ବସ୍‌ଷ୍ଟାଣ୍ଡରେ ଶୋଇଥିଲେ, ଶ୍ରମିକଙ୍କ ଉପରେ ଚଢ଼ିଗଲା ସରକାରୀ ବସ୍‌

ଭଞ୍ଜନଗର,୨୦।୩(ବାବୁଲା ପ୍ରଧାନ)- ବସ୍‌ଷ୍ଟାଣ୍ଡରେ ଶୋଇଥିବା ବେଳେ ଶ୍ରମିକଙ୍କ ଉପରେ ଚଢ଼ିଗଲା ସରକାରୀ ବସ। ଗୁରୁତର ଅବସ୍ଥାରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲେ ହେଁ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତକ ହେଲେ ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ବ୍ରାହ୍ମଣ ପଦର ଗ୍ରାମର ତ୍ରିନାଥ ଗୌଡ଼।
ସୂଚନାନୁଯାୟୀ, ଭଞ୍ଜନଗର ବସଷ୍ଟାଣ୍ଡର ବିଭିନ୍ନ ହୋଟେଲରେ ପାଣି ଦେଇ ପରିବାର ଚଳାଉଥିଲେ। ତେଣୁ ସେ ଗ୍ରାମକୁ ଦରକାର ବେଳେ ଯାଉଥିଲେ। ଅନ୍ୟ ଦିନ ମାନଙ୍କରେ କାମ ସରିଲେ କେଉଁ ହୋଟେଲ ବାରଣ୍ଡାରେ ଶୋଇ ପଡୁଥିଲେ। କିନ୍ତୁ ବୁଧବାର ରାତିରେ ସେ ବସଷ୍ଟାଣ୍ଡର ରାସ୍ତା କଡ଼ରେ ଶୋଇ ପଡିଥିଲେ। ଏହି ସମୟରେ ଉମରକୋଟରୁ ଆସୁଥିବା ଏକ ସରକାରୀ ବସ ରାତି ୧ଟାରେ ଭଞ୍ଜନଗର ବସଷ୍ଟାଣ୍ଡରେ ପହଞ୍ଚିଥିଲା। ଏହାପରେ ଗାଡ଼ି ଚାଳକ ସାଇଡ କରି ରଖିବା ବେଳକୁ ରାସ୍ତାକଡ଼ରେ ଶୋଇଥିବା ତ୍ରିନାଥ ଉପରେ ବସ ଚଢ଼ି ଯାଇଥିଲା। ଏହାପରେ ଥାନା ଅଧିକାରୀ ଜିବନା ନନ୍ଦ ଜେନା ଘଟଣା ସ୍ଥଳରେ ପହଞ୍ଚି ତ୍ରିନାଥଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲ ନେଇଥିଲେ। ସେଠାରେ ତ୍ରିନାଥଙ୍କ ମୃତ୍ୟୁ ଘଟିଥିଲା।
ସୂଚନାଯୋଗ୍ୟ, ବୁଧବାର ଉମରକୋଟରୁ ବାହାରି ଭୁବନେଶ୍ୱର ଆସୁଥିବା ଏକ ଓଏସ୍‌ଆର୍‌ଟିସି ବସ (ଓଡି୦୨ବିୟୁ୪୧୧୦) ଗୁରୁବାର ଭୋର୍‌ ସମୟରେ ଭଞ୍ଜନଗର ବସଷ୍ଟାଣ୍ଡ ରେ ପହଞ୍ଚିଥିଲା।  ଏହି ସମୟରେ ଅସାବଧାନତା ବଶତଃ ରାସ୍ତା କଡରେ ଶୋଇଥିବା ତ୍ରିନାଥ ଉପରେ ବସଟି ଚଢି ଯାଇଥିଲା।ଫଳରେ ଘଟଣାସ୍ଥଳରେ ହିଁ ତ୍ରିନାଥଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ଶବକୁ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଦେଇଛି। ଏଥିସହ ପୋଲିସ ୨୮୭/୨୫ ରେ ଏକ ମାମଲା ରୁଜୁ କରି ବସକୁ  ଜବତ କରି ଘଟଣାର ତଦନ୍ତ ଚଳାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମହଙ୍ଗା ହେବ ମୋବାଇଲ ରିଚାର୍ଜ ପ୍ଲାନ! ଜାଣନ୍ତୁ କେବେଠୁ…

ନୂଆଦିଲ୍‌ଲୀ,୬।୧୦: ସାଧାରଣ ଲୋକଙ୍କୁ ପୁଣି ଥରେ ମହଙ୍ଗା ମାଡ଼ର ଝଟକା ଲାଗିପାରେ। ଏଥର ଏହି ଝଟକା ଟେଲିକମ କମ୍ପାନୀଗୁଡ଼ିକ ଦେଇପାରନ୍ତି। ଏକ ରିପୋର୍ଟ ଅନୁସାରେ, ଆଗାମୀ ୪ରୁ…

ଛାତ୍ର ସଂସଦ ନିର୍ବାଚନ ପାଇଁ ବାଜିଲା ବିଗୁଲ: ଚଳଚଞ୍ଚଳ ଗଞ୍ଜାମ ମହାବିଦ୍ୟାଳୟ, ୮ ବର୍ଷ ପରେ ଫେରିବ କ୍ୟାମ୍ପସ ରାଜନୀତି

ଗଞ୍ଜାମ, ୬।୧୦ (ବିଦ୍ୟାଧର ସାହୁ): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ରାଜ୍ୟରେ ପୁଣି ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଥିବାରୁ ଗଞ୍ଜାମ ମହାବିଦ୍ୟାଳୟ ପରିସର ଚଳଚଞ୍ଚଳ…

କ୍ୟାପଟେନ୍ ସ୍ମିତ ମଚ୍ଚାରଙ୍କର ମାସିକ ଦରମା କେତେ? ସିନିୟର କ୍ୟାପଟେନଙ୍କୁ ମିଳେ ଏସବୁ ସୁବିଧା…

ନୂଆଦିଲ୍ଲୀ,୬।୧୦: ଦୁବାଇରୁ ତେଲ ଆଭିଭ ଯାଉଥିବା ବିମାନରେ ଜଣେ ଓମାନୀ ସହ-ପାଇଲଟ (କୋ-ପାଇଲଟ) ଭାରତୀୟ ପାଇଲଟ ସ୍ମିତ ମଚ୍ଚାରଙ୍କ ଉପରେ ଆକ୍ରମଣ କରି ବିମାନକୁ କ୍ରାସ କରାଇବାକୁ…

ବସ୍‌ଷ୍ଟାଣ୍ଡରେ ବ୍ୟବସାୟୀଙ୍କୁ ଛୁରାମାଡ଼

କୋରାପୁଟ,୬।୧୦(ଅମିତାଭ ବେହେରା): କୋରାପୁଟ ବସ୍‌ଷ୍ଟାଣ୍ଡ ନିକଟରେ ମଙ୍ଗଳବାର ଜଣେ ମକା ବ୍ୟବସାୟୀଙ୍କୁ ଛୁରାମାଡ଼ ହୋଇଛି। ଜନଗହଳିପୂର୍ଣ୍ଣ ସ୍ଥାନରେ ଏହି ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଟିକିରା…

ମୁକୁଳା ଡ୍ରେନ୍‌ରେ ପଡ଼ିଛି ଗାଈ

ଗଞ୍ଜାମ, ୬ ।୧୦ (ବିଦ୍ୟାଧର ସାହୁ): ବିଳମ୍ବିତ ରାତିରେ ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ଏକ ମୁକୁଳା ଡ୍ରେନରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ରାସ୍ତା ଦେଇ…

କେତୁଙ୍କ ଗୋଚରରେ ଚମକିବ ୪ ରାଶିଙ୍କ ଭାଗ୍ୟ, ପ୍ରବଳ ଧନଯୋଗ ସହ ବଡ଼ କମ୍ପାନୀରୁ ଅଫର୍‌

କେତୁ ଗ୍ରହ ସର୍ୱଦା ବକ୍ରି ବା ଓଲଟା ଚଳନ କରନ୍ତି। ଆଜି କେତୁ ମଘା ନକ୍ଷତ୍ରର ଦ୍ୱିତୀୟ ପାଦରୁ ପ୍ରଥମ ପାଦକୁ ଗୋଚର କରିବାକୁ ଯାଉଛନ୍ତି। କେତୁଙ୍କର…

ଆଶା ଦିଦିଙ୍କ ପାଇଁ ଖୁସି ଖବର; ମାସିକ ପ୍ରୋତ୍ସାହନ ରାଶି ୬ ହଜାରକୁ ବୃଦ୍ଧି, ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୬।୧୦: ଆଶା କର୍ମୀଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଆଶା ଦିଦିମାନଙ୍କ ନିଷ୍ଠା ଓ ଦିନରାତିର କଠିନ ପରିଶ୍ରମକୁ ସମ୍ମାନ ଜଣାଇ ସେମାନଙ୍କ ମାସିକ ପ୍ରୋତ୍ସାହନ ରାଶିକୁ…

ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର

ଷ୍ଟକହୋମ,୬।୧୦: ଫ୍ରାନ୍ସିସ ହାଲଜେନ୍‌ଙ୍କୁ ପଦାର୍ଥ ବିଜ୍ଞାନରେ ନୋବେଲ ପୁରସ୍କାର ପ୍ରଦାନ କରାଯାଇଛି; ମଙ୍ଗଳବାର ଏହି ଘୋଷଣା କରାଯାଇଥିଲା। ରୟାଲ ସ୍ବିଡିସ ଏକାଡେମୀ ଅଫ ସାଇନ୍ସେସ ଫ୍ରାନ୍ସିସ ହାଲଜେନ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?