ପ୍ରେମିକାଙ୍କୁ ଅପହରଣ ପରେ ହତ୍ୟା: ମାଟିତଳୁ ମିଳିଲା ମୃତଦେହ

ବ୍ରହ୍ମଗିରି,୨୬।୭(ଡି.ଏନ.ଏ): ପ୍ରଥମେ ପ୍ରେମ। ତା’ପରେ ପ୍ରତାରଣା କରି ଶେଷରେ ପ୍ରେମିକାକୁ ଅପହରଣ କରି ହତ୍ୟା କରିଛି ପ୍ରେମିକ। ସମସ୍ତ ପ୍ରମାଣକୁ ଲୁଚାଇବାକୁ ଯାଇ ଗାଁଠାରୁ ୫ କିଲୋମିଟର ଦୂର ଏକ ପୋଖରୀ ହୁଡ଼ାରେ ମୃତଦେହକୁ ପୋତିଦେଇଛି। ପୋଲିସ ଛାନ୍‌ଭିନ୍‌ କରି ମାଟି ତଳୁ ମୃତଦେହ ଉଦ୍ଧାର କରିଛି। ଏଭଳି ଏକ ସ୍ପର୍ଶକାତର ଘଟଣା ପୁରୀ ଜିଲା ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଶ୍ରୀକରପୁର ଗ୍ରାମରେ ଦେଖିବାକୁ ମିଳିଛି। ଏ ନେଇ ପୋଲିସ ଏକ ହତ୍ୟା ମାମଲା ରୁଜୁ କରି ଅଭିଯୁକ୍ତ ସୁଜିତ ସାହୁଙ୍କୁ ଗିରଫ କରିଛି।

ସୂଚନା ମୁତାବକ, ସୁଜିତ ସେହି ଗ୍ରାମର ଜଣେ ଯୁବତୀଙ୍କୁ ପ୍ରେମ କରୁଥିଲେ। ଏହି କଥା ଯୁବତୀଙ୍କ ବାପା ଜାଣିବା ପରେ ସୁଜିତଙ୍କ ପରିବାରଙ୍କୁ ଅବଗତ କରାଇଥିଲେ। ୪ ମାସ ପରେ ଉଭୟଙ୍କ ବିବାହ କରାଯିବ ବୋଲି ସୁଜିତଙ୍କ ପରିବାର ପକ୍ଷରୁ ପ୍ରତିଶ୍ରୁତି ମିଳିଥିଲା। କିନ୍ତୁ ସମୟ ଅତିବାହିତ ହୋଇଥିଲେ ମଧ୍ୟ ଏମାନଙ୍କ ବିବାହ ସୁଜିତଙ୍କ ପରିବାର ଲୋକେ କରି ନ ଥିଲେ। ଏହି ଘଟଣା ତାଙ୍କ ଗ୍ରାମ ସଭାରେ ଉପସ୍ଥାପନ ହୋଇଥିଲା। ଏହାର କିଛିଦିନ ପରେ ଯୁବତୀ ନିଖୋଜ ହୋଇଯାଇଥିଲେ। ପରେ ଯୁବତୀଙ୍କ ବାପା ଗତ ୧୮ତାରିଖରେ ଝିଅକୁ ସୁଜିତ ଅପହରଣ କରି ନେଇଥିବା ଜାଣିବାକୁ ପାଇଥିଲେ। ଏ ନେଇ ସେ ଗ୍ରାମସଭାରେ ଜଣାଇଥିଲେ। ଗ୍ରାମର ନୀତିନିୟମ ଅନୁସାରେ ଶୁକ୍ରବାର ସଭାରେ ଉଭୟ ପରିବାରଙ୍କ କଥା ବିଚାର ହୋଇଥିଲା।

ଯୁବତୀଙ୍କ ସମ୍ପର୍କରେ ପଚରା ଯିବା ପରେ ସୁଜିତଙ୍କ ଭାଇ ଯୁବତୀଙ୍କ ମୃତ୍ୟୁ ହୋଇଥିବା କହିଥିଲେ। ଏହାଶୁଣି ଯୁବତୀଙ୍କ ପରିବାର ଲୋକେ ବିଶ୍ୱାସ କରିପାରିଲେ ନାହିଁ। ଝିଅକୁ ହତ୍ୟା କରାଯାଇଥିବା କହି ପରିବାର ଲୋକେ ଶୁକ୍ରବାର ରାତିରେ ବ୍ରହ୍ମଗିରି ଥାନାରେ ଅଭିଯୋଗ କରିଥିଲେ। ଏହାକୁ ଭିତ୍ତି କରି ପୋଲିସ ନଂ.୧୧୭/୨୦ରେ ଏକ ହତ୍ୟା ମାମଲା ରୁଜୁ କରି ସୁଜିତ୍‌ଙ୍କୁ ଧରିଥିଲା। ପଚରାଉଚରା ପରେ ଯୁବତୀଙ୍କୁ ହତ୍ୟା କରି ଗ୍ରାମ ନିକଟ ପୋଖରୀ ପାଖରେ ପୋତିଥିବା ସୁଜିତ ସ୍ବୀକାର କରିଥିଲେ। ଶନିବାର ପୋଲିସ ସାଇଣ୍ଟିଫିକ ଟିମ ସହ ସୁଜିତଙ୍କୁ ଧରି ଘଟଣାସ୍ଥଳକୁ ଯାଇ ପୋଖରୀ ବନ୍ଧ ନିକଟରୁ ଯୁବତୀଙ୍କ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏହି ଉଦ୍ଧାର କାର୍ଯ୍ୟରେ ପୁରୀ ସଦର ଏସ୍‌ଡିପିଓ କିଶୋର ଚନ୍ଦ୍ର ମୁଣ୍ଡେ, ବ୍ରହ୍ମଗିରି ଥାନାଧିକାରୀ ମନୋଜ କୁମାର ଶତପଥୀ, ଅତିରିକ୍ତ ତହସିଲଦାର ହେମନ୍ତ କୁମାର ଭାରିମଲ୍ଲ ଉପସ୍ଥିତ ଥିଲେ। ପ୍ରକାଶ ଥାଉ କି, ଏହି ହତ୍ୟାକାଣ୍ଡରେ ଆହୁରି ଅନେକ ଲୋକ ସାମିଲ ଥିବା ସାଧାରଣରେ ସନ୍ଦେହ ହେଉଛି। ଏ ସମ୍ପର୍କରେ ସଦର ଏସଡିପିଓ ମୁଣ୍ଡ୍‌ କୁହନ୍ତି, ଆମେ ଅଭିଯୁକ୍ତଙ୍କୁ ଗିରଫ କରି ଘଟଣାର ତଦନ୍ତ କରୁଛୁ। ଏଥିରେ ଆଉ କିଏ ସମ୍ପୃକ୍ତ ରହିଛନ୍ତି ତଦନ୍ତ ପରେ ଜଣାପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri