ଧାନବିଲରେ ପଡ଼ିଛି ଅର୍ଦ୍ଧଦଗ୍ଧ ମୃତଦେହ

ପୁରୁଷୋତ୍ତମପୁର/ଗଞ୍ଜାମ,୨ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର-ହୁମ୍ମା ମୁଖ୍ୟ ରାସ୍ତାର କାଳୁଆବାଡ଼ି ଛୋଟାବସା ମଧ୍ୟ ରାସ୍ତା ପାଶର୍‌ବରେ ଥିବା ଏକ ଧାନ ବିଲରେ ଜଣେ ବ୍ୟକ୍ତିଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ପଡ଼ିଛି। ଘଟଣାସ୍ଥଳରେ ଏକ ପୁରୁଷଙ୍କ ଚପଲ ରହିଛି। ଏହି ଚପଲକୁ ନେଇ ଅଭିଯୁକ୍ତ ପୁରୁଷ ହୋଇଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି। ହେଲେ ଏହି ବ୍ୟକ୍ତିଙ୍କ ପରିଚୟ ମିଳି ପାରି ନ ଥିବା ବେଳେ ଚପଲକୁ ନେଇ ନିକଟସ୍ଥ ଏକ ଗ୍ରାମର ବ୍ୟକ୍ତି ବୋଲି ଲୋକେ ସନ୍ଦେହ କରୁଛନ୍ତି। ଏଭଳି କିଏ କେଉଁ କାରଣରୁ ହତ୍ୟା କରି ପୋଡ଼ିଦେଇଛି, ନା ନିଜେ ସେ ଆତ୍ମହତ୍ୟା କରିବା ଲାଗି ପୋଡ଼ି ହୋଇଛନ୍ତି ତାହା ସ୍ପଷ୍ଟ ହୋଇପାରି ନାହିଁ। ରାସ୍ତାକଡ଼ରେ ଏଭଳି ଦରପୋଡ଼ା ଅବସ୍ଥାରେ ପଡିଥିବାର କିଛି ଲୋକ ଦେଖିବାକୁ ପାଇଥିଲେ। ଘଟଣାସ୍ଥଳଟି ଦୁଇଟି ଥାନା ରମ୍ଭା ଓ ପୁରୁଷୋତ୍ତମପୁରର ସୀମା ଅଟେ। ଏହାର ଖବର ପାଇ ପୁରୁଷୋତ୍ତମପୁର ଥାନା ଆଇଆଇସି ପ୍ରିୟସ ରଞ୍ଜନ ଛୋଟରାୟ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ତଦନ୍ତ ପରେ ଘଟଣାର ପ୍ରକୃତ କାରଣ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପିନ୍‌ରେ ଦମ୍‌ ଦେଖାଇଲା ଶ୍ରୀଲଙ୍କା

କଲମ୍ବୋ,୮ା୨- ଟି୨୦ ବିଶ୍ୱକପ୍‌ରେ ରବିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୨୦ ରନରେ ଆୟର୍ଲାଣ୍ଡକୁ ପରାସ୍ତ କରିଛି। ଶ୍ରୀଲଙ୍କା ଦ୍ୱାରା ପ୍ରଦତ୍ତ ୧୬୪ ରନର ଟାର୍ଗେଟକୁ ପିଛା…

ସଭା ମଞ୍ଚରେ ମନ୍ତ୍ରୀ-ବିଧାୟକଙ୍କ ଆଲୋଚନା: ବଲାଙ୍ଗୀରରେ ବଢ଼ିଲା ଚର୍ଚ୍ଚା…

ବଲାଙ୍ଗୀର,୮।୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସରକାରୀ ଆୟୁର୍ବେଦିକ କଲେଜର ରବିବାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ମଞ୍ଚ ଉପରେ ବସିଥିଲେ ସ୍ବାସ୍ଥ୍ୟ ମନ୍ତ୍ରୀ ଡ଼.ମୁକେଶ ମହାଲିଙ୍ଗ ଏବଂ ସମ୍ବଲପୁର…

ଦେଓମାଳି ବୁଲିବାକୁ ଆସି ଚାଲିଗଲା ପର୍ଯ୍ୟଟକଙ୍କ ଜୀବନ

ପଟ୍ଟାଙ୍ଗି,୮।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତ ଦେଓମାଳି ପର୍ଯ୍ୟଟନ ସ୍ଥଳୀ ବୁଲିବାକୁ ଆସି ରବିବାର ଜଣେ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି।…

୨ ବାଇକ୍‌ ମୁହାଁମୁହିଁ ଧକ୍କା: ଚାଲିଗଲା ୩ ଜୀବନ, ୪ ଗୁରୁତର 

ପଟ୍ଟାଙ୍ଗି,୮ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ ସୁଙ୍କି-ଅମ୍ପାବାଲି ପଞ୍ଚାୟତ ବୋରିଗୁଡ଼ା ଛକ ନିକଟରେ ରବିବାର ୨ ବାଇକ୍‌ ମୁହାଁମୁହିଁ ଧକ୍କା ହୋଇ ୩ଜଣଙ୍କ…

ଜାପାନ ନିର୍ବାଚନ: ଆସିଲା ଏକ୍‌ଜିଟ୍‌ ପୋଲ୍‌ ରିପୋର୍ଟ, ଜାଣନ୍ତୁ କେଉଁ ଦଳ…

ଟୋକିଓ,୮ା୨: ଜାପାନ ପାର୍ଲାମେଣ୍ଟର ନିମ୍ନ ସଦନ ପାଇଁ ରବିବାର ଅନୁଷ୍ଠିତ ନିର୍ବାଚନରେ ପ୍ରଧାନମନ୍ତ୍ରୀ ସାନାଏ ଟାକାଇଚିଙ୍କ ମେଣ୍ଟ ସରକାର ଏକକ ସଂଖ୍ୟାଗରିଷ୍ଠ ଦଳ ଭାବେ ବିଜୟୀ ହେବା…

୧୨ରେ ଧର୍ମଘଟକୁ ସମର୍ଥନ କରିବ କଂଗ୍ରେସ: ଭକ୍ତ

ଭୁବନେଶ୍ୱର,୮।୨: କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଚଳିତ ୪ଟି ଶ୍ରମ କୋଡ୍‌ ବାତିଲ ସହିତ  ବିଭିନ୍ନ ଜନବିରୋଧୀ ନୀତିକୁ ନେଇ ୧୦ଟି କେନ୍ଦ୍ରୀୟ ଶ୍ରମିକ ସଙ୍ଗଠନ ପକ୍ଷରୁ ଆସନ୍ତା…

ପୋଲତଳୁ ମିଳିଲା ହୋମଗାର୍ଡ, ଯୁବକଙ୍କ ମୃତଦେହ: ପୋଲିସର ତଦନ୍ତ ଆରମ୍ଭ…

ନନ୍ଦପୁର,୮।୨(ତୁଷାରକାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ଥାନାରେ କାର୍ଯ୍ୟରତ ଜଣେ ହୋମଗାର୍ଡ ଏବଂ ଅନ୍ୟ ଜଣେ ଯୁବକଙ୍କ ମୃତଦେହ ପୋଲିସ ରବିବାର ସନ୍ଧ୍ୟାରେ ନନ୍ଦପୁର-ହାଣ୍ଡିପୁଟ ସଞ୍ଜୋଗୀ ଏମ୍‌ଡିଆର…

ସରକାରୀ ବସ୍‌ ଧକ୍କାରେ ଚାଲିଗଲା ବୃଦ୍ଧାଙ୍କ ଜୀବନ

ଦିଗପହଣ୍ଡି,୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଜାପଲ୍ଲୀ ଗାଁ ଛକ ନିକଟରେ ରବିବାର ଏକ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌(ନଂ. ଓଡ଼ି୩୨କେ -୧୮୦୯) ଧକ୍କାରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri