Posted inଫୁରସତ

ସ୍କୁଟିର ଚାଲାଣ କାଟିବାରୁ ହାଇ ଭୋଲ୍‌ଟେଜ୍‌ ଡ୍ରାମା କଲେ ଏହି ମହିଳା, ପୋଲିସ ଟୋପି-ଏଟିଏମ୍‌ କାର୍ଡକୁ ଛଡ଼ାଇ…

ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କଲେ ଜରିମାନା ଲାଗିବା ସାଧାରଣ କଥା। ହେଲେ ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ ଏକ ମଜାଦାର ଘଟଣା ଘଟିଛି। ଜଣେ ମହିଳା ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିଥିଲେ। ପୋଲିସ ତାଙ୍କର ଚାଲାଣ କାଟିବା ସମୟରେ ସେ ହାଇ ଭୋଲ୍‌ଟେଜ୍‌ ଡ୍ରାମା କରିଥିଲେ। ଘଟଣାର ଭିଡିଓ ଭାଇରାଲ ହେବା ପରେ ଲୋକମାନେ ଭଳିକି ଭଳି ପ୍ରତିକ୍ରିୟା ରଖୁଛନ୍ତି।

ମହିଳାଜଣଙ୍କ ସ୍କୁଟିରେ ଯାଉଥିବା ବେଳେ ଟ୍ରାଫିକ୍‌ ନିୟମ ଭାଙ୍ଗିଥିଲେ। ଏହି ସମୟରେ ପୋଲିସ ତାଙ୍କୁ ଅଟକାଇ ଚାଲାଣ କାଟିଥିଲା। ହେଲେ ମହିଳାଜଣଙ୍କ ପୋଲିସ ସହ ଯୁକ୍ତିତର୍କ କରିବା ଆରମ୍ଭ କରିଥିଲେ। ପରେ ରାଗିଯାଇ ପୋଲିସକର୍ମୀଙ୍କ ଏଟିଏମ୍‌ କାର୍ଡ ଏବଂ ତାଙ୍କର ଟୋପିକୁ ନିଜ ସ୍କୁଟି ଡିକିରେ ରଖି ବନ୍ଦ କରିଦେଇଥିଲେ। ଫଳରେ ଦୀର୍ଘ ସମୟ ଧରି ଉତ୍ତେଜନା ଦେଖାଦେଇଥିଲା।

ଘଟଣାଟି ଲକ୍ଷ୍ନୌର ସମତାମୂଲକ ଏବଂ ୧୦୯୦ ମଝିରେ ଆସୁଥିବା ଗୋମତୀ ନଦୀ ବ୍ରିଜ୍‌ ଉପରେ ଘଟିଛି। ବ୍ରିଜ୍‌ ଉପର ଦେଇ ମହିଳା ଯାଉଥିବା ବେଳେ ସେଠାରେ ନିୟୋଜିତ ହୋଇଥିବା ପୋଲିସ ତାଙ୍କ ଗାଡ଼ିର ଫଟୋ ଉଠାଇନେଇଥିଲେ। ଏହାଦେଖି ମହିଳା ଗାଡ଼ିର କାଗଜପତ୍ର ଠିକ ଥିବା ସତ୍ତ୍ୱେ ଏଭଳି କାହିଁକି କଲ ବୋଲି ପଚାରିଥିଲେ। ଜବାବରେ ୧୦୯୦ ଛକରେ ସିଗ୍‌ନାଲ ନ ମାନି ଚାଲି ଆସିଥିବା କଥା ପୋଲିସ କର୍ମଚାରୀ କହିଥିଲେ। ଏହାଶୁଣି ରାଗି ଯାଇଥିଲେ ଉକ୍ତ ମହିଳା। ତାଙ୍କର ତୁମୁଳକାଣ୍ଡ ପରେ ସେଠାରେ ଲୋକମାନେ ଗଦା ହେବାରେ ଲାଗିଥିଲେ। ସେମାନେ ମହିଳାଙ୍କୁ ବୁଝାଇଥିଲେ। ଶେଷରେ ମହିଳାଜଣଙ୍କ ପୋଲିସ କର୍ମଚାରୀଙ୍କ ସାମଗ୍ରୀ ଫେରାଇଥିବା ଜଣାପଡ଼ିଛି। ତେବେ ଭିଡିଓ ଭାଇରାଲ ପରେ ଏହା ଏବେ ବେଶ୍‌ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଦାରୁ ମିଳିଲା ଯୁବକଙ୍କ ରକ୍ତାକ୍ତ ମୃତଦେହ : ହତ୍ୟା ସନ୍ଦେହ

ବିନିକା,୧୦।୭: ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ଅନ୍ତର୍ଗତ ଅଇଁଲାସାରି ଗାଁ ନିକଟ ରାସ୍ତାକଡ଼ରୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହେବା ପରେ ସମଗ୍ର ଅଞ୍ଚଳରେ ଚାଞ୍ଚଲ୍ୟ…

ମିଷ୍ଟ୍ରି ଗର୍ଲଙ୍କ ସହ ଭାଇରାଲ ହେଉଛି ଶୁବମନ ଗିଲଙ୍କ ଫଟୋ, କିଏ ସେହି ରହସ୍ୟମୟୀ ଝିଅ? ସାରା ତେନ୍ଦୁଲକରଙ୍କୁ ଦେବେ ଟକ୍କର

ନୂଆଦିଲ୍ଲୀ,୧୧।୭: ଟିମ ଇଣ୍ଡିଆର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲ ୱିମ୍ବଲଡନକୁ ନେଇ ଚର୍ଚ୍ଚାରେ ଅଛନ୍ତି। ତାଙ୍କୁ ସଚିନ ତେନ୍ଦୁଲକର ଏବଂ ତାଙ୍କ ପରିବାର ସହିତ…

ମ୍ୟାଚ ପୂର୍ବରୁ ଯୁବ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କୁ ଚେତାଇଲେ ଇଂଲଣ୍ଡ ଖେଳାଳି, କହିଦେଲେ ଏତେ ବଡ଼ କଥା

ନୂଆଦିଲ୍ଲୀ, ୧୧।୭: ଭାରତୀୟ କ୍ରିକେଟ ଦଳ ଇଂଲଣ୍ଡ ବିପକ୍ଷ ଟି-୨୦ ସିରିଜ ହରାଇ ସାରିଛି, କିନ୍ତୁ ଆଜି ଖେଳାଯିବାକୁ ଥିବା ପଞ୍ଚମ ତଥା ଅନ୍ତିମ ଟି-୨୦ ମ୍ୟାଚ…

TMCକୁ ଆଉ ଏକ ଝଟକା! ମମତାଙ୍କ ଠାରୁ ଅଲଗା ହେବାକୁ ଯାଉଛନ୍ତି ଅନୁବ୍ରତ ମଣ୍ଡଳ

କୋଲକାତା,୧୧।୭: ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ବୋଲି ବିବେଚିତ ଅନୁବ୍ରତ ମଣ୍ଡଳ ଏବେ ତାଙ୍କଠାରୁ ଅଲଗା ହୋଇ ରୀତାବ୍ରତ ବାନାର୍ଜୀଙ୍କ ଶିବିରରେ ଯୋଗ ଦେଇପାରନ୍ତି।…

ମୋଦି ରହୁଥିବା ହୋଟେଲରେ ପଶିଲେ ବିକ୍ଷୋଭକାରୀ, ଆଉ ତା’ପରେ…

ମେଲ୍‌ବୋର୍ନ,୧୧ା୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ ଅଷ୍ଟ୍ରେଲିଆ ଗସ୍ତରେ ଯାଇ ବୁଧବାର ସେଠାରେ ପହଞ୍ଚତ୍ବାର କିଛି ସମୟ ପରେ ମେଲ୍‌ବୋର୍ନର ଏକ ହୋଟେଲରେ ଜଣେ ଅତି…

ଡ୍ରାଗନର ନୂଆ ଚାଲ: ଚାଇନାର ନଦୀବନ୍ଧ ଭାରତ ପାଇଁ ସାଜିବ କି ବଡ଼ ବିପଦ?

ବେଜିଂ,୧୧ା୭: ତିବ୍ବତର ୟାରଲୁଙ୍ଗ୍‌ ସାଙ୍ଗପୋ ନଦୀରେ ଚାଇନା ବିଶ୍ୱର ସର୍ବବୃହତ ଜଳବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ କରୁଥିବାବେଳେ ଉକ୍ତ ନଦୀବନ୍ଧ ପ୍ରତି ପ୍ରାକୃତିକ ବିପଦ ରହିଥିବା ଚାଇନା ସରକାରଙ୍କ…

ସଚିନଙ୍କ ସହ ୱିମ୍ବଲଡନ ଦେଖିବାକୁ ଗଲେ ଶୁବମନ ଗିଲ୍‌: ଲୋକେ କହିଲେ…

ନୂଆଦିଲ୍ଲୀ,୧୧।୭: ଭାରତର ଟେଷ୍ଟ ଏବଂ ଏକଦିବସୀୟ ଅଧିନାୟକ ଶୁବମନ ଗିଲଙ୍କୁ ୱିମ୍ବଲଡନରେ ରୟାଲ ବକ୍ସରେ କିମ୍ବଦନ୍ତୀ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଏବଂ ତାଙ୍କ ସ୍ତ୍ରୀ ଅଞ୍ଜଳିଙ୍କ…

IND vs ENG: ବାହାନା ପରେ ବାହାନା… ଟିମ ଇଣ୍ଡିଆର ଦୁଃଖଦ ଅବସ୍ଥା ସମ୍ପର୍କରେ ଏକ ଆଶ୍ଚର୍ଯ୍ୟଜନକ ବୟାନ ଦେଲେ ଶ୍ରେୟସ ଆୟର

ନୂଆଦିଲ୍ଲୀ,୧୧।୭: ଭାରତର T20 ଦଳର ନୂତନ ଅଧିନାୟକ ଶ୍ରେୟସ ଆୟରଙ୍କ ପାଖରେ ଅସୀମ ବାହାନା ଥିବା ପରି ମନେହୁଏ। ସେ ଏବେ ଆଉ ଏକ ବାହାନା ବାହାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri