ସହର ଛାଡ଼ିଲେ ଓ୍ବାଗନର ଗ୍ରୁପ୍‌

ମସ୍କୋ,୨୫ା୬: ପୁଟିନ ସରକାରଙ୍କୁ ହଟାଇବା ପାଇଁ ଧମକ ଦେବାର ଗୋଟିଏ ଦିନ ପରେ ଶକ୍ତିଶାଳୀ ଗୋଷ୍ଠୀ ଓ୍ବାଗନର ଗ୍ରୁପ୍‌ ରବିବାର ଦକ୍ଷିଣ ରୁଷିଆ ସହର ରୋଷ୍ଟୋଭ୍‌-ଅନ୍‌-ଡନ୍‌ ଛାଡ଼ିଛନ୍ତି। ଫଳରେ ରୁଷିଆରେ ଗୃହଯୁଦ୍ଧ ଏବଂ ପାଲଟା ଆକ୍ରମଣର ବିପଦ ଟଳି ଯାଇଛି। ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ବିରୋଧରେ ଲଢ଼େଇ କରୁଉଥିବା ଏକ ଘରୋଇ ସେନା ଓ୍ବାଗନର ଗ୍ରୁପ୍‌ର ମୁଖ୍ୟ ୟେଭ୍‌ଗେନି ଭି ପ୍ରିଗୋଝିନ୍‌ ନିଜ ସେନାକୁ ଫେରିଯିବାକୁ ଆଦେଶ ଦେଇଛନ୍ତି।

ରୁଷିଆ ରାଷ୍ଟ୍ରପତି କାର୍ଯ୍ୟାଳୟର ମୁଖ୍ୟପାତ୍ର ଡିମିଟ୍ରି ପେସ୍କୋଭ୍‌ କହିଛନ୍ତି, ବିଦ୍ରୋହକୁ ବନ୍ଦ କରିବା ପାଇଁ ଏକ ଚୁକ୍ତିନାମାର ଅଂଶ ଭାବରେ ବେସରକାରୀ ସାମରିକ କମ୍ପାନୀ ଓ୍ବାଗନର ମୁଖ୍ୟ ପଡ଼ୋଶୀ ବେଲାରୁଷ ଯିବେ। ଓ୍ବାଗନର ମୁଖ୍ୟଙ୍କ ବିରୋଧରେ ଅପରାଧିକ ମାମଲା ମଧ୍ୟ ବନ୍ଦ ହେବ ବୋଲି ସେ କହିଛନ୍ତି। ଓ୍ବାଗନର ଗ୍ରୁପ୍‌ର ସଦସ୍ୟମାନଙ୍କୁ ମଧ୍ୟ କୋର୍ଟ ଚାଲାଣ କରାଯିବ ନାହିଁ ବୋଲି କ୍ରେମଲିନ ମୁଖ୍ୟପାତ୍ର କହିଛନ୍ତି। ସେମାନଙ୍କ ସାହସିକତାକୁ ଆମେ ସର୍ବଦା ସମ୍ମାନ ଦେଇ ଆସିଛୁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁରରେ ବାଇକ ଦୁର୍ଘଟଣା, ଦୁଇ ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୧।୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ପୁଣି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ତେବେ ଏଥରେ ଦୁଇ ବାଇକ ଆରୋହୀଙ୍କ…

ଡିସ୍‌କାଉଣ୍ଟ ଦେବାରୁ ଚଢ଼ାଉ, ଔଷଧର ମାନ ନେଇ ପ୍ରଶ୍ନ କଲା ସଂଘ, ଲାଇସେନ୍ସ ଅଛି କହି…

ବଲାଙ୍ଗୀର,୧୧ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ବୁଧବାର ଏକ ଅଜବ ଘଟଣା ଘଟିଛି। ଜଣେ ଔଷଧ ଦୋକାନୀ କ୍ରେତାଙ୍କୁ ଅଧିକ ଡିସ୍‌କାଉଣ୍ଟ ଦେବାରୁ ତାଙ୍କ ଔଷଧର ମାନ…

ଟ୍ରେନରେ ବିନା ବୁକିଙ୍ଗରେ କ୍ୱିଣ୍ଟାଲ କ୍ୱିଣ୍ଟାଲ ବରକୋଳି ଚାଲାଣ, ରେଳ କର୍ତ୍ତୃପକ୍ଷ ନିରବ

କେସିଙ୍ଗା,୧୧।୨(ତୁମେଶ୍ୱର ସାହୁ): ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କେସିଙ୍ଗା, ନର୍ଲା, ରୁପ୍ରା, ଲାଞ୍ଜିଗଡ଼, ଟିଟିଲାଗଡ଼ ଆଦି ରେଲୱେ ଷ୍ଟେସନରୁ ଆନ୍ଧ୍ରପ୍ରଦେଶର ବରକୋଳି ବ୍ୟବସାୟିମାନେ ବିନା ଟିକେଟରେ ଜିନିଷ…

ତ୍ରିକୋଣୀୟ ପ୍ରେମରୁ ସତ୍ୟବ୍ରତଙ୍କୁ ହତ୍ୟା, ଲିଜାଙ୍କୁ ନେଇ ଆସିଲା ବଡ଼ ଅପ୍‌ଡେଟ୍‌…

ଭୁବନେଶ୍ୱର,୧୧ା୨: ଭୁବନେଶ୍ୱର ନୀଳାଦ୍ରିବିହାର ସତ୍ୟବ୍ରତ ପ୍ରଧାନଙ୍କ ହତ୍ୟା ଉପରୁ ପର୍ଦ୍ଦା ହଟାଇଛି ପୋଲିସ। ତ୍ରିକୋଣୀୟ ପ୍ରେମରୁ ହତ୍ୟା ବୋଲି ସ୍ପଷ୍ଟ କରିଛନ୍ତି ଏସିପି ସୋନାଲ ସିଂ ପରମାର।…

SA vs AFG: ହାର ମାନିଲା ଆଫଗାନିସ୍ତାନ, ୨ଟି ସୁପର ଓଭର ମୁକାବିଲାରେ ବାଜି ମାରିଲା ସାଉଥ ଆଫ୍ରିକା

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦ ଗ୍ରାଉଣ୍ଡରେ ଟି-୨୦ ବିଶ୍ୱକପ୍ ୨୦୨୬ର ସବୁଠାରୁ ରୋମାଞ୍ଚକର ମ୍ୟାଚ୍ ଦେଖିବାକୁ ମିଳିଛି। ଗୋଟିଏ ନୁହେଁ, ବରଂ ଦୁଇଟି ସୁପର ଓଭର ପରେ ଦକ୍ଷିଣ ଆଫ୍ରିକା…

ରାମାୟଣ ନିର୍ଦ୍ଦେଶକଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, ୫୦ରୁ ଅଧିକ ନାଟକରେ ନିର୍ଦ୍ଦେଶନା ଦେଇ…

ଦିଗପହଣ୍ଡି,୧୧ା୨(ଅଶେଷ ନାଥ ମିଶ୍ର): ଅବିଭକ୍ତ ଗଞ୍ଜାମ ଜିଲାର ପୌରାଣିକ ରାମାୟଣ ଥିଏଟର ନିର୍ଦ୍ଦେଶକ ଦାମୋଦର ବାଡ଼ତ୍ୟା (ଦାମ ମାଷ୍ଟ୍ର)ଙ୍କ ୮୫ ବର୍ଷ ବୟସରେ ତାଙ୍କ ପୈତୃକ ଗ୍ରାମ…

ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବଡ଼ ବୟାନ, ରାଜ୍ୟରେ ହାତୀ ସଂଖ୍ୟା ବଢ଼ିବା…

ଭୁବନେଶ୍ବର,୧୧।୨: ଦିନକୁ ଦିନ ହାତୀ ଆକ୍ରମଣରେ ମନୁଷ୍ୟଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି । ଯାହାକି ଏକ ପ୍ରକାର ଚିନ୍ତାର କାରଣ ସାଜିଛି । ତେବେ ଆଜି…

ଟି-୨୦ ବିଶ୍ୱକପ୍‌ରେ ପ୍ରଥମ: ଦକ୍ଷିଣ ଆଫ୍ରିକା-ଆଫଗାନିସ୍ତାନ ମଧ୍ୟରେ ୨ ସୁପର ଓଭର, ଜାଣନ୍ତୁ କିଏ ମାରିଲା ବାଜି

ଅହମ୍ମଦାବାଦ,୧୧।୨: ଅହମ୍ମଦାବାଦରେ ଦକ୍ଷିଣ ଆଫ୍ରିକା ଏବଂ ଆଫଗାନିସ୍ତାନ ମଧ୍ୟରେ ଏକ ରୋମାଞ୍ଚକ ମ୍ୟାଚ୍ ଖେଳା ଯାଇଥିଲ। ପ୍ରଥମେ ବ୍ୟାଟିଂ କରି ଦକ୍ଷିଣ ଆଫ୍ରିକା ୨୦ ଓଭରରେ ୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri