲେଶ୍ୱର ଜିଲା ଔପଦା ଥାନା ଅଧୀନ ନରସିଂହସିଲା ବସ୍ତିରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ମୃତକ ହେଲେ ବେତେଇ ରାଜସ୍ବ ଗ୍ରାମର ଡମ୍ବୁରୁ ହୋ (୩୬)। ପୋଲିସ ଏହି ଘଟଣାରେ ଅଭିଯୁକ୍ତ ବନ୍ଧୁ ଗଣ୍ଡ ହୋ (୩୫)ଙ୍କୁ ଗିରଫ କରିଛି।
ଅନୁଯାୟୀ, ଡମ୍ବୁରୁ ଏବଂ ମୟୂରଭଞ୍ଜ ଜିଲା ଶରତ ଥାନା ବ୍ରାହ୍ମଣୀପାଳ ଗ୍ରାମର ଗଣ୍ଡ ହୋ’ଙ୍କ ମଧ୍ୟରେ ପ୍ରାୟ ବର୍ଷେ ପୂର୍ବରୁ କୌଣସି କାରଣକୁ ନେଇ ବିବାଦ ରହିଥିଲା। ପରବର୍ତ୍ତୀ ସମୟରେ ଉଭୟଙ୍କ ମଧ୍ୟରେ ସମାଧାନ ହୋଇ ବନ୍ଧୁତା ସ୍ଥାପନ ହୋଇଥିଲା। ହେଲେ ଗଣ୍ଡଙ୍କ ମନ ଭିତରେ ପ୍ରତିଶୋଧର ନିଆଁ ଜଳୁଥିଲା। ସୋମବାର ବିଳମ୍ବିତ ରାତିରେ ଗଣ୍ଡ ଏକ ସୁଚିନ୍ତିତ ଯୋଜନା କରି ଡମ୍ବୁରୁଙ୍କ ଘରକୁ ନିଶାସକ୍ତ ଅବସ୍ଥାରେ ଆସିଥିଲେ। ରାତି ଅଧିକ ହୋଇଯାଇଥିବାରୁ ସେ ନିଜ ଘରକୁ ଫେରିପାରିବେ ନାହିଁ ବୋଲି କହି ଡମ୍ବୁରୁଙ୍କ ଘରେ ଆଶ୍ରୟ ମାଗିଥିଲେ। ବନ୍ଧୁ ଉପରେ ବିଶ୍ୱାସ କରି ଡମ୍ବୁରୁ ତାଙ୍କୁ ନିଜ ଘରେ ଶୋଇବାକୁ ସ୍ଥାନ ଦେଇଥିଲେ। ମାତ୍ର ରାତିରେ ଡମ୍ବୁରୁ ଏବଂ ତାଙ୍କ ସ୍ତ୍ରୀ ଚୁବେ ହୋ ଶୋଇଯିବା ପରେ ଗଣ୍ଡ ଏକ ଧାରୁଆ ଛୁରିରେ ଶୋଇଥିବା ଅବସ୍ଥାରେ ଡମ୍ବୁରୁଙ୍କ କାନମୂଳକୁ ଆକ୍ରମଣ କରି ରକ୍ତାକ୍ତ କରି ପକାଇଥିଲେ। ଡମ୍ବୁରୁଙ୍କ ଚିକତ୍ାର ଶୁଣି ତାଙ୍କ ସ୍ତ୍ରୀ ନିଦରୁ ଉଠି ଧାଇଁ ଆସିବା ବେଳକୁ ଅଭିଯୁକ୍ତ ତାଙ୍କୁ ଧକ୍କା ମାରି ଘଟଣାସ୍ଥଳରୁ ଚମ୍ପଟ ମାରିଥିଲେ। ପରିବାର ଲୋକେ ଗୁରୁତର ଅବସ୍ଥାରେ ଡମ୍ବୁରୁଙ୍କୁ ଉଦଳା ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ଔପଦା ଥାନା ଆଇଆଇସି ପ୍ରମୋଦ କୁମାର ଦାସ ସଦଳବଳ ଘଟଣାସ୍ଥଳରେ ପହଞ୍ଚତ୍ ଛାନ୍‌ଭିନ୍‌ ଆରମ୍ଭ କରିଥିଲେ। ମୃତକଙ୍କ ସ୍ତ୍ରୀଙ୍କ ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା (ନଂ. ୫୨/୨୬) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଅଭିଯୁକ୍ତ ଗଣ୍ଡଙ୍କ ତାଙ୍କୁ ନିଜ ଗ୍ରାମ ବ୍ରାହ୍ମଣିପାଳରୁ ଗିରଫ କରିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଏମକେ ଷ୍ଟାଲିନଙ୍କ ପୁଅ…,’କାହିଁକି ଏମିତି କହିଲେ ଉଦୟନିଧି? ଏବେ ବିଜୟଙ୍କୁ କଲେଣି ଟାର୍ଗେଟ

ଚେନ୍ନାଇ,୫।୮: ଅଭିନେତ୍ରୀ ତ୍ରିଶାଙ୍କ ବିଷୟରେ ଦୁଇ-ଆକ୍ଷେପ ମନ୍ତବ୍ୟ ଦେବା ଅଭିଯୋଗରେ ଗିରଫ ହେବାର କିଛି ଘଣ୍ଟା ପରେ ଉଦୟନିଧି ଷ୍ଟାଲିନଙ୍କୁ କୋର୍ଟରୁ ଆଶ୍ୱସ୍ତି ମିଳିଥିଲା। ମୁକ୍ତି ପରେ…

ଜିଲାରେ ୫୦୦ରୁ ଅଧିକ ଉଠା ଜଳସେଚନ ପମ୍ପ୍‌ ଅଚଳ: ଚିନ୍ତାରେ ଚାଷୀ

ଛତ୍ରପୁର,୫ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଏକ କୃଷି ପ୍ରଧାନ ଜିଲା ଅଟେ। କୃଷକ ଓ ଶ୍ରମିକ ପ୍ରାୟ ୮୦% ଲୋକ କୃଷି ଉପରେ ନିର୍ଭର କରି ପରିବାର…

କେସିଙ୍ଗାରେ ମଶାଙ୍କ ପ୍ରାଦୁର୍ଭାବ: ପ୍ରତି ଡ୍ରେନ୍‌ରେ ପକାଯାଉଛି ମଶାତେଲ

କେସିଙ୍ଗା,୫ା୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏ୍‌ସିର ୧୨ଟି ଓ୍ବାର୍ଡରେ ମଶା ନିବାରଣ ପାଇଁ ଏନ୍‌ଏସି ପକ୍ଷରୁ ବିଭିନ୍ନ ଗଳିକନ୍ଦିରେ ଥିବା ପ୍ରତିଟି ଡ୍ରେନ୍‌ରେ ମଶାତେଲ ପକାଯାଉଛି।…

କାରଣ ଖୋଜୁଛି ଦଳ? ପରାଜୟ ପରେ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ଭାଜପାର ବଡ଼ ବୈଠକ

ପାଟନା,୫।୮: ବଡ଼ ପରାଜୟ ପରେ, ଭାଜପା ଆଜି (ବୁଧବାର) ପାଟନାସ୍ଥିତ ରାଜ୍ୟ କାର୍ଯ୍ୟାଳୟରେ ଏକ ସମୀକ୍ଷା ବୈଠକ କରିଛି। ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କ ସମେତ ନେତାମାନେ ବୈଠକରେ…

କେବେ ମାର୍କେଟକୁ ଆସିବ ପ୍ଲାଷ୍ଟିକ୍‌ ନୋଟ୍‌? RBI ଗଭର୍ନର କହିଦେଲେ ଲଞ୍ଚ୍‌ ଡେଟ୍‌

ନୂଆଦିଲ୍ଲୀ,୫।୮: ଆପଣ ମଧ୍ୟ ଶୁଣିଛନ୍ତି କି ଯେ ଖୁବ୍‌ଶୀଘ୍ର ଭାରତରେ କାଗଜ ନୋଟ୍ ବଦଳରେ ପ୍ଲାଷ୍ଟିକ୍ (ପଲିମର୍) ନୋଟ୍ ଚାଲିବାକୁ ଯାଉଛି? ଯଦି ଆପଣଙ୍କ ମନରେ ମଧ୍ୟ…

ମୋଦିଙ୍କ ଭିଡିଓ ହଟାଇବା ପ୍ରସଙ୍ଗ; ସରକାରଙ୍କ ସହ ୪୫ ମିନିଟ୍ ଧରି ବୈଠକ କଲା ମେଟା, କହିଲା…

ନୂଆଦିଲ୍ଲୀ,୫।୮: ଜନ୍ତର-ମନ୍ତରରେ ହୋଇଥିବା ଆନ୍ଦୋଳନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଭିଡିଓକୁ ଫେସବୁକରେ ଅସ୍ଥାୟୀ ଭାବେ ରିଷ୍ଟ୍ରିକ୍ଟ କରିଦେଇଥିଲା । ଏହି ଘଟଣାକୁ ନେଇ ଦିନକୁ…

ପଟ୍ଟନାୟକ ବନ୍ଧ ଦୁର୍ନୀତି ଅଭିଯୋଗ: ଦୁଇ ଯନ୍ତ୍ରୀ-ଠିକାଦାରଙ୍କୁ ପଚରାଉଚରା ପାଇଁ ନେଲା ଭିଜିଲାନ୍ସ

ଗଜପତି,୫ା୮(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ସହରର ବହୁଚର୍ଚ୍ଚିତ ପଟ୍ଟନାୟକ ବନ୍ଧର ପୁନରୁଦ୍ଧାର କାର୍ଯ୍ୟରେ ଅନିୟମିତତା ଓ ଦୁର୍ନୀତି ଅଭିଯୋଗକୁ ନେଇ ଭିଜିଲାନ୍ସ ତଦନ୍ତ ଜୋରଦାର ହୋଇଛି। ଏହି କ୍ରମରେ…

ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍‌: ଚାର୍ଜଶିଟ୍‌ ଦାଖଲ କଲା କ୍ରାଇମ୍‌ବ୍ରାଞ୍ଚ

କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍‌): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍‌ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍‌ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri