୬.୪୫ କୋଟି ବ୍ୟୟରେ ସୁବର୍ଣ୍ଣପୁରରେ ପ୍ରତିଷ୍ଠା ହେବ ହସ୍ତତନ୍ତ ମଲ୍‌

ସୋନପୁର,୨୨।୧୦(ନି. ପ୍ର ): ସୁବର୍ଣ୍ଣପୁର ଜିଲାର ବୁଣାକାରଙ୍କ ପାଇଁ ଖୁସି ଖବର। ବୁଣାକାରଙ୍କ ଦ୍ୱାରା ପ୍ରସ୍ତୁତ ଶାଢୀର ବିକ୍ରି ବଟା ପାଇଁ ୫୭ ନଂ ଜାତୀୟ ରାଜପଥ ପାର୍ଶ୍ୱ ସୋନପୁର ସହର ଉପକଣ୍ଠ ଝିଙ୍କିଠାରେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରେ ପ୍ରତିଷ୍ଠା ହେବ ହସ୍ତତନ୍ତ ମଲ୍‌। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସିଂ ଜରିଆରେ ହସ୍ତ ତନ୍ତ ମଲ୍‌ର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହି ପରିପ୍ରେକ୍ଷୀରେ ଜିଲା ଓସୱାନ କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା, ଜିଲାପାଳ ଅବୋଲୀ ସୁନିଲ ନରୱଣେ,ଜିଲା ପରିଷଦ ଅଧ୍ୟକ୍ଷା ସୁପାର ଠେଲା, ଅତିରିକ୍ତ ଜିଲାପାଳ ସୂର୍ଯ୍ୟନାରାୟଣ ଦାଶ, ନିଶି ପୁନମ ମିଞ୍ଜ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲା ପରିଷଦ ନିହାର ରଞ୍ଜନ କଁହର, ପୌରପରିଷଦ ଅଧ୍ୟକ୍ଷା ତାମସୀ ତାମସ୍ମିତା ନାଏକ, ଉପଜିଲାପାଳ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ଅଧୀକ୍ଷଣ ଯନ୍ତ୍ରୀ କୋଠା ବାଡ଼ି ଦାମୋଦର କୈବର୍ତ୍ତ, ପଶ୍ଚିମ ଓଡିଶା ବିକାଶ ପରିଷଦର ଜିଲା କାର୍ଯ୍ୟ ନିର୍ବାହୀ ଅଧିକାରୀ ଚତୁର୍ଭୁଜ ସାହୁ ପ୍ରମୁଖ ଉପସ୍ଥିତ ରହିଥିଲେ I ପରେ ସୁବର୍ଣ୍ଣପୁର ଜିଲାପାଳ ଶ୍ରୀମତୀ ନରୱଣେ ଏକ ଖବରଦାତା ସମ୍ମିଳନୀରେ କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ଜିଲାପାଳ କହିଥିଲେ ଯେ, ସୁବର୍ଣ୍ଣପୁର ଜିଲା ହସ୍ତତନ୍ତ ଓ ହସ୍ତ ଶିଳ୍ପ କାରୁକାର୍ଯ୍ୟ ପାଇଁ ଦେଶ ବିଦେଶରେ ପ୍ରସିଦ୍ଧି ଲାଭ କରିଛି l ବୁଣାକାର ଓ ସେମାନଙ୍କ ଦ୍ୱାରା ପ୍ରସ୍ତୁତ ହସ୍ତତନ୍ତ ବସ୍ତ୍ରର ବହୁଳ ବିକ୍ରୟ ତଥା ସେମାନଙ୍କ ଅର୍ଥନୈତିକ ବିକାଶ ଉଦ୍ଦେଶ୍ୟରେ ୬ କୋଟି ୪୫ ଲକ୍ଷ ବ୍ୟୟରେ ହସ୍ତ ତନ୍ତ ମଲ୍‌ ନିର୍ମାଣ ହେବ। ଆସନ୍ତା ୨ ବର୍ଷ ମଧ୍ୟରେ ଏହି କାର୍ଯ୍ୟ ସରିବ l ସେହିପରି ଶିକ୍ଷା କ୍ଷେତ୍ରରେ ଉନ୍ନତି ପାଇଁ ପଶ୍ଚିମ ଓଡିଶା ବିକାଶ ପରିଷଦ ତରଫରୁ ଜିଲାର ବିଭିନ୍ନ ଶିକ୍ଷାନୁଷ୍ଠାନର ଉନ୍ନତି ପାଇଁ ଅର୍ଥ ମଞ୍ଜୁର ହୋଇଛି l ବିଜୁ ପଟ୍ଟନାୟକ ମହିଳା ମହାବିଦ୍ୟାଳୟର ଗୃହ ନିର୍ମାଣ ପାଇଁ ପରିଷଦ ତରଫରୁ ୪ କୋଟି ଟଙ୍କା ମଞ୍ଜୁର ହୋଇଛି ା ହସ୍ତତନ୍ତ୍ର ମଲ୍‌ ପାର୍ଶ୍ୱରେ ମିଶନ ଶକ୍ତି ଦ୍ୱାରା ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ଦ୍ୱାରା ପରିଚାଳିତ କଫେଟେରିଆର ନିର୍ମାଣ ପାଇଁ ଆର୍ଥିକ ଅନୁଦାନ ଦିଆଯାଇଛି। ସେହିପରି ଡୁଙ୍ଗୁରିପାଲି ବ୍ଲକର ରାମପୁରଠାରେ ବିଜୁ ଗ୍ରାମୀଣ ବଜାର ପାଇଁ ୫୫ ଲକ୍ଷ ଟଙ୍କା, ରାମପୁର ଷ୍ଟାଡିୟମ ନିର୍ମାଣ ପାଇଁ ୨୫ ଲକ୍ଷ, ସୋନପୁର ବ୍ଲକ ବିଶେଶ୍ୱରପାଲିରେ ଅନାଥ ଆଶ୍ରମର ଶ୍ରେଣୀଗୃହ ନିର୍ମାଣ ପାଇଁ ୨୯ ଲକ୍ଷ ଟଙ୍କା, ବୀରମହାରାଜପୁର ନିକଟରେ ରାସ୍ତା ଆଲୋକୀକରଣ ପାଇଁ ୨୧ ଲକ୍ଷ ଟଙ୍କା ଓ ବସଷ୍ଟାଣ୍ଡ ନିକଟରେ ବଜାର ପ୍ରାଙ୍ଗଣ ନିର୍ମାଣ ପାଇଁ ୨୦ ଲକ୍ଷ ଟଙ୍କାର ଅନୁଦାନ ଯୋଗାଇ ଦିଆ ଯାଇଥିବା ଜିଲାପାଳ ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ଚାମେଲୀ ଓଝାଙ୍କ ବିରୋଧରେ ସରିଲା ଅନାସ୍ଥା ଭୋଟିଂ, ନିଜେ ଉପସ୍ଥିତ ରହି କହିଲେ ଏମିତି…

ମହାକାଳପଡ଼ା,୧୩ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): ବହୁ ଚର୍ଚ୍ଚିତ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ତିଖିରି ପଞ୍ଚାୟତ ଅଫିସଠାରେ କଡ଼ା ସୁରକ୍ଷା ବଳୟ ମଧ୍ୟରେ ଗୁରୁବାର ସରପଞ୍ଚ ଚାମେଲୀ…

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri