ଭାରତରେ ପହଞ୍ଚିଲେ ପୁଟିନ, କୁଣ୍ଢେଇ ପକେଇଲେ ମୋଦି

ନୂଆଦିଲ୍ଲୀ,୪ା୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଗସ୍ତରେ ଗୁରୁବାର ଭାରତରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିମାନ ବନ୍ଦରରେ ତାଙ୍କୁ ଆଲିଙ୍ଗନ କରି ସ୍ୱାଗତ କରିଛନ୍ତି। ସାଧାରଣତଃ ପ୍ରଧାନମନ୍ତ୍ରୀମାନେ ଅନ୍ୟ ରାଷ୍ଟ୍ରମୁଖ୍ୟଙ୍କୁ ବିମାନ ବନ୍ଦରରେ ପାଛୋଟି ନେବାର ନିୟମ ନ ଥିବାବେଳେ, ପ୍ରଧାନମନ୍ତ୍ରୀ ମୋଦିଦୀଙ୍କ ଏହି ବିରଳ କୂଟନୈତିକ ସୌଜନ୍ୟତା ଭାରତ-ରୁଷ ସମ୍ପର୍କର ଗୁରୁତ୍ୱକୁ ଦର୍ଶାଉଛି।

ମୋଦି ଦିଲ୍ଲୀର ପାଲମ୍‌ ବିମାନ ବନ୍ଦରରେ ପୁଟିନଙ୍କୁ ସ୍ୱାଗତ କରିବା ପରେ ଉଭୟ ନେତା ଏକାଠି ଗୋଟିଏ କାର୍‌ରେ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଅଭିମୁଖେ ଯାତ୍ରା କରିଥିଲେ। ସାଂଘାଇ ସହଯୋଗ ସମ୍ମିଳନୀ (SCO) ସମୟରେ ଉଭୟ ନେତା ଚାଇନାର ତିଆନଜିନ୍‌ରେ ପୁଟିନଙ୍କ କାର୍‌ରେ ଯାତ୍ରା କରିବା ପରେ ଏହା ଦ୍ୱିତୀୟ ଥର ପାଇଁ ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ଉଭୟଙ୍କ ମଧ୍ୟରେ ଥିବା ବ୍ୟକ୍ତିଗତ ସୁସମ୍ପର୍କକୁ ଦର୍ଶାଉଛି।

ପ୍ରଧାନମନ୍ତ୍ରୀ ମୋଦି ଅତୀତରେ କେତେକ ବିଶିଷ୍ଟ ବିଦେଶୀ ନେତା ଯଥା ଜାପାନର ପୂର୍ବତନ ପ୍ରଧାନମନ୍ତ୍ରୀ ଶିଞ୍ଜୋ ଆବେ, ପୂର୍ବତନ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ୍ ହାସିନା, ଏବଂ ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ମଧ୍ୟ ଏହିପରି ବିମାନ ବନ୍ଦରରେ ସ୍ୱାଗତ କରିଛନ୍ତି।

ଶୁକ୍ରବାର ଉଭୟ ରାଷ୍ଟ୍ରମୁଖ୍ୟଙ୍କ ମଧ୍ୟରେ ୨୩ତମ ଭାରତ-ରୁଷ ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରତିରକ୍ଷା ଓ ବାଣିଜ୍ୟ ସମ୍ପର୍କକୁ ଆହୁରି ମଜବୁତ କରିବା ଉପରେ ଆଲୋଚନା ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

୩୦ବର୍ଷ ପରେ ବି ମିଳିବ ସରକାରୀ ଚାକିରି! ଜାଣନ୍ତୁ ବ୍ୟାଙ୍କ୍‌-ରେଲେଓ଼୍ବ ଆଉ କେଉଁଠି ମିଳିବ ସୁଯୋଗ

ନୂଆଦିଲ୍ଲୀ,୫।୯:ଅନେକ ସମୟରେ ଲୋକଙ୍କ ମନରେ ଏହି ଭୁଲ ଧାରଣା ଥାଏ ଯେ ସରକାରୀ ଚାକିରି (Government Job) ପାଇଁ ପ୍ରସ୍ତୁତି କେବଳ ୨୧ ରୁ ୨୫ ବର୍ଷ…

Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ

ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri