ଏ.ଜି . କାର୍ଯ୍ୟାଳୟରେ ପହଞ୍ଚିନି ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରାୟ ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌ କାଗଜପତ୍ର ଭୁବନେଶ୍ୱରସ୍ଥିତ ଏ.ଜି କାର୍ଯ୍ୟାଳୟରେ ପହଞ୍ଚି ନ ଥିବାରୁ ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ପାଇବାକୁ ଅପେକ୍ଷାରେ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରର ଏଜି ଅଫିସର ଉଚ୍ଚ ପଦସ୍ଥ ଅଧିକାରୀଙ୍କଠାରୁ ଆରମ୍ଭ କରି ଅଧସ୍ଥନ କର୍ମଚାରୀ ଗୁରୁବାର ଗଞ୍ଜାମ ଜିଲା ଛତ୍ରପୁର ଆସି ୨ ଦିନିଆ ପେନ୍‌ସନ୍‌ ଅଦାଲତ ଆରମ୍ଭ କରିଛନ୍ତି। ଜିଲାସ୍ତରୀୟ ପେନ୍‌ସନ୍‌ ଅଦାଲତ ସ୍ଥାନୀୟ ‘ଋଷିକୂଲ୍ୟା’ ଡିଆରଡିଏ ସମ୍ମିଳନୀ କକ୍ଷଠାରେ ଜିଲା ମାଜିଷ୍ଟ୍ରେଟ୍‌ ତଥା ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ାଙ୍କ ଦ୍ୱାରା ଉଦ୍‌ଘାଟିତ ହୋଇଯାଇଛି। ବରିଷ୍ଠ ଉପମହାଲେଖାର ଶ୍ରୀରାଜ ଅଶୋକ ପେନ୍‌ସନ୍‌ ମଞ୍ଜୁରକର୍ତ୍ତା ଠିକ୍‌ ସମୟରେ ଅବସରପ୍ରାପ୍ତ କର୍ମଚାରୀମାନଙ୍କର ପେନ୍‌ସନ୍‌ କାଗଜପତ୍ର ଏ. ଜି କାର୍ଯ୍ୟାଳୟକୁ ପଠାଯାଉ ନ ଥିବାରୁ ପେନ୍‌ସନ୍‌ ପ୍ରଦାନରେ ବିଳମ୍ବ ହେଉଛି ବୋଲି ପ୍ରକାଶ କରିଥିଲେ। ସେମାନଙ୍କର ପେନ୍‌ସନ୍‌ କାଗଜପତ୍ର ଯଦି ଏହି ଅଦାଲତରେ ଉପସ୍ଥାପନ କରାଯାଇପାରିବ ସେମାନେ ଆସନ୍ତା ୭ ଦିନ ମଧ୍ୟରେ ସେମାନଙ୍କ ଅବସରକାଳୀନ ପ୍ରାପ୍ୟ ଏ.ଜି କାର୍ଯ୍ୟାଳୟ ପକ୍ଷରୁ ପ୍ରଦାନ କରାଯାଇପାରିବ ବୋଲି ଉପମହାଲେଖାର ସୁଶ୍ରୀ ଅରୁଣା କହିଥିଲେ l ଅତିରିକ୍ତ ଜିଲାପାଳ ଶ୍ରୀମତୀ ଖେସ୍‌ ସ୍ବାଗତ ଭାଷଣ ପ୍ରଦାନ କରିଥିବା ବେଳେ ଡେପୁଟି କଲେକ୍ଟର ସୁକାନ୍ତ ଚନ୍ଦ୍ର ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଅବସରରେ ଅଭିଯୋଗ ଶୁଣାଣି କରି ୮ ଜଣ ଅବସରପ୍ରାପ୍ତ କର୍ମଚାରୀଙ୍କୁ ଅବସରକାଳୀନ ପ୍ରାପ୍ୟର ମଞ୍ଜୁରୀ ଆଦେଶ ପ୍ରଦାନ କରିଥିଲେ l ବରିଷ୍ଠ ଲେଖା ଅଧିକାରୀ ନାଗେଶ ରାଓ ଓ ମନୋରଞ୍ଜନ ପାଣିଗ୍ରାହୀ ଏହି ପେନ୍‌ସନ୍‌ ଅଦାଲତ ପରିଚାଳନା କରିବା ସହ ନୂଆ ପଦ୍ଧତି ଅନ୍‌ଲାଇନ୍‌ ମାଧ୍ୟମରେ କିପରି ପେନ୍‌ସନ୍‌ କାଗଜ ଏ.ଜି କାର୍ଯ୍ୟାଳୟକୁ କିପରି ପଠାଯାଇପାରିବ ତା’ ଉପରେ ମଞ୍ଜୁରକର୍ତ୍ତାମାନଙ୍କୁ ତାଲିମ ପ୍ରଦାନ କରିଥିଲେ। ଏହି ଅଦାଲତକୁ ସହକାରୀ କଲ୍ୟାଣ ଅଧିକାରୀ ସୁଦର୍ଶନ ସାହୁ, କଲ୍ୟାଣ କୁମାର ପଣ୍ଡା, ସ୍ବତନ୍ତ୍ର ଅଧିକାରୀ ପୁରୁଷୋତ୍ତମ ବଳ, ପ୍ରତିଷ୍ଠାନ ଅଧିକାରୀ ଲଷ୍ମୀନାରାୟଣ ପାଣିଗ୍ରାହୀ, ଚନ୍ଦ୍ରଶେଖର ବେହେରା, ନିରଞ୍ଜନ ଚୌଧୁରୀ ଓ ପାପୁନ କୁମାର ପଢ଼ିଆରୀ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଜୁଆ ଆଡ୍ଡା ଉପରେ ପୋଲିସର ଚଢ଼ାଉ, ୮ ଗିରଫ

ଛତ୍ରପୁର,୧୧ା୧୦(ଦିଲ୍ଲୀପ ସାମଲ/ଦ୍ଵାରିକା ପଟ୍ଟନାୟକ ) : ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ପକ୍ଷରୁ ଜୁଆ ଆଡ୍ଡାରେ ଚଢାଉ ଜାରି ରହିଛି । ଶନିବାର ବିଳମ୍ବିତ…

ଘୁମୁସର ସାହିତ୍ୟ ସାଧନା ପୀଠର ଶାରଦୀୟ ସାହିତ୍ୟ ଆସର, ଉନ୍ମୋଚିତ ହେଲା ପୁସ୍ତକ ଓ ପତ୍ରିକା

ଭଞ୍ଜନଗର,୧୧ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ୍‌ ଅନ୍ତର୍ଗତ ବଡ଼ଦୋଡ଼ଙ୍ଗାଠାରେ ଘୁମୁସର ସାହିତ୍ୟ ସାଧନା ପୀଠ ପକ୍ଷରୁ ରବିବାର ଶାରଦୀୟ ସାହିତ୍ୟ ଆସର ଅନୁଷ୍ଠିତ ହୋଇଯାଇଛି ।…

ଆରମ୍ଭ ହେଲା ନବରାତ୍ର ପୂଜା, ଉତ୍ସବମୁଖର ଦିଗପହଣ୍ଡି

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ମନ୍ଦିର ମାଳିନୀ ସହର ଭାବେ ପରିଗଣିତ ଦିଗପହଣ୍ଡି ସମେତ ଆଖପାଖ ଗ୍ରାମାଞ୍ଚଳ ଶକ୍ତିପୀଠମାନଙ୍କରେ ରବିବାର ଠାରୁ ନବରାତ୍ରୀ ପୂଜା ଆରମ୍ଭ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?