ସୁଭଦ୍ରା ଯୋଜନାର ସଚେତନ ପାଇଁ ବିଶାଳ ଶୋଭାଯାତ୍ରା

କର୍ଲାମୁଣ୍ଡା,୧୫ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପ୍ରଶାସନ ତଥା ମିଶନ ଶକ୍ତି ପକ୍ଷରୁ ସୁଭଦ୍ରା ଯୋଜନାର ସଚେତନ ପାଇଁ ବିଶାଳ ଶୋଭାଯାତ୍ରା ରବିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଡିଓ ମଣ୍ଟୁ ଖମାରୀ, ସିଡିପିଓ କଳ୍ପଳତା ତ୍ରିପାଠୀ, ମିଶନ ଶକ୍ତି ବ୍ଲକ ଫେଡେରେଶନ ସଭାନେତ୍ରୀ ଜୟନ୍ତୀ ସାହୁ ମିଶନ ଶକ୍ତି ବିପିସି ବିପିନ ବାରିକ, ଓଡ଼ିଶା ଜୀବନ ଜୀବିକା ମିଶନ ଭାରପ୍ରାପ୍ତ ବିପିଏମ୍‌ ଲଳିତ କୁମାର ବିଶିଙ୍କ ନେତୃତ୍ୱରେ ଶତାଧିକ ସିଆରପି,ଏମ୍‌ବିକେ, ଫେଡେରେଶନ କର୍ମକର୍ତ୍ତା, ସ୍ବୟଂ ସହାୟକ ଗୋଷ୍ଠୀ,ଆଇସିଡିଏସ୍‌ କର୍ମୀମାନେ ଯୋଗ ଦେଇ ଶୋଭାଯାତ୍ରାରେ ସାମିଲ ହୋଇଥିଲେ। ଶୋଭାଯାତ୍ରାଟି ବ୍ଲକ ସଦର ମହକୁମାଠାରୁ ବାହାରି ରିଞ୍ଜା ଛକସ୍ଥିତ ଆତ୍ମା କାର୍ଯ୍ୟାଳୟ ପର୍ଯ୍ୟନ୍ତ ପହଞ୍ଚିଥିଲା।
ଏହି ଅବସରରେ ଏକ ସଭା କାର୍ଯ୍ୟ ଅନୁଷ୍ଠିତ ହୋଇଥିଲା,ଏଥିରେ ବିଡିଓ ସୁଭଦ୍ରା ଯୋଜନାକୁ ନେଇ ଯେମିତି ଲୋକଙ୍କ ପାଖରେ ଉପଯୁକ୍ତ ସୂଚନା ଦିଆଯାଇପାରିବ ସେ ଦିଗରେ ସମସ୍ତେ ଯତ୍ନବାନ ହେବାକୁ ପରାମର୍ଶ ଦେବା ସହ ମହିଳାମାନେ କିପରି ସ୍ବାବଲମ୍ବୀ ଓ ଆତ୍ମନିର୍ଭରଶୀଳ ହୋଇ ପାରିବେ ତାହାରି ଉପରେ ବିସ୍ତୃତ ଭାବରେ ବୁଝାଇଥିଲେ। ଅନ୍ୟମାନଙ୍କ ମଧ୍ୟରେ ଡିଇଓ ସୁବ୍ରତ ରଣା, ନେତ୍ରରାଜ ତାଣ୍ଡି, ସୁରଜିତ ଡି ମାଝି ସହଯୋଗ କରିଥିଲେ। ସେହିପରି ରିଞ୍ଜା ପଞ୍ଚାୟତଠାରେ ସରପଞ୍ଚ ପଞ୍ଚାନନ ବାଗ, ଆଇସିଡିଏସ୍‌ କର୍ମୀ ପ୍ରଜ୍ଞା ପରିମିତା ସାହୁଙ୍କ ନେତୃତ୍ୱରେ ଶୋଭାଯାତ୍ରାରେ ବାହାରି ଲୋକଙ୍କୁ ସଚେତନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

ଜିରୋ ବାଲାନ୍ସ ଆକାଉଣ୍ଟଧାରୀଙ୍କ ପାଇଁ ଖୁସି ଖବର, ଏବେ ସେମାନେ ପାଇବେ…

ନୂଆଦିଲ୍ଲୀ,୬।୧୨: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ସାଧାରଣ ଗ୍ରାହକଙ୍କୁ ଆଶ୍ୱସ୍ତି ପ୍ରଦାନ କରି ମୌଳିକ ସଞ୍ଚୟ ବ୍ୟାଙ୍କ ଜମା (BSBD) ଆକାଉଣ୍ଟରେ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ କରିଛି।...

ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…

ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...

ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍‌ପି, କହିଲେ ବିନା ପିସିରେ..

ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...

୪୪% ବଢିବ ଦରମା! ସରକାରଙ୍କ ହାତରୁ ଯିବ ଏତେ କୋଟି ଟଙ୍କା

ନୂଆଦିଲ୍ଲୀ,୬।୧୨: ଅଷ୍ଟମ ବେତନ କମିଶନକୁ ନେଇ ବଡ଼ ଅପଡେଟ୍‌ ଆସିଛି । କେନ୍ଦ୍ର ସରକାର ଦେଶର ଲକ୍ଷ ଲକ୍ଷ ସରକାରୀ କର୍ମଚାରୀ ଏବଂ ପେନସନ୍‌ଭୋଗୀଙ୍କୁ ବଡ଼...

ପାର୍‌ ହେଉହେଉ ଭାଙ୍ଗିପଡ଼ିଲା ପୋଲ

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...

ପୁଣି ଫସିଲେ କିଙ୍ଗ ଖାନଙ୍କ ପୁଅ ଆର୍ଯ୍ୟନ ଖାନ, ଭିଡିଓ ଭାଇରାଲ ପରେ ବଢିଲା ଅଡୁଆ

ମୁମ୍ବାଇ,୬।୧୨: ଶାହରୁଖ ଖାନଙ୍କ ପୁଅ ଆର୍ଯ୍ୟନ ଖାନ ବିବାଦରେ ଗଭୀର ଭାବରେ ଜଡିତ। ପ୍ରଥମେ ଡ୍ରଗ୍ସ ମାମଲା, ତା’ପରେ ‘ବ୍ୟାଡ୍ସ ଅଫ ବଲିଉଡ’ରେ ତାଙ୍କ ଭୂମିକାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri