Posted inଖେଳ

ସ୍ବର୍ଣ୍ଣ ବିଜୟିନୀ ଶ୍ୱେତାରାଣୀଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୧ା୫(ସ୍ପୋଟର୍‌ସ ବ୍ୟୁରୋ): ରୁଷିଆରେ ଅନୁଷ୍ଠିତ ମସ୍କୋ ଉଷୁ ଷ୍ଟାର ଓ୍ବାଲର୍‌ଡ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶ୍ୱେତାରାଣୀ ମହାନ୍ତ। ୩ରୁ ୮ ମେ ମଧ୍ୟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ୪୮ କିଗ୍ରା ସାଣ୍ଡା ବର୍ଗରେ ସେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲେ। ଆଜାରବୈଜାନ୍‌, ଇଣ୍ଡୋନେସିଆ ଓ ରୁଷିଆର ପ୍ରତିଯୋଗୀଙ୍କୁ ପରାସ୍ତ କରିଥିବା ଶ୍ୱେତାରାଣୀ ବୁଧବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ଓଡ଼ିଶା ଉଷୁ ଆସୋସିଏଶନ ଓ ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗର ଓଏସ୍‌ଡି ସିଦ୍ଧାର୍ଥ ଶଙ୍କର ସାହୁ ତାଙ୍କୁ ଫୁଲତୋଡା ଦେଇ ସ୍ବାଗତ କରିଥିଲେ। ଏହା ଆମ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ବୋଲି ଉଷୁ ଆସୋସିଏଶନ କୋଷାଧ୍ୟକ୍ଷ ପୃଥ୍ବୀରାଜ ହରିଚନ୍ଦନ ପ୍ରକାଶ କରିଥିଲେ। ସଭାପତି ଇଂ. ଏସ୍‌ ଏସ୍‌ ହରିଚନ୍ଦନ ମଧ୍ୟ ଶ୍ୱେତାରାଣ ଓ ତାଙ୍କ କୋଚ୍‌ ପଙ୍କଜ ମହାନ୍ତଙ୍କୁ ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟରେ ଉଷୁ ପାଇଁ ଆବଶ୍ୟକୀୟ ସୁବିଧା ଓ ପ୍ରଶିକ୍ଷଣର ସୁଯୋଗ ନ ଥିଲେ ମଧ୍ୟ ଖେଳାଳି ମାନେ ଯେଉଁଭଳି ଭାବରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଫଳତା ହାସଲ କରୁଛନ୍ତି ତାହା ବେଶ୍‌ ପ୍ରଶଂସନୀୟ ବୋଲି ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ବେହେରା ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଜମ୍ମୁ କଶ୍ମୀରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ମହିଳା ଜାତୀୟ ଲିଗ୍‌ ୨୦୨୩ରେ ସ୍ବର୍ଣ୍ଣ ପଦକ ହାସଲ କରି ଶ୍ୱେତାରାଣୀ ଭାରତୀୟ ଦଳରେ ସାମିଲ ହୋଇଥିଲେ। ଭାରତୀୟ ଦଳର ଯାତାୟତ ଖର୍ଚ୍ଚ ସାଇ ବହନ କରିଥିଲା। ଭାରତୀୟ ଉଷୁ ଦଳ ଷ୍ଟାର ଓ୍ବାଲର୍‌ଡ ଚାମ୍ପିୟନଶିପରେ୧୭ ପଦକ ହାସଲ କରିଥିଲା। ଏହା ମଧ୍ୟରେ ୧୦ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୩ ବ୍ରୋଞ୍ଜ ସାମିଲ ଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଟୁଇଟ କରି ଉଷ୍‌ୁ ଦଳକୁ ଶୁଭେଚ୍ଛା ଜଣାଇଥିଲେ। ସାଇ ପକ୍ଷରୁ ନୂଆଦିଲ୍ଲୀରେ ସମସ୍ତ କ୍ରୀଡାବିତଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…

ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...

T୨୦ ପରେ ଏବେ ଦିନିକିଆରୁ ବି ବାଦ ପଡ଼ିବେ ପନ୍ତ, BCCI ନେଲା ବଡ଼ ପଦକ୍ଷେପ! ଜାଣନ୍ତୁ କିଏ…

ନୂଆଦିଲ୍ଲୀ,୨୮।୧୨: ଭାରତୀୟ କ୍ରିକେଟ ଦଳର ଦିନିକିଆ ଟିମ୍‌ରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ୨୦୨୫-୨୬ ସିଜନର ଶେଷ ଘରୋଇ ଓଡିଆଇ ସିରିଜ ଅର୍ଥାତ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ...

ବିଜେଡି ସୁପ୍ରିମୋଙ୍କ ବଡ଼ ଘୋଷଣା: ଦଳୀୟ କର୍ମକର୍ତ୍ତାଙ୍କ ତାଲିକାକୁ ନେଇ…

ଭୁବନେଶ୍ୱର,୨୮ା୧୨: ବିଜୁ ଯୁବ ଜନତା ଦଳ ଓ ବିଜୁ ଛାତ୍ର ଜନତା ଦଳ କର୍ମକର୍ତ୍ତାଙ୍କ ନାଁ ଘୋଷଣା କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଯୁବ...

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri