ସହପାଠୀଙ୍କୁ ପଢ଼ାଉଛନ୍ତି ମେଧାବୀ

ବଇଣ୍ଡା,୧୬।୯(ପରିକ୍ଷିତ ସାହୁ): ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ଫେଡେରେଶନର ଆହ୍ବାନ କ୍ରମେ ୩ ଦଫା ଦାବି ପୂରଣ ପାଇଁ ଅନୁଗୋଳ ଜିଲା ଆଠମଲ୍ଲିକ ଓ କିଶୋରନଗର ବ୍ଲକର ଶିକ୍ଷୟିତ୍ରୀ ଶିକ୍ଷକମାନେ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଆନ୍ଦୋଳନ ଚଳାଇଛନ୍ତି। ଏହି ଆନ୍ଦୋଳନରେ ଆଠମଲ୍ଲିକ ବ୍ଲକର ୧୯୩ ବିଦ୍ୟାଳୟର ୫୭୬ ଜଣ ଏବଂ କିଶୋରନଗର ବ୍ଲକର ୧୬୩ ବିଦ୍ୟାଳୟର ୩୫୨ ଶିକ୍ଷୟିତ୍ରୀଶିକ୍ଷକ ସାମିଲ ହୋଇଛନ୍ତି। ଫଳରେ ଏସବୁ ସ୍କୁଲରେ ପାଠପଢା ଗୁରୁତର ପ୍ରଭାବିତ ହୋଇଛି। ଏପରି କି ଅନେକ ସ୍କୁଲରେ ଜଣେ ହେଲେ ବି ଶିକ୍ଷୟିତ୍ରୀ ଶିକ୍ଷକ ନ ଥିବାରୁ ସେଠାରେ ଶିକ୍ଷାଦାନ ଏକ ପ୍ରକାର ଠପ୍‌ ହୋଇଯାଇଛି। ଏପରି କେତେକ ବିଦ୍ୟାଳୟରେ ସହପାଠୀମାନଙ୍କୁ ମେଧାବୀ ଛାତ୍ରୀଛାତ୍ରମାନେ ପାଠ ପଢାଉଥିବା ଦେଖିବାକୁ ମିଳୁଛି।
ପ୍ରକାଶ ଯେ, ଗତ ୮ ତାରିଖରୁ ଶିକ୍ଷୟିତ୍ରୀ ଶିକ୍ଷକମାନେ ଆନ୍ଦୋଳନ ଚଳାଇଥିବାରୁ ଆଠମଲ୍ଲିକ ଓ କିଶୋରନଗର ବ୍ଲକର ସମସ୍ତ ପ୍ରାଥମିକ ଓ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷାଦାନ ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୩ ତାରିଖରୁ ଶିକ୍ଷୟିତ୍ରୀଶିକ୍ଷକମାନେ ସାମୂହିକ ଛୁଟିରେ ରହିଛନ୍ତି। ଏ ନେଇ ସେମାନେ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ସାମୂହିକ ଛୁଟିର ନଥିପତ୍ର ପ୍ରଦାନ କରିଛନ୍ତି। ଅନେକ ବିଦ୍ୟାଳୟ ଖୋଲା ରହୁଥିବାବେଳେ କିଶୋରନଗର ବ୍ଲକର ୧୬୧ ବିଦ୍ୟାଳୟରେ ମାତ୍ର ଜଣେ ଲେଖାଏ ଶିକ୍ଷକ ପାଠ ପଢାଇବା ପାଇଁ ଆସୁଥିବା ଜଣାପଡିଛି। ଅନ୍ୟ ଶିକ୍ଷକମାନେ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସେହିପରି ଆଠମଲ୍ଲିକ ବ୍ଲକର ଅନେକ ବିଦ୍ୟାଳୟରେ ଜଣେ ଲେଖାଏ ଶିକ୍ଷକ ଆସି ପଢାଉଥିବାବେଳେ ବିଦ୍ୟାଳୟର ମେଧାବୀ ଛାତ୍ରୀଛାତ୍ରମାନେ ସେମାନଙ୍କ ସହପାଠୀଙ୍କୁ ପାଠ ପଢାଉଥିବା ଦେଖିବାକୁ ମିଳିଛି। ଏହାକୁ ନେଇ ଅଭିଭାବକଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ଏ ନେଇ କିଶୋରନଗର ବ୍ଲକ ଶିକ୍ଷକ ସଂଘ ସଭାପତି ଦିଲୀପ ପ୍ରଧାନ ଓ ଆଠମଲ୍ଲିକ ବ୍ଲକ ଶିକ୍ଷକ ସଂଘ ସଭାପତି ପଦ୍ମନାଭ ରାଉତ କହିଛନ୍ତି, ସରକାର ଶିକ୍ଷକଙ୍କ ଦାବିକୁ ନ ମାନିବା ପର୍ଯ୍ୟନ୍ତ ଆନ୍ଦୋଳନ ଚାଲୁ ରହିବ।


Enter your email to get our daily news in your inbox.

All Right Reserved By Dharitri.Com

କୋର୍ଟଙ୍କ ବଡ଼ ରାୟ: ହତ୍ୟାକାରୀଙ୍କୁ ଆଜୀବନ ଜେଲ

ଭବାନୀପାଟଣା,୩୦ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍‌. ରାମପୁର ଥାନା ଅନ୍ତର୍ଗତ କୁଟ୍ରୁପଲା ଗାଁରେ ୨୦୧୪ରେ ହୋଇଥିବା ଏକ ହତ୍ୟା ମାମଲାର ରାୟ ଗୁରୁବାର ପ୍ରକାଶ ପାଇଛି।…

ପ୍ରେମିକଙ୍କ ଘର ବାରଣ୍ଡାରେ ଧାରଣାରେ ବସିଲେ ପ୍ରେମିକା

ମାଲକାନଗିର,୩୦।୭ (ଦୁର୍ଯ୍ୟୋଧନ ପାତ୍ର): ଜଣେ ବିବାହିତ ଯୁବକ ବିବାହର ପ୍ରତିଶ୍ରୁତି ଦେଇ ସମ୍ପର୍କ ଓ ପରେ ପ୍ରତାରଣା ବିରୋଧରେ ବିବାହିତ ପ୍ରେମିକା ଗତ ତିନି ଦିନ ଧରି…

ଖେଳ ପଡ଼ିଆରେ ଟ୍ରାକ୍ଟର ଚଳାଇ ଧାନ ତଳି ପକାଇଲେ, ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ-ଉତ୍ତେଜନା

ହାଟଡିହୀ, ୩୦।୭(ଶୁଭକାନ୍ତ ନାୟକ): ସରକାର ଖେଳ ଏବଂ ଶାରୀରିକ ବିକାଶ ପାଇଁ କୋଟି କୋଟି ଟଙ୍କା ବ୍ୟୟ କରୁଥିବାବେଳେ କେନ୍ଦୁଝର ଜିଲା ହାଟଡିହୀ ତହସିଲ ଅଧୀନସ୍ଥ ବଡ଼ରମ୍ପାସ…

କ୍ଷେତପୋଖରୀ ଦୁର୍ନୀତିକୁ ନେଇ ସରପଞ୍ଚ-ସମିତିସଭ୍ୟ ମୁହାଁମୁହିଁ: ହଟ୍ଟଗୋଳ ଯୋଗୁ ଉଠି ଚାଲିଗଲେ…

ଦିଗପହଣ୍ଡି,୩୦|୭(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମିଶନ ଶକ୍ତି ସମ୍ମିଳନୀ କକ୍ଷରେ ଗୁରୁବାର ଦିଗପହଣ୍ଡି ବ୍ଲକସ୍ତରୀୟ ଏମଜିଏନଆରଇଜିଏ ଯୋଜନାର ସାମାଜିକ ସମୀକ୍ଷା ଜନଶୁଣାଣି…

କୋରାପୁଟରେ ୬୫୪. ୫ ମି.ମି. ରେକର୍ଡ ବର୍ଷା, ଭାଙ୍ଗିଲା ୮ ଘର

କୋରାପୁଟ,୩୦ା୭(ଅମିତାଭ ବେହେରା): ଗତ ୨୪ ଘଣ୍ଟା ମଧ୍ୟରେ କୋରାପୁଟ ଜିଲାର ୧୪ ବ୍ଲକରେ ମୋଟ ୬୫୪.୫ ମି.ମି. ବର୍ଷା ରେକର୍ଡ ହୋଇଛି। ହାରାହାରି ବର୍ଷାର ପରିମାଣ ୪୬.୭୫…

ପିସ୍ତଲ ଦେଖାଇ ହତ୍ୟା ଧମକ ଦେଇଥିଲେ, ଯୁବକଙ୍କୁ ବାନ୍ଧିଲା…

ଦେବଗଡ଼,୩୦ା୭(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଥାନା ଅନ୍ତର୍ଗତ ସୁନାମୁଣ୍ଡା ଗ୍ରାମରେ ପିସ୍ତଲ ମୁନରେ ଭୟଭୀତ କରି ହତ୍ୟା ଧମକ ଦେଇଥିବା ଜଣେ ଯୁବକକୁ ପୋଲିସ ଗିରଫ କରିଛି।…

ଆମେରିକାର ବଡ଼ ଆକ୍ରମଣ, ଧ୍ୱଂସ ହେଲା ଇରାନର ସାମରିକ ଘାଟି

ବାଗଦାଦ୍‌,୩୦।୭: ଆମେରିକୀୟ ସେନା ଉପରେ ଇରାନର କ୍ଷେପଣାସ୍ତ୍ର ଆକ୍ରମଣର ବଡ଼ ଜବାବ ଦେଇଛି ଆମେରିକା। ଆମେରିକୀୟ ସେନାର ସେଣ୍ଟ୍ରାଲ କମାଣ୍ଡ ଅନୁଯାୟୀ ଇରାନର ବିପ୍ଳବୀ ଗାର୍ଡ କୋର୍‌(ଆଇଆରଜିସି)ର…

ଦେଖାଳି ଗାଁରେ ସିରିଜ୍ ଚୋରି: ଦୋକାନରୁ ଟଙ୍କା-ଜୋତା ଲୁଟ୍, ଅଞ୍ଚଳରେ ଆତଙ୍କ; ରାତ୍ରିକାଳୀନ ପାଟ୍ରୋଲିଂ…

ଦିଗପହଣ୍ଡି,୩୦।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ ଦେଖାଳି ଗାଁ ଓ ମୁଖ୍ୟ ରାସ୍ତାକଡ଼ରେ ଥିବା ବିଭିନ୍ନ ଦୋକାନରୁ ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri