୬.୪୫ କୋଟି ବ୍ୟୟରେ ସୁବର୍ଣ୍ଣପୁରରେ ପ୍ରତିଷ୍ଠା ହେବ ହସ୍ତତନ୍ତ ମଲ୍‌

ସୋନପୁର,୨୨।୧୦(ନି. ପ୍ର ): ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ପାଇଁ ଖୁସି ଖବର। ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ଶାଢୀର ବିକ୍ରି ବଟା ପାଇଁ ୫୭ ନଂ ଜାତୀୟ ରାଜପଥ ପାର୍ଶ୍ୱ ସୋନପୁର ସହର ଉପକଣ୍ଠ ଝିଙ୍କିଠାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରେ ପ୍ରତିଷ୍ଠା ହେବ ହସ୍ତତନ୍ତ ମଲ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ହସ୍ତ ତନ୍ତ ମଲ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲା ଓସୱାନ କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଜିଲାପାଳ ଅବୋଲୀ ସୁନିଲ ନରୱଣେ,ଜିଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା, ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶ, ନିଶି ପୁନମ ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲା ପରିଷଦ ନିହାର ରଞ୍ଜନ କଁହର, ପୌରପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, ଉପଜିଲାପାଳ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅଧୀକ୍ଷଣ ଯନ୍ତ୍ରୀ କୋଠା ବାଡ଼ି ଦାମୋଦର କୈବର୍ତ୍ତ, ପଶ୍ଚିମ ଓଡିଶା ବିକାଶ ପରିଷଦର ଜିଲା କାର୍ଯ୍ୟ ନିର୍ବାହୀ ଅଧିକାରୀ ଚତୁର୍ଭୁଜ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ I ପରେ ସୁବର୍ଣ୍ଣପୁର ଜିଲାପାଳ ଶ୍ରୀମତୀ ନରୱଣେ ଏକ ଖବରଦାତା ସମ୍ମିଳନୀରେ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଜିଲାପାଳ କହିଥିଲେ ଯେ, ସୁବର୍ଣ୍ଣପୁର ଜିଲା ହସ୍ତତନ୍ତ ଓ ହସ୍ତ ଶିଳ୍ପ କାରୁକାର୍ଯ୍ୟ ପାଇଁ ଦେଶ ବିଦେଶରେ ପ୍ରସିଦ୍ଧି ଲାଭ କରିଛି l ବୁଣାକାର ଓ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ବସ୍ତ୍ରର ବହୁଳ ବିକ୍ରୟ ତଥା ସେମାନଙ୍କ ଅର୍ଥନୈତିକ ବିକାଶ ଉଦ୍ଦେଶ୍ୟରେ ୬ କୋଟି ୪୫ ଲକ୍ଷ ବ୍ୟୟରେ ହସ୍ତ ତନ୍ତ ମଲ୍‌ ନିର୍ମାଣ ହେବ। ଆସନ୍ତା ୨ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ସରିବ l ସେହିପରି ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ତରଫରୁ ଜିଲାର ବିଭିନ୍ନ ଶିକ୍ଷାନୁଷ୍ଠାନର ଉନ୍ନତି ପାଇଁ ଅର୍ଥ ମଞ୍ଜୁର ହୋଇଛି l ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟର ଗୃହ ନିର୍ମାଣ ପାଇଁ ପରିଷଦ ତରଫରୁ ୪ କୋଟି ଟଙ୍କା ମଞ୍ଜୁର ହୋଇଛି ା ହସ୍ତତନ୍ତ୍ର ମଲ୍‌ ପାର୍ଶ୍ୱରେ ମିଶନ ଶକ୍ତି ଦ୍ୱାରା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ କଫେଟେରିଆର ନିର୍ମାଣ ପାଇଁ ଆର୍ଥିକ ଅନୁଦାନ ଦିଆଯାଇଛି। ସେହିପରି ଡୁଙ୍ଗୁରିପାଲି ବ୍ଲକର ରାମପୁରଠାରେ ବିଜୁ ଗ୍ରାମୀଣ ବଜାର ପାଇଁ ୫୫ ଲକ୍ଷ ଟଙ୍କା, ରାମପୁର ଷ୍ଟାଡିୟମ ନିର୍ମାଣ ପାଇଁ ୨୫ ଲକ୍ଷ, ସୋନପୁର ବ୍ଲକ ବିଶେଶ୍ୱରପାଲିରେ ଅନାଥ ଆଶ୍ରମର ଶ୍ରେଣୀଗୃହ ନିର୍ମାଣ ପାଇଁ ୨୯ ଲକ୍ଷ ଟଙ୍କା, ବୀରମହାରାଜପୁର ନିକଟରେ ରାସ୍ତା ଆଲୋକୀକରଣ ପାଇଁ ୨୧ ଲକ୍ଷ ଟଙ୍କା ଓ ବସଷ୍ଟାଣ୍ଡ ନିକଟରେ ବଜାର ପ୍ରାଙ୍ଗଣ ନିର୍ମାଣ ପାଇଁ ୨୦ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦିଆ ଯାଇଥିବା ଜିଲାପାଳ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୫ ବର୍ଷ ପରେ ଭାରତରେ ଏହି ସେବା ଆରମ୍ଭ କରିବାକୁ ଯାଉଛି ଚାଇନା, ଜାଣନ୍ତୁ କ’ଣ ହେବ ବଡ଼ ଫାଇଦା

ନୂଆଦିଲ୍ଲୀ,୮।୧୨: ପ୍ରାୟ ପାଞ୍ଚ ବର୍ଷ ପୂର୍ବେ ଭାରତ ଏବଂ ଚାଇନା ମଧ୍ୟରେ ସମ୍ପର୍କରେ ତିକ୍ତତା ଦେଖାଦେବା ପରେ, ଉଭୟ ଦେଶ ଏବେ ପୂର୍ବ ତିକ୍ତତାକୁ ପଛରେ...

ନ୍ୟାୟ ପାଇଁ ପିଏମ ମୋଦିଙ୍କୁ ଏହି ନିବେଦନ କଲେ ପାକିସ୍ତାନୀ ମହିଳା, କରାଚୀରୁ ଭିଡିଓ ଶେୟାର କରି କହିଲେ…

ନୂଆଦିଲ୍ଲୀ,୮।୧୨: ପାକିସ୍ତାନରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ଜଣେ ପାକିସ୍ତାନୀ ମହିଳା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନିକଟରେ ନ୍ୟାୟ ପାଇଁ ନିବେଦନ କରିଛନ୍ତି।...

 ଚାଲିଥିଲା ପାଟ୍ରୋଲିଂ: ଡକାୟତି କରିବାକୁ ଯାଉଥିବା ବେଳେ ୬ ଜଣଙ୍କୁ

ପାପଡାହାଣ୍ଡି,୮।୧୨(ସ୍ବପ୍ନଜିତ ପଟନାୟକ): ଜଙ୍ଗଲ ନିକଟରେ ଚାଲିଥିଲା ଡକାୟତ ଉଦ୍ୟମ ମାଡି  ବସିଲା ପୋଲିସ । ଡକାୟତ ଉଦ୍ୟମକୁ ପଣ୍ଡ କରି ୬ ଅଭିଯୁକ୍ତକୁ ଗିରଫ କରି...

ଜଳୁଛି ଗାଁ : ପୋଲିସ ଉପସ୍ଥିତରେ ମହିଳା-ପୁରୁଷ ମିଶି କରୁଛନ୍ତି ଭଙ୍ଗାରୁଜା

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଏମ୍ଭି-୨୬ ଗାଁରେ...

ମାଲକାନଗିରିରେ ୨୪ ଘଣ୍ଟା ଇଣ୍ଟରନେଟ ବନ୍ଦ ଘୋଷଣା: ଜାଣନ୍ତୁ କେବେ ଯାଏ ବଳବତ୍ତର ରହିବ…

ମାଲକାନଗିରି, ୮।୧୨(ଦୁର୍ଯ୍ୟେଧନ ପାତ୍ର): ତେଜୁଛି ଏମ୍ଭି-୨୬ ଓ ରାଖେଲଗୁଡ଼ା କଳି। ରାଖେଲଗୁଡ଼ା ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ମିଳିବା ପରେ ଉତ୍ତେଜନା ତୀବ୍ର ହୋଇଛି। ଫଳରେ ମାଲକାନଗିରିରେ...

ଗ୍ରାମ୍ୟ ବ୍ୟାଙ୍କରୁ ଡକାୟତି

ନୟାଗଡ଼/ନୂଆଗାଁ,(ଲୋକନାଥ ମିଶ୍ର/ଧନେଶ୍ୱର ପ୍ରଧାନ): ନୟାଗଡ଼ ଜିଲା ନୂଆଗାଁ ଥାନା ମହିପୁର ଫାଣ୍ଡି ଅଧୀନ ମହିପୁର ଓଡ଼ିଶା ଗ୍ରାମ୍ୟ ବ୍ୟାଙ୍କରୁ ରବିବାର ବିଳମ୍ବିତ ରାତିରେ ଡକାୟତି ହୋଇଥିବା...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ବଲାଙ୍ଗିର ଫଳ ବଜାରରେ ଜଳିଗଲା ୫୦ରୁ ଊର୍ଦ୍ଧ୍ବ ଦୋକାନ

ବଲାଙ୍ଗିର,୮।୧୨: ସୋମବାର ବଲାଙ୍ଗିର ସହରର ଫଳ ବଜାରରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଜିଲାପାଳଙ୍କ ଅଫିସ୍‌ ନିକଟରେ ଥିବା ପୌର ସଂସ୍ଥା ଅଧୀନରେ ଥିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri