Posted inଖେଳ

ଅଷ୍ଟ୍ରେଲିଆର ସଂଘର୍ଷପୂର୍ଣ୍ଣ ବିଜୟ

ଭୁବନେଶ୍ୱର, ୧୨।୨ (ତପନ ସ୍ବାଇଁ): ଏଫ୍‌ଆଇଏଚ୍‌ ପୁରୁଷ ହକି ପ୍ରୋ ଲିଗ୍‌ରେ ରବିବାର ଅଷ୍ଟ୍ରେଲିଆ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି। କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ମ୍ୟାଚରେ ଏହି ଦଳ ୪-୩ ଗୋଲରେ ସ୍ପେନ୍‌କୁ ହରାଇ ଦେଇଛି। ଅଷ୍ଟ୍ରେଲିଆ ପକ୍ଷରୁ ଶାର୍ପ ଲଚଲାନ ୯ ଓ ୫୨ତମ ମିନିଟରେ ୨ଟି ଏବଂ ଜ୍ୟାକ ହ୍ବିଟନ ୧୯ ଓ ବ୍ଲେକ୍‌ ଗୋଭର୍ସ ୨୫ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ଦେଇଥିଲେ।

ସ୍ପେନ୍‌ର ମାର୍କ ମିରାଲେସ ୨୯, ନିକୋଲାସ ଆଲଭାରେଜ ୩୬ ଓ ପଲ ଭାର୍ଡେଲ କାବ୍ରି ୩୭ତମ ମିନିଟରେ ଗୋଟିଏ ଲେଖାଏ ଗୋଲ ପରିଶୋଧ କରିଥିଲେ। ଏଠାରେ ବିଜୟ ସହ ଅଷ୍ଟ୍ରେଲିଆ ଏହାର ବିଜୟ ଅଭିଯାନ ଆରମ୍ଭ କରିଛି। ଅନ୍ୟପକ୍ଷରେ ସ୍ପେନ୍‌ କ୍ରମାଗତ ଦ୍ୱିତୀୟ ପରାଜୟ ବରଣ କରିଛି। ଏହି ଦଳ ଶନିବାର ଭାରତ ନିକଟରୁ ୧-୪ ଗୋଲରେ ପରାସ୍ତ ହୋଇଥିଲା।

ମ୍ୟାଚରେ ସ୍ପେନ୍‌ ମାତ୍ର ୨ଟି ପେନାଲ୍ଟି କର୍ନର ପାଇଥିବାବେଳେ ଏଥିରୁ ଗୋଟିଏକୁ ଗୋଲରେ ପରିଣତ କରିବାରେ ସକ୍ଷମ ହୋଇଥିଲା। ଅନ୍ୟପକ୍ଷରେ ଅଷ୍ଟ୍ରେଲିଆ ୬ଟି ପେନାଲ୍ଟି କର୍ନର ସୁଯୋଗ ସୃଷ୍ଟି କରିଥିଲା। ଏଥିରୁ ଖେଳାଳିମାନେ ୨ଟି ଗୋଲ ଦେବାରେ ସକ୍ଷମ ହୋଇଥିଲେ। ସ୍ପେନ୍‌ର ଡି ଇଗ୍ନାସିଓ-ସିମୋ ଏଡୁଆର୍ଡ ୨୩ ଓ ରୋଡ୍ରିଗ୍ବେଜ ଇଗ୍ନାସିଓ ୨୪ତମ ମିନିଟରେ ଗ୍ରୀନ୍‌ କାର୍ଡ ପାଇଥିଲେ। ଅଷ୍ଟ୍ରେଲିଆର ଟମ୍‌ କ୍ରେଗ୍‌ ୨୦ ଓ କି ଓ୍ବିଲଟ ୬୦ତମ ମିନିଟରେ ୟେଲୋ କାର୍ଡ ପାଇଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri