ସୁସ୍ଥ ହୃତ୍‌ପିଣ୍ଡ ଅନ୍ତରାଳେ…

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ କେବଳ ମସ୍ତିଷ୍କକୁ କ’ଣ, ଶରୀରର କୌଣସି ଅଙ୍ଗ କାର୍ଯ୍ୟକ୍ଷମ ହୋଇପାରିବ ନାହିଁ। ମାତ୍ର ୩୦୦-୪୦୦ ଗ୍ରାମ୍‌ ଓଜନ ବିଶିଷ୍ଟ ତିନିଗୋଟି ସ୍ତରର ଗୋଟିଏ ଛୋଟିଆ ରକ୍ତ ସଞ୍ଚାଳନ ପମ୍ପ ରୂପେ କମ୍ପନ କରୁଥିବା ହୃଦ୍‌ଯନ୍ତ୍ରଟି ଗର୍ଭସଞ୍ଚରଣର ମାତ୍ର ୪-୫ ସପ୍ତାହରୁ ନିରବଚ୍ଛିନ ଭାବେ ମଣିଷ ବଞ୍ଚତ୍ଥିବା ଯାଏ କାର୍ଯ୍ୟ କରୁଥାଏ। ପ୍ରକାରାନ୍ତେ ହୃଦ୍‌ଯନ୍ତ୍ର ବନ୍ଦ ହେଲେ ଲୋକଟି ମୃତ୍ୟୁମୁଖରେ ପଡ଼ିଥାଏ ଏବଂ ମୃତ୍ୟୁ ହେଲେ ହୃଦ୍‌ଯନ୍ତ୍ରଟି ବନ୍ଦ ହୋଇଯାଏ। ମାତ୍ର ୧୨ ସେମି ଲମ୍ବ, ୮.୫ ସେମି ଓସାର ଓ ୬ ସେମି ମୋଟା ବିଶିଷ୍ଟ ହୃଦ୍‌ଯନ୍ତ୍ର ପ୍ରତି ମିନିଟ୍‌ରେ ହାରାହାରି ୭୨ ଥର (୬୦-୮୦), ପ୍ରତି ଘଣ୍ଟାରେ ୪୩୨୦ଥର, ଗୋଟିଏ ଦିନରେ ଲକ୍ଷେ ଚାରିହଜାର ଥର ସ୍ପନ୍ଦିତ (ସଙ୍କୁଚିତ ଓ ପ୍ରସାରିତ) ହୋଇଥାଏ। ଏହାଦ୍ୱାରା ଶରୀରର ସମସ୍ତ ଅଙ୍ଗକୁ ରକ୍ତ ସଞ୍ଚାଳନ ହୋଇଥାଏ। ଗୋଟିଏ ହୃଦ୍‌ଯନ୍ତ୍ର କାର୍ଯ୍ୟ ଅର୍ଥାତ୍‌ ପ୍ରତ୍ୟେକ ସ୍ପନ୍ଦନ ପାଇଁ ଏହା ୦.୮ ସେକେଣ୍ଡ ନେଇଥାଏ ଓ ସଙ୍କୋଚନ ପାଇଁ ଯେତିକି ସମୟ ନିଏ, ପ୍ରସାରଣ ପାଇଁ ତା’ଠାରୁ ଅଢ଼େଇ ଗୁଣ ସମୟ ନେଇଥାଏ। ଅର୍ଥାତ୍‌ ହୃଦଯନ୍ତ୍ର ଯେତିକି ସମୟ ସଙ୍କୁଚିତ ହୁଏ ତା’ ତୁଳନାରେ ଅଢ଼େଇରୁ ୩ ଗୁଣ (ପ୍ରସାରିତ) ବିଶ୍ରାମ ନେଇଥାଏ। ତେଣୁ ଏହା ଉପରେ କାର୍ଯ୍ୟଭାର କିଛି ମାତ୍ରାରେ କମ୍‌ ହୋଇଥାଏ। ସାଧାରଣତଃ ହୃଦ୍‌ଯନ୍ତ୍ରର ତିନିଗୋଟି ଆବରଣ ମଧ୍ୟରୁ ମାଂସପେଶୀୟ ଆବରଣ ବା ମାୟୋକାର୍ଡିୟମ୍‌ ଏହି କାର୍ଯ୍ୟ କରିଥାଏ।
ହୃଦ୍‌ଯନ୍ତ୍ରର ସଙ୍କୋଚନ ସମୟରେ ହେଉଥିବା ବଳ ଦ୍ୱାରା ରକ୍ତ ସଞ୍ଚାରଣ ହୋଇଥାଏ ଏବଂ ଏହା ଧମନୀରେ ରକ୍ତଚାପ ସୃଷ୍ଟି କରିଥାଏ, ଯାହା ସାଧାରଣତଃ ୧୨୦ ମିମି ପାରଦର ଚାପ ସହ ସମାନ। ସେହିପରି ଡାଇଷ୍ଟୋଲ୍‌ ସମୟରେ ରକ୍ତଚାପ ସାଧାରଣତଃ ୮୦ ମିମି ପାରଦ ହୋଇଥାଏ। ଏହି ସମୟରେ ପଲ୍‌ସ ପ୍ରେସର (ନାଡ଼ି ଚାପ) ଏହି ଦୁଇ ଚାପର ତଫାତ ଅର୍ଥାତ୍‌ ୪୦ ମିମି ପାରଦ ହୋଇଥାଏ। ରକ୍ତଚାପ ବୃଦ୍ଧି ହେଲେ ଏହା ମଧ୍ୟ ଅସୁବିଧା ହୋଇଥାଏ। ମାତ୍ର ଉଚ୍ଚ ରକ୍ତଚାପ ଏକ ବହୁଳ ପରିଲକ୍ଷିତ ଓ ପ୍ରାୟତଃ କାରଣ ଜଣା ନ ପଡ଼ିବା ଏକ ରୋଗ, ଯାହାକି ମେଦବହୁଳତା, ଶାରୀରିକ ପରିଶ୍ରମର ଅଭାବ, ଆପେକ୍ଷିକ ଲବଣ, ଧୂମପାନ, ମାନସିକ ଚାପ, ବିଷାଦ ଓ ଆହୁରି ଅନେକ କାରଣରୁ ହୋଇଥାଏ ବୋଲି ଅନୁମାନ କରାଯାଉଛି। ଉଚ୍ଚ ରକ୍ତଚାପ ଥରେ ଜଣାପଡ଼ିଲେ ଏହା ପାଇଁ ନିୟମିତ ଔଷଧ ସେବନ ଓ ଡାକ୍ତରୀ ପରାମର୍ଶର ଆବଶ୍ୟକତା ପଡ଼ିଥାଏ।
ଏତଦ୍‌ବ୍ୟତୀତ ହୃଦ୍‌ଘାତ ବା ହାର୍ଟ ଆଟାକ୍‌ ଯାହାକୁ ‘Acute Myocardial Ischemia (AME) କୁହାଯାଏ, ତାହା ହୃଦ୍‌ଯନ୍ତ୍ରର ମାଂସପେଶୀକୁ ରକ୍ତ ସଞ୍ଚାଳନ ବନ୍ଦ ହେବା ଦ୍ୱାରା ହୋଇଥାଏ। ହୃଦ୍‌ଯନ୍ତ୍ରରୁ ମାଂସପେଶୀକୁ ରକ୍ତ ଯୋଗାଉଥିବା ଦୁଇଟି ମୁଖ୍ୟ ଧମନୀ ଓ ଏହାର ଶାଖା ଏହିପରି ପାଞ୍ଚଗୋଟି ଧମନୀରୁ ଏକ ବା ଏକାଧିକ ଅବରୋଧ (blockage) ସୃଷ୍ଟି ହେଲେ ହୃଦ୍‌ଘାତ ହୋଇଥାଏ। ଏହା ବାମ ମୁଖ୍ୟ କରୋନାରୀ ଧମନୀରେ ଅଧିକ ପରିଲକ୍ଷିତ ହୋଇଥାଏ।
ହୃଦ୍‌ଯନ୍ତ୍ରକୁ ରକ୍ତ ସଞ୍ଚାରଣ କରାଉଥିବା ଧମନୀଗୁଡ଼ିକୁ କରୋନାରୀ ଧମନୀ କୁହାଯାଇଥାଏ। କାରଣ ଏହା ହୃଦଯନ୍ତ୍ରର ମୁକୁଟ ପରି ପ୍ରତୀୟମାନ ହୁଅନ୍ତି। ଧମନୀରେ କୋଲେଷ୍ଟରଲ, ଆଖେରୋମା ଇତ୍ୟାଦି ଜମି ରକ୍ତ ସଞ୍ଚାଳନର ବାଟ ବନ୍ଦ କରିଥାଏ। ଏଥିପାଇଁ ସ୍ଥଳବିଶେଷରେ ଷ୍ଟେଣ୍ଟ, ବାଇପାସ୍‌ ସର୍ଜରି ଇତ୍ୟାଦି କରାଯାଇଥାଏ। ରକ୍ତ ଜମାଟ ଓ ଚର୍ବିଜାତୀୟ ଉପାଦାନ ହ୍ରାସ ପାଇଁ ଔଷଧ ଦିଆଯାଇଥାଏ। ଏବେ ବିନା ଅପରେଶନରେ ମଧ୍ୟ ହାର୍ଟ ବ୍ଲକେଜର ଚିକିତ୍ସା କରାଯାଇପାରୁଛି।
ଆମ ଶରୀରରେ ରକ୍ତ ସଞ୍ଚାଳନ ଏହିପରି ହୋଇଥାଏ। ପ୍ରଥମେ ଶରୀରର ସମସ୍ତ ଅଙ୍ଗ ଓ ଅଂଶରୁ ଦୂଷିତ ରକ୍ତ ସଂଗ୍ରହ ହୋଇ ଊର୍ଦ୍ଧ୍ୱ ଓ ଅଧ ଭେନା(vena) କାଭା(cava) ଦ୍ୱାରା ଦକ୍ଷିଣ ଅଳିନ୍ଦକୁ ଆସି ଦକ୍ଷିଣ ନିଳୟ ଦେଇ ଅଙ୍ଗାରକାମ୍ଳରହିତ ଓ ଅମ୍ଳଜାନଯୁକ୍ତ ହୋଇ ପରିଷ୍କାର ରକ୍ତ ହେବା ପାଇଁ ଫୁସ୍‌ଫୁସ୍‌କୁ ଯାଏ। ସେଠାରୁ ଏହା ଫୁସ୍‌ଫୁସ୍‌ ଶିରା ଦେଇ ବାମ ଅଳିନ୍ଦ ଓ ନିଳୟ ମଧ୍ୟ ଦେଇ ଧମନୀ ଦ୍ୱାରା ଶରୀରର ସମସ୍ତ ଅଙ୍ଗକୁ ଯାଇଥାଏ। ଏହି ପ୍ରକ୍ରିୟା ନିରନ୍ତର ଚାଲିଥାଏ। ସାଧାରଣତଃ ହୃତ୍‌ପିଣ୍ଡର ଚାରିଗୋଟି କୋଠରି ମଧ୍ୟରୁ କେବଳ ଗୋଟିଏ ପଟ ଉପର କୋଠରିରୁ ତଳ କୋଠରିକୁ ବାଟ ଥାଏ। ବାମରୁ ଦକ୍ଷିଣ କିମ୍ବା ଦକ୍ଷିଣରୁ ବାମକୁ ବାଟ ନ ଥାଏ। ଏହା ସେପ୍ଟମ ଦ୍ୱାରା ବନ୍ଦ ହୋଇଥାଏ।
ବହୁତ ସମୟରେ ଏପରି ହୋଇଥାଏ ଯେ ଆମେ କେବଳ ରୋଗ ପାଇଁ ଔଷଧ ଖାଇଥାଉ। ମାତ୍ର ରୋଗ କାହିଁକି ହେଉଛି, କିପରି ନ ହେବ ସେଥିପାଇଁ ଚିନ୍ତା କରି ନ ଥାଉ। ହୃଦ୍‌ରୋଗ ଜନ୍ମ ସମୟର ଅପରିପକ୍ୱ ଗଠନ ଯୋଗୁ ଶିଶୁମାନଙ୍କଠାରେ ହୋଇଥାଏ। ମାତ୍ର ଏହା ଏବେ ଅପରେଶନ ଦ୍ୱାରା ସଜଡ଼ା ଯାଇପାରୁଛି। ଅନେକ ସ୍ଥାନରେ ତାହା ସମ୍ପୂର୍ଣ୍ଣ ମାଗଣାରେ କରାଯାଉଛି। ସେହିପରି ଗଳା ସଂକ୍ରମଣ ଓ ଗଣ୍ଠି ସଂକ୍ରମଣ ପରବର୍ତ୍ତୀ ସମୟରେ ହାର୍ଟର କପାଟିକା(ଭାଲ୍‌ଭ)ଗୁଡ଼ିକ ନଷ୍ଟ ହୋଇ ଆର୍‌ଏଚ୍‌ଡି ବା କପାଟିକାଜନିତ ରୋଗ ହୋଇଥାଏ। ଏହାର ଚିକିତ୍ସା ଦୀର୍ଘଦିନ ଧରି ଔଷଧ ଦ୍ୱାରା ହୋଇଥାଏ ଓ ସ୍ଥଳବିଶେଷରେ ଅପରେଶନ କରାଯାଏ।
ସବୁଠାରୁ ଅଧିକ ସଂଖ୍ୟାରେ ହେଉଥିବା ହୃଦ୍‌ରୋଗ ହେଲା ହାର୍ଟ ଆଟାକ, ଯାହା କରୋନାରୀ ଧମନୀରେ ରକ୍ତ ସଞ୍ଚାଳନରେ ବାଧା ଯୋଗୁ ହୋଇଥାଏ। ବର୍ତ୍ତମାନ ଏହାର ସମ୍ପୂର୍ଣ୍ଣ ଓ ଫଳପ୍ରଦ ଚିକିତ୍ସା କରାଯାଇପାରୁଛି। ପୁରୁଷମାନଙ୍କ କ୍ଷେତ୍ରରେ ହୃଦ୍‌ଘାତର ଲକ୍ଷଣ ମୁଖ୍ୟତଃ ଛାତିରେ ଯନ୍ତ୍ରଣା ହେଉଥିବା ବେଳେ ମହିଳାମାନଙ୍କ କ୍ଷେତ୍ରରେ ଏହା ବାନ୍ତି ଲାଗିବା, ବଦହଜମି ଲାଗିବା, କାନ୍ଧରେ କଷ୍ଟ ଲାଗିବା ପରି ହୋଇଥାଏ। ଡାଇବେଟିସ ରୋଗୀଙ୍କ କ୍ଷେତ୍ରରେ ବେଳେବେଳେ ଏହି ଯନ୍ତ୍ରଣା ସହଜରେ ଜଣାପଡ଼ି ନ ଥାଏ। ତେବେ ଆମ୍ଭେମାନେ ଚାହିଁଲେ ହୃଦ୍‌ରୋଗକୁ କମାଇ ପାରିବା ଏବଂ ହୃଦ୍‌ରୋଗଜନିତ ମୃତ୍ୟୁରୁ ରକ୍ଷା ପାଇପାରିବା।
ନିୟମିତ ବ୍ୟାୟାମ, ସନ୍ତୁଳିତ ଖାଦ୍ୟ, ଓଜନ ହ୍ରାସ, ଚର୍ବି ହ୍ରାସ, ରକ୍ତଚାପ ନିୟନ୍ତ୍ରଣ, ରକ୍ତରେ ଶର୍କରା ନିୟନ୍ତ୍ରଣ, କମ୍‌ ଲୁଣ, କମ୍‌ ଚିନି, ଅଧିକ ତନ୍ତୁଜାତୀୟ ଓ ଫଳ ପନିପରିବାଯୁକ୍ତ ଖାଦ୍ୟ, ସୁସ୍ଥ ମନ, ସୁସ୍ଥ ଚିନ୍ତାଧାରା, ମାନସିକ ଚାପ ହ୍ରାସ ଓ ଆହୁରି ଅନେକ ଏହିପରି କାର୍ଯ୍ୟବିଧି ହୃଦ୍‌ଘାତର ଆଶଙ୍କା କମାଇ ଦେଇଥାଏ।

ଡା. ରାମଚନ୍ଦ୍ର ରାଉତ
– ବରିଷ୍ଠ ଚିକିତ୍ସକ, ଭୁବନେଶ୍ୱର
ମୋ : ୯୪୩୭୭୪୨୪୯୯


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ନକ୍ଷତ୍ରରେ ଆଜି ବୁଧଙ୍କ ଏଣ୍ଟ୍ରି; ୩ରାଶି ହେବେ ମାଲାମାଲ, ଚାକିରିରେ ମିଳିବ ବଡ଼ ପଦବୀ

ବୁଧ ସୂର୍ଯ୍ୟଙ୍କ ନକ୍ଷତ୍ରକୁ ପ୍ରବେଶ କରିବା ଫଳରେ କ୍ୟାରିୟରରେ ସଫଳତା ଏବଂ ଆର୍ଥିକ ଉନ୍ନତିର ଯୋଗ ସୃଷ୍ଟି ହେବ। ଏହାଦ୍ୱାରା ଭାଗ୍ୟଶାଳୀ ରାଶିଗୁଡ଼ିକର ବୌଦ୍ଧିକ କ୍ଷମତା ଏବଂ…

ସିମନବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁଦିବସ: ବର୍ଷୀୟାନ ଶିକ୍ଷକଙ୍କୁ…

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌ଙ୍କ ଜନ୍ମଦିବସ ତଥା ପବିତ୍ର ଗୁରୁଦିବସ ବିଭିନ୍ନ ସରକାରୀ ଓ ବେସରକାରୀ ଅନୁଷ୍ଠାନରେ ପାଳିତ ହୋଇଯାଇଛି। ଏହି ଅବସରରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି…

ମିଳିଲାନି ଝଡ଼ବର୍ଷା କ୍ଷତିପୂରଣ: ରାଜରାସ୍ତାକୁ ଓହ୍ଲାଇଲେ କ୍ଷତିଗ୍ରସ୍ତ

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ଚକରକେନ୍ଦ ଗ୍ରାମରେ ଗତ ଜୁଲାଇ ୨୮ ତାରିଖ ସାରେ ହୋଇଥିବା ଝଡ଼ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଥିଲା। ଘରଦ୍ୱାର ଭାଙ୍ଗିବା ସହିତ ଚାଷଜମି…

କଳଙ୍କିତ ଘଟଣା: ୭ ବର୍ଷର ଝିଆରୀଙ୍କୁ ବଡ଼ବାପାଙ୍କ ଯୌନ ନିର୍ଯାତନା, ପୋଲିସ ଆଗରେ ସବୁ କଥା ପ୍ରକାଶ କରିବା ପରେ…

ମହାକାଳପଡ଼ା,୫ା୯( ପ୍ରତାପ ଚନ୍ଦ୍ର ସ୍ବାଇଁ ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅନ୍ତର୍ଗତ ତନ୍ତିଆପାଳ ସାମୁଦ୍ରିକ ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ହୃଦୟବିଦାରକ ଘଟଣା…

ଚିତାବାଘ, ଭାଲୁ ସହ ଜଙ୍ଗଲୀ କୁକୁରର ଭୟ…, ଏହାକୁ ଖାତିର ନକରି ଦୁଇ ଭଉଣୀଙ୍କୁ ପାଠ ପଢ଼ାଇବା ପାଇଁ ଜଙ୍ଗଲ ମଧ୍ୟରେ ୫ କିଲୋମିଟର ଚାଲି ଚାଲି ଯାଉଛନ୍ତି ଶିକ୍ଷକ

ମୁମ୍ବାଇ,୪।୯: ଜଣେ ଶିକ୍ଷକଙ୍କ ଶିକ୍ଷା ପ୍ରତି ଆଗ୍ରହ ଏବଂ ପିଲାମାନଙ୍କ ଭବିଷ୍ୟତ ଗଠନ ପ୍ରତି ତାଙ୍କର ଉତ୍ସର୍ଗତାର ଏକ ପ୍ରେରଣାଦାୟକ ଉଦାହରଣ ମହାରାଷ୍ଟ୍ରର କୋହ୍ଲାପୁର ଜିଲାରୁ ସାମ୍ନାକୁ…

ଭାଦ୍ରବ ମାସରେ ଦାନ କରନ୍ତୁ ଏହି ୫ ଜିନିଷ: ଈଶ୍ୱରଙ୍କ କୃପା ସହ ଖୋଲିଯିବ ଉନ୍ନତିର ରାସ୍ତା!

ଭାଦ୍ରବ ମାସକୁ ପୂଜାପାଠ ଓ ଧାର୍ମିକ ସାଧନା ପାଇଁ ବେଶ ମହତ୍ତ୍ୱପୂର୍ଣ୍ଣ ବୋଲି ମନେ କରାଯାଏ। ଏହି ମାସରେ ଜନ୍ମାଷ୍ଟମୀ, ଗଣେଶ ଚତୁର୍ଥୀ ଓ ଅନନ୍ତ ଚତୁର୍ଦ୍ଦଶୀ…

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri