ପ୍ରଥମ ତ୍ରୈମାସିକରେ ୩୨%ର ଅଭିବୃଦ୍ଧି ହାସଲ

ନୂଆଦିଲ୍ଲୀ,୨୦।୮: ଦେଶର ପ୍ରମୁଖ ସାଧାରଣ ବୀମା କମ୍ପାନୀ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସର ନିର୍ଦ୍ଦେଶକମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୪-୨୫ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସିକ ଫଳାଫଳ ମଧ୍ୟ ଘୋଷଣା କରାଯାଇଛି। ଏପରିକି ପ୍ରଥମ ତ୍ରୈମାସିକରେ କମ୍ପାନୀ କାରବାର ୩୨% ଅଭିବୃଦ୍ଧି ହାସଲ କରିଛି, ଏହି ଅଭିବୃଦ୍ଧି ହାର ବଜାରର ଅଭିବୃଦ୍ଧିଠାରୁ ଯଥେଷ୍ଟ ଅଧିକ ବୋଲି କମ୍ପାନୀ ପକ୍ଷରୁ ବିସ୍ତୃତ ଭାବେ ଉଲ୍ଲେଖ କରାଯାଇଛି। ସେହିଭଳି କମ୍ପାନୀ ପ୍ରଥମ ତ୍ରୈମାସିକରେ ୨,୬୦୩ କୋଟି ଟଙ୍କାର ମୋଟ ପ୍ରତ୍ୟକ୍ଷ ପ୍ରିମିୟମ ହାସଲ କରିଛି। ଏହା ଏସବିଆଇ ଜେନେରାଲ ଇନସ୍ୟୁରାନ୍ସର ମଜଭୁତ ବଜାର ସ୍ଥିତି ଏବଂ ଅଭିବୃଦ୍ଧିକୁ ସୂଚାଉଛି। କମ୍ପାନିର ଟିକସ ପୂର୍ବବର୍ତ୍ତୀ ଲାଭ ୨୪୪କୋଟି ଟଙ୍କା ରହିଛି, ଯାହା ଗତ ୨୦୨୩-୨୪ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସ ତୁଳନାରେ ୧୫୯% ଅଧିକ ବୋଲି କୁହାଯାଇଛି। ଏପରିକି ଏହାର ସଲଭେନ୍ସି ଅନୁପାତ ୨.୨୧ରହିଛି, ଯାହା ନିୟାମକ ଆବଶ୍ୟକତାଠାରୁ ଯଥେଷ୍ଟ ଅଧିକ ରହିଛି। ଏସବିଆଇ ଜେନେରାଲ ଇନସ୍ୟୁରାନ୍ସ ଘରୋଇ ବୀମା କ୍ଷେତ୍ରରେ ନିଜ ସ୍ଥିତିକୁ ଆହୁରି ସୁଦୃଢ଼ କରିଛି। ଘରୋଇ କମ୍ପାନୀମାନଙ୍କ ମଧ୍ୟରେ ଏହା ୫.୪୧% ବଜାର ଅଂଶ ହାସଲ କରିଛି, ଯାହା ଗତ ବର୍ଷ ସମାନ ସମୟରେ ୪.୮୨% ଥିଲା। ଏ ସମ୍ପର୍କରେ ଏସବିଆଇ ଜେନେରାଲ ଇନସ୍ୟୁରାନ୍ସର ଏମଡି ତଥା ସିଇଓ ନବୀନ ଚନ୍ଦ୍ର ଝା କହିଛନ୍ତି, ଆମର ଦୃଢ଼ ବ୍ୟବସାୟିକ ରଣନୀତି ଏବଂ ଗ୍ରାହକକେନ୍ଦ୍ରିକ ଆଭିମୁଖ୍ୟ ପାଇଁ ୨୦୨୪-୨୫ ଆର୍ଥତ୍କ ବର୍ଷର ପ୍ରଥମ ତ୍ରୈମାସିକରେ ୩୨% ଅଭିବୃଦ୍ଧି ହାସଲ କରିଥିବାରୁ ଆମେ ବେଶ ଉତ୍ସାହିତ ଅଛୁ। ଏପରିକି ଆମେ ଆମର ଫଳାଫଳ ଅଂଶୀଦାରମାନଙ୍କ ପାଇଁ ସ୍ଥାୟୀ ଏବଂ ଲାଭଜନକ ଅଭିବୃଦ୍ଧି ପାଇଁ ଆମର ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri