Posted inଜାତୀୟ

ଏଲ୍‌ଓସି ନିକଟରେ ଗ୍ରେନେଡ୍‌ ବିସ୍ଫୋରଣ, ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ୍‌…

ଶ୍ରୀନଗର,୧୮।୭ : ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାର ମେଣ୍ଢର ସେକ୍ଟରରେ ଏଲଓସି ନିକଟରେ ଯବାନମାନେ ଡ୍ୟୁଟି କରୁଥିବା ସମୟରେ ହଠାତ୍‌ ଏକ ଗ୍ରେନେଡ ବିସ୍ଫୋରଣ ଘଟିଛି। ଏହି ଘଟଣାରେ ଜଣେ ଅଧିକାରୀଙ୍କ ସମେତ ଜେସିଓ ଶହୀଦ ହୋଇଛନ୍ତି। ଏହି ବିସ୍ଫୋରଣରେ କେତେକ ଯବାନ ଆହତ ହୋଇଥିବାବେଳେ ଚିକିତ୍ସା ସମୟରେ ଅଧିକାରୀ ଏବଂ ଜେସିଓଙ୍କର ମୃତ୍ୟୁ ଘଟିଛି। ଜମ୍ମୁର ପ୍ରତିରକ୍ଷା,ପିଆର୍‌ଓ ଏନେଇ ସୂଚନା ଦେଇଛନ୍ତି। ଏହି ଘଟଣାରେ ଅନ୍ୟ ଚାରି ଜଣ ଯବାନ ଆହତ ହୋଇଥିବା କୁହାଯାଉଛି। ସେମାନେ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି।

ଜଣେ ସେନା ଅଧିକାରୀ କହିଛନ୍ତି ଯେ ମେଣ୍ଡର ସେକ୍ଟରରେ ଲାଇନ ଅଫ କଣ୍ଟ୍ରୋଲରେ ଯବାନମାନେ ପାଟ୍ରୋଲିଂ କରୁଥିବା ବେଳେ ଏହି ବିସ୍ଫୋରଣ ଘଟିଥିଲା। ଯେଉଁଥିରେ ଜଣେ ଅଧିକାରୀ ଏବଂ ଜେସିଙ୍କ ସମେତ ୬ ଜଣ ସେନା କର୍ମଚାରୀ ଆହତ ହୋଇଥିଲେ। ସମସ୍ତ ଆହତଙ୍କୁ ତୁରନ୍ତ ଉଦାମପୁରର ଆର୍ମି କମାଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଥିଲା। ଏଠାରେ ଚିକିତ୍ସା ସମୟରେ ଜଣେ ଅଧିକାରୀ ଏବଂ ଜେସିଓଙ୍କ ମୃତ୍ୟୁ ଘଟିଥିଲା। କ୍ୟାପଟେନ ଆନନ୍ଦ ଏବଂ ନାଏବ ସୁବେଦାର ଭଗବାନ ସିଂ ଶହୀଦ୍‌ ହୋଇଥିବା ଜଣାପଡିଛି। ଏହି ମାମଲାରେ କୋର୍ଟ ଅଫ ଇନକ୍ୱାରୀକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱର ସର୍ବକନିଷ୍ଠ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ହୋଇ ବିଶ୍ୱରେକର୍ଡ

ନୂଆଦିଲ୍ଲୀ, ୧୮।୮: ଭାରତୀୟ ବଂଶୋଦ୍ଭବ ଦୁବାଇର ୧୬ ବର୍ଷୀୟ ଲକ୍ଷ୍ମଣନ୍‌ ମେୟାପ୍ପନ ବିଶ୍ୱର ସବୁଠାରୁ କନିଷ୍ଠ ପୁରୁଷ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (ସିଏ)ହେବାର ଗୌରବ ଅର୍ଜନ କରିଛନ୍ତି। ମାତ୍ର…

ମୁରଥଲ ଢାବାରେ ରୋବଟ୍ ୱେଟର! ଗ୍ରାହକଙ୍କୁ ପରଷୁଛି ମନପସନ୍ଦର ଖାଦ୍ୟ

ମୁରଥଲ,୧୮।୮: ସ୍ବାଦିଷ୍ଟ ଗରମ ପରଠା ଏବଂ ପାରମ୍ପରିକ ଖାଦ୍ୟ ପାଇଁ ପ୍ରସିଦ୍ଧ ହରିୟାଣାର ମୁରଥଲ ଏବେ ଚର୍ଚ୍ଚାରେ । ଏଠାରେ ଥିବା ‘ରେଶମ ଢାବା’ରେ ଗ୍ରାହକମାନଙ୍କୁ ଏକ…

ତାମିଲନାଡୁ ମନ୍ତ୍ରୀଙ୍କ ଏମିତି କଥାରେ କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ବିଜୟ

ଚେନ୍ନାଇ,୧୮।୮: ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କୁ ତାମିଲନାଡୁ ବିଧାନସଭାରେ ତାଙ୍କର ଜଣେ ମନ୍ତ୍ରୀଙ୍କ ପକ୍ଷରୁ କ୍ଷମା ମାଗିବାକୁ ପଡିଲା। ତାମିଲନାଡୁ ମନ୍ତ୍ରୀ ରଞ୍ଜିତ କୁମାର ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କୁ…

ସାନଖେମୁଣ୍ଡିରେ ଲୋକଙ୍କ ଅଭିଯୋଗ ଶୁଣିଲେ ଗଞ୍ଜାମ ଜିଲାପାଳ, ରୋଗୀଙ୍କ ଚିକିତ୍ସା ପାଇଁ ଦେଲେ ୪୭ ହଜାର…

ଦିଗପହଣ୍ଡି,୧୮।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷର ଜିଲା ପୋଲିସ ପ୍ରଶାସନ ପକ୍ଷରୁ ମିଳିତ ଜନ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ସାନଖେମୁଣ୍ଡି…

୨୦ ଫୁଟ୍‌ ତଳକୁ ଖସିଲା ଚକାଡ଼ୋଳା ବସ୍; ୪୦ ଯାତ୍ରୀ…..

ନୟାଗଡ,୧୮।୮(ଲୋକନାଥ ମିଶ୍ର): ୨୦ ଫୁଟ୍‌ ତଳକୁ ଖସିଲା ବସ୍‌ ।ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥ ଅନ୍ତର୍ଗତ ବାଇପାସ୍‌ର ସୁନାଲଟି ଛକ ନିକଟରେ ଏହି ଦୁର୍ଘଟଣା…

ହ୍ରାସ ପାଇଛି ଟ୍ରମ୍ପଙ୍କ ଲୋକପ୍ରିୟତା; ଇରାନ ସହିତ ସମ୍ଭାବ୍ୟ ଯୁଦ୍ଧ ଯୋଗୁ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଲୋକପ୍ରିୟତା ତାଙ୍କ ବର୍ତ୍ତମାନ କାର୍ଯ୍ୟକାଳର ସର୍ବନିମ୍ନ ସ୍ତରକୁ ପହଞ୍ଚିଛି। ଏକ ରଏଟର୍ସ/ଇପସୋସ ସର୍ଭେରୁ ଜଣାପଡିଛି ଯେ 33% ଉତ୍ତରଦାତା ଟ୍ରମ୍ପଙ୍କ…

ଭାରତର ନିର୍ବାଚନ ପ୍ରକ୍ରିୟାକୁ ତାରିଫ କଲେ ଟ୍ରମ୍ପ, ଜ୍ଞାନେଶ କୁମାରଙ୍କ ନାମ ନେଇ ବଡ଼ କଥା କହିଲେ…

ଓ୍ବାଶିଂଟନ,୧୮।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତର ନିର୍ବାଚନ ବ୍ୟବସ୍ଥାକୁ ପ୍ରଶଂସା କରିଛନ୍ତି। ଆମେରିକାରେ କଠୋର ଭୋଟିଂ ନିୟମ ଏବଂ ‘ସେଭ ଆମେରିକା ଆକ୍ଟ’ କାର୍ଯ୍ୟକାରୀ କରିବାକୁ…

ମାସକ ମଧ୍ୟରେ କେସିଙ୍ଗାରୁ ୩ ଅଜଗର ଉଦ୍ଧାର, ବଜ୍ରଗଡ଼ ଜଙ୍ଗଲରେ…

କେସିଙ୍ଗା,୧୮।୮(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ମାସକ ମଧ୍ୟରେ ୩ ଟି ଆଜଗର ଉଦ୍ଧାର କରାଯାଇଛି । ନୂନ ମାଠ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଖାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri