ରାସ୍ତା ମଝିରେ ଜଳିଗଲା ଗ୍ୟାସ ସିଲିଣ୍ଡର ଟ୍ରକ

ଗଞ୍ଜାମ,୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ୧୬ ନମ୍ବର ଜାତୀୟ ରାଜପଥ ପୁଇଁତଳା ଛକରେ ବୁଧବାର ଏକ ଅଘଟଣ ଘଟିଛି। ଏକ ଗ୍ୟାସ ସିଲିଣ୍ଡର ବୋଝେଇ ଚଳନ୍ତା ଟ୍ରକରେ ନିଆଁ ଲାଗିଯାଇଥିଲା l ମିଳିଥିବା ସୂଚନା ମୁତାବକ, ଏକ ଏଲ୍‌ପିଜି ସିଲିଣ୍ଡର ବୋଝେଇ ଟ୍ରକ ୧୬ ନମ୍ବର ଜାତୀୟ ରାଜପଥରେ ଆସୁଥିବା ବେଳେ ପୁଇଁତଳା ଛକଠାରେ ଟ୍ରକ ଇଞ୍ଜିନ୍‌ରେ ହଠାତ୍‌ ନିଆଁ ଲାଗି ହୁତୁହୁତୁ ହୋଇ ଜଳି ଉଠିଥିଲା। ଖବର ପାଇ ଛତ୍ରପୁର ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ।

ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ବିଡ଼ିଓ ଅଚ୍ୟୁତାନନ୍ଦ ଯାନୀ, ଛତ୍ରପୁର ଏସ୍‌ଡିପିଓ ଗୌରହରି ସାହୁ, ଥାନା ଆଇଆଇସି ସୁମିତ୍ରା ପାତ୍ର, ଗ୍ରାସୀମ ସୁରକ୍ଷା ଅଧିକାରୀ ଲିପିକ ମହାନ୍ତି ପ୍ରମୁଖ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତି ଅନୁଧ୍ୟାନ କରିଥିଲେ l ଟ୍ରକର ସେଲ୍ଫ ମଟରରେ ଶର୍ଟ ସର୍କିଟ ହୋଇ ଗାଡିରେ ନିଆଁ ଲାଗିଯାଇଥିବା ଟ୍ରକ ଡ୍ରାଇଭର ପ୍ରହଲ୍ଲାଦ ଯାନୀ ସୂଚନା ଦେଇଛନ୍ତି l

ସୂଚନା ଯୋଗ୍ୟ, ଖୋର୍ଦ୍ଧା ପିପିସିଏଲରୁ ଟ୍ରକ ନଂ 000C 58552 ବ୍ରହ୍ମପୁରକୁ ଆସୁଥିଲା l ହେଲେ ପୁଇଁତଳା ଛକରେ ହଟାତ ଗାଡି ଇଞ୍ଜିନଣୁ ଧୂଆଁ ବାହାରୁ ଥିବା ଜାଣି ଡ୍ରାଇଭର ପ୍ରହଲ୍ଲାଦ ଗାଡିକୁ ଅଟକାଇ ଦେଇଥିଲେ। ପରବର୍ତ୍ତୀ ସମୟରେ ଗାଡ଼ିରେ ନିଆଁ ଲାଗିଯାଇଥିଲା। ଅନ୍ୟପକ୍ଷେ ଗ୍ୟାସ୍‌ ସିଲିଣ୍ଡରେ ନିଆଁ ଲାଗିବା ପୂର୍ବରୁ କମ୍ପାନୀ କର୍ମଚାରୀ ଏବଂ ଛତ୍ରପୁର ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଫଳରେ ସମସ୍ତ ସିଲିଣ୍ଡର ସୁରକ୍ଷିତ ରହିଛି। ହେଲେ ଇଞ୍ଜିନ ପୋଡ଼ି ନଷ୍ଟ ହୋଇଯାଇଛି l ଗାଡ଼ିରେ ୪୨୦ ସିଲିଣ୍ଡର ଓ ୧୦ଟି ୩୫କେଜି ସିଲିଣ୍ଡର ଲୋଡ଼ ଥିବା ଡ୍ରାଇଭର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଶ୍ରୀରାମ ନବମୀର ୭୫ ବର୍ଷ ପୂର୍ତ୍ତି ସମାରୋହ, ଯୋଗଦେଲେ ଯୁବ ନେତା ନୀଳମାଧବ ସିଂଦେଓ

ରିଷିଡ଼ା, ୮ା୪ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ତେରେସିଂହା ପଞ୍ଚାୟତ ବିନ୍ଧାଣି ଗ୍ରାମରେ ପବିତ୍ର ରାମନବମୀ ପାଳନର ୭୫ ବର୍ଷ ପୂର୍ତ୍ତି ସମାରୋହ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri