ସ୍କୁଲ ରୋଷେଇ ଘରେ ତାଲା ପକାଇଲେ ମହିଳା ଗୋଷ୍ଠୀ

ଗୋପ,୨।୧୧(ଡି.ଏନ୍‌.ଏ.): ଦୀର୍ଘବର୍ଷ ଧରି ଗୋପ ବ୍ଲକ ଅନ୍ତର୍ଗତ ପୟରା ପଞ୍ଚାୟତର ହେଲାରି ଜମରା ପ୍ରାଥମିକ ସ୍କୁଲର ଛାତ୍ରୀଛାତ୍ରଙ୍କ ଲାଗି ମଧ୍ୟାହ୍ନଭୋଜନ ରୋଷେଇ କରୁଥିବା ମହିଳା ଗୋଷ୍ଠୀଙ୍କଠାରୁ ଦାୟିତ୍ୱ ଛଡ଼ାଇ ନେବା ପରେ ମଙ୍ଗଳବାର ଗୋଷ୍ଠୀର ମହିଳାମାନେ ରୋଷେଇ ଘରେ ତାଲା ପକାଇ ସ୍କୁଲ ଆଗରେ ଧାରଣାରେ ବସିଥିଲେ। ଫଳରେ ମଧ୍ୟାହ୍ନଭୋଜନ ଖାଇବାରୁ ଛାତ୍ରୀଛାତ୍ର ବଞ୍ଚତ୍ତ ହୋଇଥିଲେ। ଅନ୍ୟପଟେ ମହିଳାମାନେ ଧାରଣାରେ ବସିଥିଲେ ମଧ୍ୟ କୌଣସି ବିଭାଗୀୟ ଅଧିକାରୀ ଘଟଣାସ୍ଥଳରେ ପହଞ୍ଚତ୍ ନ ଥିଲେ। ପ୍ରକାଶ ଯେ, ପୟରା ପଞ୍ଚାୟତର ମହାବୀର ମହିଳା ଗୋଷ୍ଠୀ ଏହି ସ୍କୁଲରେ ଦୀର୍ଘ ବର୍ଷ ଧରି ମଧ୍ୟାହ୍ନଭୋଜନ ରୋଷେଇ ଦାୟିତ୍ୱ ନେଇ ଆସୁଥିଲା। କିନ୍ତୁ କିଛିଦିନ ତଳେ ଏହି ହେଲାରି ଜମରା ପ୍ରାଥମିକ ବିଦ୍ୟାଳୟର ପରିଚାଳନା କମିଟି ଗଠନ କରାଯିବା ପରେ ଉକ୍ତ ମହିଳା ଗୋଷ୍ଠୀକୁ ମଧ୍ୟାହ୍ନଭୋଜନ ରୋଷେଇ ଦାୟିତ୍ୱ ବନ୍ଦ କରାଯାଇ ଅନ୍ୟ ଏକ ସଂସ୍ଥାକୁ ଦିଆଯାଇଥିଲା। ହେଲେ ଏହାକୁ ମହାବୀର ମହିଳା ଗୋଷ୍ଠୀ ବିରୋଧ କରି ମଙ୍ଗଳବାର ଗୋଷ୍ଠୀ ସଭାପତି ମିନତି ବେହେରାଙ୍କ ନେତୃତ୍ୱରେ ମହିଳାମାନେ ସ୍କୁଲ ରୋଷେଇ ଘରେ ତାଲା ପକାଇ ଧାରଣା ଦେଇଥିଲେ। ଫଳରେ ସ୍କୁଲରେ ମଧ୍ୟାହ୍ନଭୋଜନ ଯୋଗାଣ କରୁଥିବା ସଂସ୍ଥା ଦେଇ ନ ଥିଲା। ଏଥିଯୋଗୁ ବିଦ୍ୟାଳୟରେ ଅଧ୍ୟୟନରତ ୬୧ଜଣ ଛାତ୍ରୀଛାତ୍ର ମଧ୍ୟାହ୍ନଭୋଜନ ଖାଇ ନ ପାରି ବିସ୍କୁଟ ଖାଇଥିଲେ। ତେବେ ଏହି ଘଟଣା ସତ୍ତ୍ୱେ କୌଣସି ଶିକ୍ଷା ବିଭାଗର ଅଧିକାରୀ ନ ପହଞ୍ଚତ୍ବା ନେଇ ସାଧାରଣରେ ଅସନ୍ତୋଷ ଦେଖାଦେଇଥିଲା। ପରେ ସ୍କୁଲ ଦାୟିତ୍ୱରେ ଥିବା ପ୍ରଧାନ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାରାଣୀ ସାହୁ ପହଞ୍ଚତ୍ ମହିଳା ଗୋଷ୍ଠୀଙ୍କୁ ବୁଝାଶୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳି ନ ଥିଲା। ଏ ସମ୍ପର୍କରେ ବ୍ଲକ ଶିକ୍ଷାଧିକାରୀ ସୁଶୀଲ କୁମାର ବ୍ରହ୍ମାଙ୍କୁ ପଚାରିବାରେ ଘଟଣା ସମ୍ପର୍କରେ ନିଶ୍ଚିତ ଭାବରେ ଦୃଷ୍ଟି ଦେଇ ଖୁବ୍‌ଶୀଘ୍ର ସମାଧାନ କରିବି ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶା ମାଟିରେ ଇତିହାସ ରଚିଲା DRDO: LRGRର ସଫଳ ପରୀକ୍ଷଣ, ୬୦ କିମି ଦୂର ଲକ୍ଷ୍ୟକୁ…

ନୂଆଦିଲ୍ଲୀ/ବାଲେଶ୍ୱର, ୮।୭: ଭାରତ ସ୍ୱଦେଶୀ ପ୍ରତିରକ୍ଷା ଜ୍ଞାନକୌଶଳ କ୍ଷେତ୍ରରେ ଆଉ ଏକ ବଡ଼ ସଫଳତା ହାସଲ କରିଛି। ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ବୁଧବାର…

ବରଗଡ଼ ଗସ୍ତରେ କମିଶନର ରାମଚନ୍ଦ୍ର ଯାଦବ: କୁରୁଆଁ ବିହନ ପ୍ରକ୍ରିୟାକରଣ ପ୍ଲାଣ୍ଟ କଲେ ପରିଦର୍ଶନ

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ଓଡ଼ିଶା କୃଷି ଓ କୃଷକ ସଶକ୍ତିକରଣ ବିଭାଗର କମିଶନର ତଥା ସଚିବ ସଚିନ ରାମଚନ୍ଦ୍ର ଯାଦବ ବୁଧବାର ବରଗଡ଼ ଜିଲା ଗସ୍ତରେ ଆସିଥିଲେ ।…

ବରଗଡ଼ର ଗୌରବ: ଆନ୍ତର୍ଜାତୀୟ ଚେସ୍ ‘ଫିଡେ ରେଟିଂ’ ହାସଲ କଲେ ରୋନକ୍ କୁମାର

ବରଗଡ,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ପାଇଁ ଗର୍ବ ଓ ଗୌରବ ଆଣିଦେଇଛନ୍ତି ଜଣେ କୁନି ଚେସ୍ ଖେଳାଳି। ବରଗଡ଼ ଚେସ୍ ଆସୋସିଏସନ ତରଫରୁ ପରିଚାଳିତ ପ୍ରଶିକ୍ଷଣ କେନ୍ଦ୍ର…

ଭଞ୍ଜନଗର ଏଏସପିଙ୍କ ମହାନତା: ରାସ୍ତା କଡ଼ରେ ପଡ଼ିଥିବା ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲେ

ଭଞ୍ଜନଗର,୮।୭(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଅତିରିକ୍ତ ଏସପି ରଞ୍ଜନ କୁମାର ଦେ ଜଣେ ଆହତ ଯୁବକଙ୍କୁ ଉଦ୍ଧାର କରି ଚିକିତ୍ସା ବ୍ୟବସ୍ଥା କରାଇଛନ୍ତି। ଏଏସପିଙ୍କ ଏହିଭଳି…

ସିଙ୍ଗଡ଼ା କିଣିବା ପାଇଁ ଟ୍ରେନ୍‌ ଅଟକାଇଲେ ଲୋକୋ ପାଇଲଟ୍‌, ଭାଇରାଲ ହେଉଛି ଭିଡିଓ

ଇନ୍ଦୋର,୮ା୭: ମଧ୍ୟପ୍ରଦେଶର ଇନ୍ଦୋରରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ଲୋକୋ ପାଇଲଟ୍‌ ଟ୍ରେନ୍‌ ଅଟକାଇ ରାସ୍ତାପାର୍ଶ୍ୱ ଦୋକାନରୁ ସିଙ୍ଗଡ଼ା କିଣୁଥିବାର ଭିଡିଓ ସୋସିଆଲ…

ପାଠ ପଢ଼ିବା ପାଇଁ ଜିଦ୍: ପରିବାରଲୋକେ ବିବାହ ପାଇଁ ବାଧ୍ୟ କରିବାରୁ ଘର ଛାଡ଼ିଥିଲେ ଯୁକ୍ତ ଦୁଇ ଛାତ୍ରୀ, ୨ ବର୍ଷ ପରେ…

 ଦିଗପହଣ୍ଡି,୮।୭( ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରୁ ଦୀର୍ଘ ୨ ବର୍ଷ ହେଲା ନିଖୋଜ ଥିବା ଜଣେ ୨୨ ବର୍ଷୀୟା ଛାତ୍ରୀଙ୍କୁ ପାଟପୁର…

ଅନ୍ୟମାନଙ୍କ ପାଇଁ ଦୃଷ୍ଟାନ୍ତ: ମାଁ ଶ୍ୟାମାକାଳୀ ମନ୍ଦିରରେ ବିବାହ ବନ୍ଧନରେ ବାନ୍ଧିହେଲେ ୨ ଦିବ୍ୟାଙ୍ଗ ଯୋଡ଼ି

ବରଗଡ଼,୮।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହରରେ ଅବସ୍ଥିତ ମାଁ ଶ୍ୟାମାକାଳୀ ମନ୍ଦିର ସର୍ବେଶ୍ୱର କଲ୍ୟାଣ ମଣ୍ଡପରେ ବୁଧବାର ଆଦର୍ଶ ବିବାହ ହୋଇଥିଲା। ପାୱାର ଅଫ୍‌ ଦିବ୍ୟାଙ୍ଗ ଅନୁଷ୍ଠାନ ତତ୍ତ୍ୱାବଧାନରେ…

ହାବସପୁରରେ ଭାଜପାର ମିଶ୍ରଣ ପର୍ବ, ଏମପିଙ୍କ ନିର୍ଦ୍ଦେଶରେ ସାମିଲ ହେଲେ….

ଜୁନାଗଡ଼,୮।୭(ଅଂଶୁମାନ ଯୋଶୀ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଳକ ହାବସପୁର ଠାରେ ବୁଧବାର ଭାଜପାର ମିଶ୍ରଣ ପର୍ବ ଓ ଆମ୍ବୁଲାନ୍ସ ସେବା ଲୋକାର୍ପିତ ହୋଇ ଯାଇଛି । ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri