କରୋନା ଆକ୍ରାନ୍ତଙ୍କ ସହ ଡାକ୍ତରଖାନାରେ ଶାରୀରିକ ସମ୍ପର୍କ ରଖିଲେ ସ୍ବାସ୍ଥ୍ୟକର୍ମୀ, ଫଟୋ ଭାଇରାଲ ପରେ…

ଜାକର୍ତ୍ତା,୧।୧: ଇଣ୍ଡୋନେସିଆରେ ଜଣେ ସ୍ବାସ୍ଥ୍ୟକର୍ମୀ କରୋନା ଆକ୍ରାନ୍ତଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଘଟଣା ସାମ୍ନାକୁ ଆସିବା ପରେ ଏହି ପୁରୁଷ ସ୍ବାସ୍ଥ୍ୟକର୍ମୀଙ୍କୁ ନିଲମ୍ବନ କରାଯିବା ସହ ଗିରଫ କରାଯାଇଛି।

ଖବର ଅନୁଯାୟୀ, ଡାକ୍ତରଖାନା ଶୌଚାଳୟରେ ଦୁଇଜଣ ସମ୍ପର୍କ ସ୍ଥାପନ କରିଥିଲେ। ଯେତେବେଳେ ଏହି କରୋନା ରୋଗୀ ତାଙ୍କ ଟୁଇଟର ଆକାଉଣ୍ଟରେ କିଛି ସ୍କ୍ରିନଶଟ୍‌ ଶେୟାର କରିଥିଲେ। ସେତେବେଳେ ଏହି ଘଟଣା ସାମ୍ନାକୁ ଆସିଥିଲା।

ଏହି ରୋଗୀ କିଛି ହ୍ବାଟ୍ସଆପ୍‌ ମେସେଜର ସ୍କ୍ରିନଶଟ୍‌ ପୋଷ୍ଟ କରିଛନ୍ତି। ଯେଉଁଥିରେ ସେ ଏହି ସ୍ବାସ୍ଥ୍ୟକର୍ମୀଙ୍କ ସହ ଫ୍ଲଟିଂ କରୁଥିବା ଦେଖିବାକୁ ମିଳଥିଲା। ଏହା ବ୍ୟତୀତ, ଏହି ବ୍ୟକ୍ତି ଏକ ପିପିଇ କିଟ ୍‌ର ଫଟୋ ମଧ୍ୟ ପୋଷ୍ଟ କରିଥିଲେ। ସ୍ବାସ୍ଥ୍ୟକର୍ମୀ ସମ୍ପର୍କ ସ୍ଥାପନ କରିବା ପୂର୍ବରୁ ତାଙ୍କ ପିପିଇ କିଟ୍‌ ଫିଙ୍ଗିଥିଲେ। ଇଣ୍ଡୋନେସିଆ ନ୍ୟାଶନାଲ ନର୍ସ ଆସୋସିଏଶନର ମୁଖପାତ୍ର କହିଛନ୍ତି ଯେ, ଏହା ସତ୍ୟ ଯେ ଓ୍ବିସ୍‌ମା ଆଟଲେଟ ଜରୁରୀକାଳିନ ହସ୍ପିଟାଲରେ ଜଣେ ସ୍ବାସ୍ଥ୍ୟକର୍ମୀ ଏବଂ କରୋନା ପିଜିଟିଭ୍‌ଙ୍କ ମଧ୍ୟରେ ସମଲିଙ୍ଗୀ ସମ୍ପର୍କ ପ୍ରକାଶ ପାଇଛି। ଉଭୟ ଏହି କଥାକୁ ସ୍ବୀକାର କରିଛନ୍ତି।

ଏହି ସ୍ବାସ୍ଥ୍ୟକର୍ମୀଙ୍କୁ ପୋଲିସ ଗିରଫ କରିଛି। ନ୍ୟୁୟର୍କ ପୋଷ୍ଟର ରିପୋର୍ଟ ଅନୁଯାୟୀ, ଏହି ମାମଲା କେନ୍ଦ୍ରୀୟ ଜାକର୍ତ୍ତା ପୋଲିସକୁ ହସ୍ତାନ୍ତର କରାଯାଇଛି। କୁହାଯାଉଛି, ଏହି ମାମଲାରେ ଟୁଇଟରରେ ଫଟୋ ଲଗାଇଥିବାରୁ ଉଭୟଙ୍କୁ ଅଶ୍ଳୀଳ ନିୟମ ଅନୁଯାୟୀ ଦଣ୍ଡିତ କରାଯାଇପାରେ।

ଇଣ୍ଡୋନେସିଆର ଅଶ୍ଳୀଳ ନିୟମ ଅନୁଯାୟୀ ଯଦି ଏହି ମାମଲାରେ ଉଭୟ ଦୋଷୀ ସାବ୍ୟସ୍ତ ହୁଅନ୍ତି, ତେବେ ସେମାନଙ୍କୁ ୧୦ ବର୍ଷ ପର୍ଯ୍ୟନ୍ତ ଜେଲ୍‌ ଦଣ୍ଡ ଭୋଗିବାକୁ ପଡ଼ିପାରେ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri