ଆଜି କାଲିଫର୍ନିଆ ଉପକୂଳରେ ଅବତରଣ କରିବେ ଶୁଭାଂଶୁ ଶୁକ୍ଳା

ଓ୍ବାଶିଂଟନ୍‌, ୧୫ା୭:ଭାରତୀୟ ମହାକାଶଚାରୀ ତଥା ବାୟୁସେନା ଗ୍ରୁପ୍‌ କ୍ୟାପ୍ଟେନ୍‌ ଶୁଭାଂଶୁ ଶୁକ୍ଳା ଏବଂ ଆକ୍ସିଓମ୍‌-୪ ମିଶନର ଅନ୍ୟ ୩ କ୍ରିଉ ସଦସ୍ୟ ପେଗୀ ହ୍ବିଟ୍‌ସନ୍‌, ସ୍ଲାଓଜ୍‌ ଉଜ୍‌ନାନ୍‌ସ୍କି ଏବଂ ଟିବୋର କାପୁ ସୋମବାର ଭାରତୀୟ ସମୟ ଅପରାହ୍ନ ସାଢ଼େ ୪ଟାରେ ସ୍ପେସ୍‌ଏକ୍ସ’ର ଡ୍ରାଗନ ମହାକାଶଯାନ ଯୋଗେ ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର (ଆଇଏସ୍‌ଏସ୍‌) ଛାଡ଼ିଛନ୍ତି। ୧୮ ଦିନ ପରେ ସ୍ପେସ୍‌କ୍ରାଫ୍ଟ ଆଇଏସ୍‌ଏସ୍‌ରୁ ଅଲଗା ହୋଇଛି। ୨୨ ଘଣ୍ଚାର ଯାତ୍ରା ପରେ ୪ ମହାକାଶଚାରୀ ମଙ୍ଗଳବାର ଅପରାହ୍ନ ୩ଟାରେ କାଲିଫର୍ନିଆ ଉପକୂଳରେ ଅବତରଣ କରିବେ। ଆଇଏସ୍‌ଏସ୍‌ ଛାଡ଼ିବା ପୂର୍ବରୁ ଶୁଭାଂଶୁ ସେଠାରେ ଏକ ଶୂନ୍ୟ ଗୁରୁତ୍ୱାକର୍ଷଣ ପରୀକ୍ଷଣ ପ୍ରଦର୍ଶନ କରିଥିଲେ। ଜଳ ମାଧ୍ୟମରେ ସୂକ୍ଷ୍ମ ଗୁରୁତ୍ୱାକର୍ଷଣ କିପରି ଦୈନନ୍ଦିନ ପଦାର୍ଥ ବିଜ୍ଞାନକୁ ରୂପାନ୍ତରିତ କରୁଛି, ତାହା ସେ ଦର୍ଶାଇଥିଲେ। ଏହି ପରୀକ୍ଷଣରେ ଶୁଭାଂଶୁ ମହାକାଶରେ ଜଳର ଅନନ୍ୟ ଆଚରଣକୁ ବୁଝାଇଥିଲେ। ଶୁଭାଂଶୁ ସଫଳତାର ସହ ସମସ୍ତ ୭ଟି ସୂକ୍ଷ୍ମ ଗୁରୁତ୍ୱାକର୍ଷଣ ପରୀକ୍ଷଣକୁ ଶେଷ କରିଥିବା ନେଇ ସୋମବାର ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଶୁଭାଂଶୁ ଆଇଏସ୍‌ଏସ୍‌ରେ ମେଥି ଏବଂ ମୁଗ ବିହନ ଗଜା କରାଇବା, ସାଇନୋ ବ୍ୟାକ୍ଟେରିଆ, ଭୋଏଜର ପ୍ରଦର୍ଶନ, ଟାର୍ଡିଗ୍ରେଡ୍‌ସ, ମାୟୋଜେନେସିସ୍‌, ଅଣୁ ଶୈବାଳ ଏବଂ ଫସଲ ବିହନ ଆଦି ଉପରେ ପରୀକ୍ଷଣ ଶେଷ କରିଥିବା ଇସ୍ରୋ କହିଛି। ଆମେରିକୀୟ ମହାକାଶ ସଂସ୍ଥା ନାସା ଏବଂ ଭାରତୀୟ ମହାକାଶ ଗବେଷଣା ସଙ୍ଗଠନ (ଇସ୍ରୋ)ର ମିଳିତ ଆକ୍ସିଓମ୍‌-୪ ମିଶନ ଯୋଗେ ଶୁଭାଂଶୁ ପ୍ରଥମ ଭାରତୀୟ ଭାବେ ଆଇଏସ୍‌ଏସ୍‌ରେ ପହଞ୍ଚିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍ ଓ କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

୧୩ ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରୀ: ଜାଣନ୍ତୁ କାହା ଉପରେ ବାଜିଲା ମୋହର

ଭୁବନେଶ୍ୱର, ୧୩।୭: ରାଜ୍ୟ କ୍ୟାବିନେଟ୍‌ ବୈଠକରେ ୭ଟି ବିଭାଗର ମୋଟ ୧୩ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ଅନୁମୋଦନ ମିଳିଛି। କ୍ୟାବିନେଟ୍‌ ବୈଠକ ପରେ ମୁଖ୍ୟ ସଚିବ ଅନୁ ଗର୍ଗ…

ସେମିଫାଇନାଲରେ ଡାର୍କ ବ୍ଲ୍ୟୁ ଜର୍ସି ପିନ୍ଧିବାକୁ ଫିଫାକୁ କାହିଁକି ଅନୁରୋଧ କଲା ଆର୍ଜେଣ୍ଟିନା, ଜାଣନ୍ତୁ…

ମାୟାମି,୧୪ା୭: ଚଳିତ ଫିଫା ବିଶ୍ୱକପ୍‌ରେ ବୁଧବାର ଦ୍ୱିତୀୟ ସେମିଫାଇନାଲରେ ଡିଫେଣ୍ଡିଂ ଚାମ୍ପିୟନ ଆର୍ଜେଣ୍ଟିନା ଓ ଇଂଲଣ୍ଡ ପରସ୍ପରକୁ ଭେଟିବାକୁ ଯାଉଛନ୍ତି। ଏହି ହାଇ ପ୍ରୋଫାଇଲ ମୁକାବିଲା ପାଇଁ…

ଟ୍ରେନରେ ଯିବେ ବରଯାତ୍ରୀ! ବୁକ୍ କରିପାରିବେ ପୂରା କୋଚ୍ କିମ୍ବା ସ୍ପେଶାଲ ଟ୍ରେନ୍: ଜାଣନ୍ତୁ କେମିତି ଓ କେତେ ଖର୍ଚ୍ଚ ହେବ…

ନୂଆଦିଲ୍ଲୀ,୧୪ା୭: ବିବାହ ଋତୁ ହେଉ, କୌଣସି ଧାର୍ମିକ ଯାତ୍ରାରେ ଶତାଧିକ ଲୋକଙ୍କୁ ଏକାଠି ଯିବାର ଥାଉ କିମ୍ବା କୌଣସି ସଂସ୍ଥାର ଏକ ବଡ଼ ଟିମ୍‌କୁ ଗୋଟିଏ ଟ୍ରେନରେ…

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri