Posted inUncategorized

ପ୍ରସ୍ତୁତ ହେବ ଚିଠା ଯୋଜନା

ଭୁବନେଶ୍ୱର, ୩୦।୧୦(ବ୍ୟୁରୋ): ଅଣସଂଗଠିତ କ୍ଷେତ୍ରରେ କାମ କରୁଥିବା ମୋଟର ଚାଳକ ଏବଂ ମୋଟର କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ବିଭିନ୍ନ ଘରୋଇ ଓ ଅଣସଂଗଠିତ ପରିବହନ ସଂସ୍ଥା ପ୍ରଭୃତିରେ କାମ କରୁଥିବା ଚାଳକ ଓ କର୍ମଚାରୀମାନଙ୍କର ସଂଖ୍ୟା ଆକଳନ କରାଯିବ। ମୋଟର କର୍ମଚାରୀଙ୍କ କଲ୍ୟାଣ ନିମନ୍ତେ ପ୍ରଚଳିତ ପୁରୁଣା ନିୟାମକରେ ଆବଶ୍ୟକ ସଂଶୋଧନ ଆଣିବାକୁ ମଧ୍ୟ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଛନ୍ତି। ଆଇନ ବିଭାଗ, ବାଣିଜ୍ୟ ଓ ପରିବହନ ବିଭାଗ ମିଳିତ ଭାବେ ପ୍ରସ୍ତାବ ସହ ସମ୍ପୃକ୍ତ ଆଇନଗତ, ପ୍ରଶାସନିକ ଏବଂ ଆର୍ଥିକ ଦିଗକୁ ଅନୁଧ୍ୟାନ କରି ଆସନ୍ତା ଏକ ସପ୍ତାହ ମଧ୍ୟରେ ଚିଠା ପ୍ରସ୍ତାବ ପ୍ରସ୍ତୁତ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।
ଶନିବାର ଲୋକସେବା ଭବନ ଠାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଏ ନେଇ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଛି। ରାଜ୍ୟ ଲୋକସେବା ଭବନ ସଭାଗୃହରେ ଆୟୋଜିତ ଏହି ବୈଠକରେ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଏ ସମ୍ବନ୍ଧିତ ଆର୍ଥିକ ଓ ଆଇନଗତ ବିଷୟ ଆଲୋଚନା ନିମନ୍ତେ ଉପସ୍ଥାପନ କରିଥିଲେ। ବୈଠକରେ ଉପସ୍ଥିତ ପ୍ରସ୍ତାବଗୁଡ଼ିକୁ ବିଚାରକରି ମୋଟର କର୍ମଚାରୀ କଲ୍ୟାଣ ସାମଗ୍ରିକ ବିକାଶ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ବୋଲି ମୁଖ୍ୟ ଶାସନ ସଚିବ କହିଛନ୍ତି। ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ ବିଶାଳ କୁମାର ଦେବ, ପରିବହନ ଆୟୁକ୍ତ ଅରୁଣ ବୋଥ୍ରାଙ୍କ ସମେତ ସମ୍ପୃକ୍ତ ବିଭାଗର ବରିଷ୍ଠ ଅଧିକାରୀମାନେ ବୈଠକରେ ଯୋଗ ଦେଇଥିଲେ। ଶ୍ରମ ଓ କର୍ମଚାରୀ ରାଜ୍ୟ-ବୀମା ବିଭାଗ ଶାସନ ସଚିବ ଚିତ୍ରା ଅରୁମୁଗମ୍‌, ଶ୍ରମ ଆୟୁକ୍ତ ଡାକ୍ତର ଥିରୁମାଲା ନାୟକ ମଧ୍ୟ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମବାୟ ସମିତିରୁ ରାତିରେ ସାର ଚାଲାଣ ଅଭିଯୋଗ, ବଢ଼ିଲା ଚାଷୀ ଅସନ୍ତୋଷ

ହାଟଡିହୀ/ଛେନାପଦୀ,୨୩।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସମଣା ସେବା ସମବାୟ ସମିତିରେ ଚାଷୀଙ୍କ ପାଇଁ ମହଜୁଦ ଥିବା ସାରକୁ ବିକ୍ରି ଉଦ୍ଦେଶ୍ୟରେ ରାତିରେ ଅନ୍ୟତ୍ର…

କୋକସରାରେ ବର୍ଷା ବିତ୍ପାତ, ଘରେ ପଶିଲା ପାଣି

କୋକସରା,୨୩।୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଶନିବାରଠାରୁ ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କଳାହାଣ୍ଡି ଜିଲା କୋକସରା ଅଞ୍ଚଳରେ ବେହାଳ ପରିସ୍ଥିତି ସୃଷ୍ଟି ହୋଇଛି। ପ୍ରାୟ ୩୦ ଘଣ୍ଟାରୁ…

ଲୋକଙ୍କୁ ବିକୁଥିଲେ ନକଲି ବ୍ରାଣ୍ଡ୍‌ ଘଣ୍ଟା, ୪ଜଣଙ୍କୁ ବାନ୍ଧିଲା ପୋଲିସ

ରାଉରକେଲା,୨୩।୮(ସଙ୍ଗୀତା ଜେନା): ନକଲି ବ୍ରାଣ୍ଡ୍‌ ଘଣ୍ଟା ବିକ୍ରି ଅଭିଯୋଗରେ ପ୍ଲାଣ୍ଟସାଇଟ୍‌ ଥାନା ପୋଲିସ ୪ ଜଣଙ୍କୁ ରବିବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବିଶ୍ରା ଜିନତ…

ବସ୍‌ଷ୍ଟାଣ୍ଡରେ ବିକୁଥିଲେ କଫ୍‌ସିରପ୍‌, ମାଡ଼ି ବସିଲା ପୋଲିସ

ବରଗଡ଼,୨୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ପୋଲିସ ଶନିବାର ରାତିରେ ବେଆଇନ ଭାବେ ଚାଲିଥିବା କଫସିରପ୍‌ କାରବାରକୁ ଠାବ କରିଛି। ପୋଲିସ ଏହି କାରବାରରେ ୨ଜଣ…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

ଅବ୍ୟବସ୍ଥାରେ ବଡ଼ଛତ୍ରଙ୍ଗ ହାଇସ୍କୁଲ, ଛାତରୁ ଝରୁଛି ପାଣି, ନାହାନ୍ତି ଶିକ୍ଷକ

ଥୁଆମୂଳ ରାମପୁର,୨୩।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଐତିହାସିକ ସରକାରୀ ଉଚ୍ଚ ବିଦ୍ୟାଳୟ ବଡ଼ଛତ୍ରଙ୍ଗରେ ଶିକ୍ଷାବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ୧୯୬୬ରୁ ସ୍ଥାପିତ ଏହି…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

ଲଗାଣ ବର୍ଷାରେ ପାପଡ଼ାହାଣ୍ଡିରେ ବନ୍ୟା, ଭାଙ୍ଗିଲା ୩୮ ଘର, ୧୦୦ଜଣଙ୍କୁ ସ୍ଥାନାନ୍ତର

ପାପଡ଼ାହାଣ୍ଡି, ୨୩।୮(ସ୍ବପ୍ନଜିତ ପଟ୍ଟନାୟକ): ଗତ ୨ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷାରେ ରବିବାର ପାପଡ଼ାହାଣ୍ଡି ବ୍ଲକରେ ବନ୍ୟା ପରିସ୍ଥିତି ଉପୁଜିଛି। ପାପଡ଼ାହାଣ୍ଡି ସଦର ସମେତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri