Posted inଖେଳ

ସ୍ବର୍ଣ୍ଣ ବିଜୟିନୀ ଶ୍ୱେତାରାଣୀଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୧ା୫(ସ୍ପୋଟର୍‌ସ ବ୍ୟୁରୋ): ରୁଷିଆରେ ଅନୁଷ୍ଠିତ ମସ୍କୋ ଉଷୁ ଷ୍ଟାର ଓ୍ବାଲର୍‌ଡ ଚାମ୍ପିୟନଶିପରେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶ୍ୱେତାରାଣୀ ମହାନ୍ତ। ୩ରୁ ୮ ମେ ମଧ୍ୟରେ ଅନୁଷ୍ଠିତ ଏହି ଟୁର୍ନାମେଣ୍ଟର ୪୮ କିଗ୍ରା ସାଣ୍ଡା ବର୍ଗରେ ସେ ସ୍ବର୍ଣ୍ଣ ପଦକ ବିଜୟୀ ହୋଇଥିଲେ। ଆଜାରବୈଜାନ୍‌, ଇଣ୍ଡୋନେସିଆ ଓ ରୁଷିଆର ପ୍ରତିଯୋଗୀଙ୍କୁ ପରାସ୍ତ କରିଥିବା ଶ୍ୱେତାରାଣୀ ବୁଧବାର ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଭୁବନେଶ୍ୱରରେ ଭବ୍ୟ ସ୍ବାଗତ କରାଯାଇଛି। ଭୁବନେଶ୍ୱର ବିମାନ ବନ୍ଦରରେ ଓଡ଼ିଶା ଉଷୁ ଆସୋସିଏଶନ ଓ ରାଜ୍ୟ କ୍ରୀଡା ଓ ଯୁବସେବା ବିଭାଗର ଓଏସ୍‌ଡି ସିଦ୍ଧାର୍ଥ ଶଙ୍କର ସାହୁ ତାଙ୍କୁ ଫୁଲତୋଡା ଦେଇ ସ୍ବାଗତ କରିଥିଲେ। ଏହା ଆମ ପାଇଁ ଏକ ଗୌରବମୟ ମୁହୂର୍ତ୍ତ ବୋଲି ଉଷୁ ଆସୋସିଏଶନ କୋଷାଧ୍ୟକ୍ଷ ପୃଥ୍ବୀରାଜ ହରିଚନ୍ଦନ ପ୍ରକାଶ କରିଥିଲେ। ସଭାପତି ଇଂ. ଏସ୍‌ ଏସ୍‌ ହରିଚନ୍ଦନ ମଧ୍ୟ ଶ୍ୱେତାରାଣ ଓ ତାଙ୍କ କୋଚ୍‌ ପଙ୍କଜ ମହାନ୍ତଙ୍କୁ ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ। ରାଜ୍ୟରେ ଉଷୁ ପାଇଁ ଆବଶ୍ୟକୀୟ ସୁବିଧା ଓ ପ୍ରଶିକ୍ଷଣର ସୁଯୋଗ ନ ଥିଲେ ମଧ୍ୟ ଖେଳାଳି ମାନେ ଯେଉଁଭଳି ଭାବରେ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରରେ ସଫଳତା ହାସଲ କରୁଛନ୍ତି ତାହା ବେଶ୍‌ ପ୍ରଶଂସନୀୟ ବୋଲି ସାଧାରଣ ସମ୍ପାଦକ ପ୍ରଦ୍ୟୁମ୍ନ ବେହେରା ପ୍ରକାଶ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଜମ୍ମୁ କଶ୍ମୀରରେ ଅନୁଷ୍ଠିତ ଖେଲୋ ଇଣ୍ଡିଆ ମହିଳା ଜାତୀୟ ଲିଗ୍‌ ୨୦୨୩ରେ ସ୍ବର୍ଣ୍ଣ ପଦକ ହାସଲ କରି ଶ୍ୱେତାରାଣୀ ଭାରତୀୟ ଦଳରେ ସାମିଲ ହୋଇଥିଲେ। ଭାରତୀୟ ଦଳର ଯାତାୟତ ଖର୍ଚ୍ଚ ସାଇ ବହନ କରିଥିଲା। ଭାରତୀୟ ଉଷୁ ଦଳ ଷ୍ଟାର ଓ୍ବାଲର୍‌ଡ ଚାମ୍ପିୟନଶିପରେ୧୭ ପଦକ ହାସଲ କରିଥିଲା। ଏହା ମଧ୍ୟରେ ୧୦ ସ୍ବର୍ଣ୍ଣ, ୪ ରୌପ୍ୟ ଓ ୩ ବ୍ରୋଞ୍ଜ ସାମିଲ ଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରୀ ଅନୁରାଗ ଠାକୁର ଟୁଇଟ କରି ଉଷ୍‌ୁ ଦଳକୁ ଶୁଭେଚ୍ଛା ଜଣାଇଥିଲେ। ସାଇ ପକ୍ଷରୁ ନୂଆଦିଲ୍ଲୀରେ ସମସ୍ତ କ୍ରୀଡାବିତଙ୍କୁ ଭବ୍ୟ ସମ୍ବର୍ଦ୍ଧନା ପ୍ରଦାନ କରା ଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ଅବସର ନେଲେ ଭାରତର ଏହି ଉଇକେଟକିପର ବ୍ୟାଟର, ଜାଣନ୍ତୁ…

ମୁମ୍ବାଇ, ୪ା୬- ଉଇକେଟକିପର ବ୍ୟାଟର କେଏସ୍‌ ଭରତ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ସେ ଇନ୍‌ଷ୍ଟାଗ୍ରାମ ପୋଷ୍ଟ ଜରିଆରେ ଏହି ନେଇ ସୂଚନା ଦେଇଛନ୍ତି।…

62,81,17,91,250… ଏହା କୌଣସି ଫୋନ ନମ୍ବର ନୁହେଁ – ଏହା FIFA ବିଶ୍ୱକପ ପାଇଁ ପୁରସ୍କାର ରାଶି! କ୍ରିକେଟ ଜଗତ ବି ପଛରେ ରହିଯିବ

ନୂଆଦିଲ୍ଲୀ,୪।୬: ପ୍ରଥମ ନଜରରେ, ଏହି ଶିରୋନାମାଟିର ଆରମ୍ଭରେ ଆପଣଙ୍କୁ ଏହା ଏକ ମୋବାଇଲ ଫୋନ ନମ୍ବର ବୋଲି ଲାଗିପାରେ; ତଥାପି, ଏହା 2026 FIFA ବିଶ୍ୱକପ ପାଇଁ…

ମମତାଙ୍କୁ ବଡ଼ ଅଫର ଦେଲେ ହୁମାୟୁନ୍‌ କବୀର, ଜାଣନ୍ତୁ କ’ଣ ଏହି ଅଫର? ସଭିଏଁ ପଡିଲେଣି ଚିନ୍ତାରେ!

କୋଲକାତା,୪।୬: ଗୁରୁବାର ପଶ୍ଚିମବଙ୍ଗ ରାଜନୀତିରେ ଏକ ବଡ଼ ଘଟଣା ଘଟିଲା ଯେତେବେଳେ AJUP (ଆମ ଜନତା ଉନ୍ନୟନ ପାର୍ଟି)ର ପ୍ରତିଷ୍ଠାତା ହୁମାୟୁନ କବୀର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା…

ଜେୱର ବିମାନବନ୍ଦର ଫ୍ଲାଏଓଭର ନିର୍ମାଣ ସ୍ଥାନରେ ବଡ଼ ଦୁର୍ଘଟଣା: କ୍ରେନ ଓଲଟି ପଡ଼ିବାରୁ ଅନେକ ଶ୍ରମିକ ଫସି ରହିଛନ୍ତି; ୩ ମୃତ

ଫରିଦାବାଦ,୪।୬: ଗୁରୁବାର ଅପରାହ୍ନରେ ହରିୟାଣାର ଫରିଦାବାଦରେ ଜେୱର ବିମାନବନ୍ଦର ସଂଯୋଗ ନେଟୱାର୍କ ସହିତ ଜଡିତ ଏକ ପ୍ରମୁଖ ପ୍ରକଳ୍ପ ସହିତ ଜଡିତ ଏକ ନିର୍ମାଣ ସ୍ଥାନରେ ଏକ…

ଆଫଗାନିସ୍ତାନ ସିରିଜ୍‌ରୁ ବାଦ୍‌ପଡ଼ିଲେ କୋହଲି

ନୂଆଦିଲ୍ଲୀ, ୪ା୬: ବ୍ୟାଟିଂ ସୁପରଷ୍ଟାର ବିରାଟ କୋହଲି ହାମଷ୍ଟ୍ରିଙ୍ଗ ଇଞ୍ଜୁରୀ କାରଣରୁ ଆଗାମୀ ଆଫଗାନିସ୍ତାନ ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ୍‌ ପଡ଼ିଛନ୍ତି। ସେହିପରି ପୂର୍ବତନ ଅଧିନାୟକ ରୋହିତ…

ସ୍ବାମୀ କାଠ ମିସ୍ତ୍ରୀ, ସ୍ତ୍ରୀ ହେଲେ OAS; ସଫଳତା ପରେ କହିଲେ- ‘ଗରିବଙ୍କ ସେବା କରିବି’

କେସିଙ୍ଗା,୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ଜଣେ କାଠ ମିସ୍ତ୍ରୀଙ୍କ ପତ୍ନୀ ଓଡ଼ିଶା ପ୍ରଶାସନିକ ସେବା (ଓଏଏସ୍‌) ପରୀକ୍ଷାରେ କୃତକାର୍ଯ୍ୟ ହୋଇ ସଫଳତାର ଶୀର୍ଷକୁ ଛୁଇଁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri