ସଂସ୍କୃତିର ମହାମିଳନ: ସରିଲା ଲୋକକଳାର ମହାକୁମ୍ଭ ‘ଘୁମୁରା’

ଥୁଆମୂଳ ରାମପୁର,୯ା୧(ଦୁର୍ଗା କୀର୍ତ୍ତି): ସ୍ଥାନୀୟ ବାବା ଖଣ୍ଡୁଆଳ ଖେଳ ପଡ଼ିଆଠାରେ ମହାସମାରୋହରେ ଅନୁଷ୍ଠିତ ୨୮ତମ ବ୍ଲକ ସ୍ତରୀୟ ‘କଳାହାଣ୍ଡି ଉତ୍ସବ-ଘୁମୁରା ୨୦୨୬’ ଉଦ୍‌ଯାପିତ ହୋଇଯାଇଛି। ବ୍ଲକ ପ୍ରଶାସନ ଓ ପାଳନ କମିଟିର ମିଳିତ ସହଯୋଗରେ ଆୟୋଜିତ ଏହି ଉତ୍ସବ କେବଳ ସରକାରୀ କାର୍ଯ୍ୟକ୍ରମ ନୁହେଁ, ବରଂ ଜନସାଧାରଣଙ୍କ ଲୋକକଳା ଓ ସଂସ୍କୃତିର ଏକ ମହାମିଳନରେ ପରିଣତ ହୋଇଥିଲା। କାର୍ଯ୍ୟକ୍ରମର ପ୍ରଥମ ଦିନ ଅର୍ଥାତ୍‌ ମଙ୍ଗଳବାର ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ମନ୍ଦିରରୁ ଏକ ଭବ୍ୟ ମଶାଲ ଓ କଳସ ଯାତ୍ରା ବାହାରି ଉତ୍ସବ ମଇଦାନରେ ପହଞ୍ଚିବା ପରେ ମଞ୍ଚ ଉଦ୍‌ଘାଟିତ ହୋଇଥିଲା। ଦୁଇ ଦିନ ଧରି ଚାଲିଥିବା ଏହି ଉତ୍ସବରେ ବିଭିନ୍ନ ସାଂସ୍କୃତିକ ଦଳଙ୍କ ଦ୍ୱାରା ପାରମ୍ପରିକ ନୃତ୍ୟ ଗୀତ ପରିବେଷଣ କରାଯାଇଥିଲା। ୍ଯଯଯାପନୀ ସନ୍ଧ୍ୟାରେ ଓଡ଼ିଶାର ଲୋକପ୍ରିୟ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢ଼ୀଙ୍କ ସଙ୍ଗୀତରେ ଦର୍ଶକ ବିଭୋର ହୋଇଥିଲେ।
ପଞ୍ଚାୟତ ସମିତି ଅଧ୍ୟକ୍ଷ ଦୟାନିଧି ମାଝୀଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ସଭାରେ ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ସଫଳତା ହାସଲ କରିଥିବା ପ୍ରତିଭାଙ୍କୁ ସମ୍ମାନିତ କରାଯାଇଥିଲା। ରାଜ୍ୟସ୍ତରୀୟ ସଫଳ କଳାକାର, ଶ୍ରେଷ୍ଠ ମହିଳା ସଶକ୍ତିକରଣ (SHG) ଗୋଷ୍ଠୀ, ପ୍ରଶାସନିକ, ଶିକ୍ଷା ଓ ବୃତ୍ତିଗତ ସଫଳତା ପ୍ରାପ୍ତ ବ୍ୟକ୍ତିବିଶେଷଙ୍କ ସମେତ କ୍ରୀଡ଼ା, କୃଷି ଓ ମତ୍ସ୍ୟ ଚାଷୀଙ୍କୁ ପୁରସ୍କୃତ କରାଯାଇଥିଲା। ସମାଜର ଜାଗ୍ରତ ପ୍ରହରୀ ଭାବେ କାର୍ଯ୍ୟରତ ସାମ୍ବାଦିକ, ସମାଜସେବୀ ଓ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟରତ ବ୍ୟକ୍ତିଙ୍କୁ ମଧ୍ୟ ସ୍ବତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ସାଂସଦ ପ୍ରତିନିଧି ପବିତ୍ର ନାଏକ, ଏଡିଏମ ତନ୍ମୟ କୁମାର ଦରୱାନ, ଆଇଟିଡିଏ ପିଏ ପ୍ରଦ୍ୟୁମ୍ନ କୁମାର ଦାସ, ମୁଖ୍ୟବକ୍ତା ଅଧ୍ୟକ୍ଷ ସତ୍ୟନାରାୟଣ ମୁଣ୍ଡଛିନା ପ୍ରମୁଖ ଯୋଗଦେଇ କଳାହାଣ୍ଡିର ସୃଜନଶୀଳତା ଓ କଳା-ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱାରୋପ କରିଥିଲେ। ଅତିରିକ୍ତ ବିଡିଓ ସାଲକୋ ହେମ୍ବ୍ରମ, ତହସିଲଦାର ସତ୍ୟସନାତନ ପାଣିଗ୍ରାହୀ ଓ ଥାନା ଅଧିକାରୀ କୈବଲ୍ୟ ସେଠ କାର୍ଯ୍ୟକ୍ରମର ପରିଚାଳନାରେ ସହଯୋଗ କରିଥିଲେ। ଏବିଓ ହେମନ୍ତ କୁମାର ପଣ୍ଡା, ଜିପିଡିଓ ବାଲେଶ୍ୱର ନାଏକ, ଅଧ୍ୟାପକ ବବୃବାହନ ବୁଦ୍ଧିଆ ଓ ଯଦୁମଣି ନାଏକ ସୁଚାରୁରୂପେ ମଞ୍ଚ ପରିଚାଳନା କରିଥିଲେ। ଶେଷରେ ସ୍ଥାନୀୟ ପ୍ରଶାସନ ଓ ଯୁବଗୋଷ୍ଠୀଙ୍କୁ ସଫଳ ଆୟୋଜନ ପାଇଁ ଧନ୍ୟବାଦ ଅର୍ପଣ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ସାମାନ୍ୟ ବଚସାରୁ ଚାଲିଗଲା ଜୀବନ: କାଠ ଫାଳିଆରେ ପିଟିପିଟି ସ୍ତ୍ରୀଙ୍କୁ ହତ୍ୟା କଲେ ସ୍ବାମୀ

ବଣାଇଁ/ଟେନସା,୧୧।୪(ପ୍ରଦୀପ ତ୍ରିପାଠୀ/ସମୀର କୁମାର ପାଢ଼ୀ): ସୁନ୍ଦରଗଡ଼ ଜିଲା ଲହୁଣିପଡ଼ା ଥାନା ଅନ୍ତର୍ଗତ ଶସ୍ୟକଳା ଗ୍ରାମରେ ଶୁକ୍ରବାର ସାରେ ଘଟିଥିବା ଏକ ଘଟଣା ଶନିବାର ଲୋକଲୋଚନକୁ ଆସିବା ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri