ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ଅସହାୟ ବୃଦ୍ଧା

ଯାଜପୁର ଅଫିସ,୧୪ା୧୦: ଗରିବ ଲୋକଙ୍କୁ ଆବାସ ଘର ଠାରୁ ଆରମ୍ଭ କରି ଭତ୍ତା, ଟଙ୍କିକିଆ ଚାଉଳ ସରକାର ଯୋଗାଇ ଦେଉଛନ୍ତି। ହେଲେ ସରକାରଙ୍କ ଏହି ସୁବିଧା କାହାକୁ ମିଳୁଛି ତ ଆଉ କିଏ ପାଇବା ପାଇଁ ବର୍ଷ ବର୍ଷ ଧରି ଚାହିଁ ବସିଛନ୍ତି। ଏପରିକି ଜିଲା ପ୍ରଶାସନର ବରିଷ୍ଠ ଅଧିକାରୀଙ୍କ ନିକଟରେ ଗୁହାରୀ କଲେ ମଧ୍ୟ ଫଳ ମିଳୁନାହିଁ। ମୁଖ୍ୟତଃ ବିଞ୍ଝାରପୁର ବ୍ଲକରେ ବହୁ ଅସହାୟ ଗରିବ ଲୋକ ସରକାରଙ୍କ ବିଭିନ୍ନ ଯୋଜନାରୁ ବାଦ୍‌ ପଡିଛନ୍ତି। ଯାହାର ଜ୍ୱଳନ୍ତ ଉଦାହରଣ ଜରୀ ଗ୍ରାମର ଅସହାୟ ବୃଦ୍ଧା ଶାନ୍ତିଲତା ଦେଇଙ୍କ ଅବସ୍ଥାକୁ ଦେଖିଲେ ଜଳ ଜଳ ହୋଇ ଦିଶୁଛି। ଜରୀ ଗାଁର ୭୪ ବର୍ଷିୟା ବୃଦ୍ଧା ଶାନ୍ତିଲତାଙ୍କ ସ୍ବାମୀ ଗଗନ ମଳିକ ଆଜକୁ କିଛି ବର୍ଷ ହେବ ନିଖୋଜ ହୋଇଯାଇଛନ୍ତି। ପୁଅମାନେ ଶାନ୍ତିଲତାଙ୍କୁ ପଚାରୁ ନାହାନ୍ତି। ଏବେ ଶାନ୍ତିଲତା ଭୋକ ଉପାସରେ ରୋଗ ଶର୍ଯ୍ୟାରେ ପଡିଛନ୍ତି। ରାଜ୍ୟ ସରକାର ୬୦ ବର୍ଷର ବୃଦ୍ଧାବୃଦ୍ଧଙ୍କ ପାଇଁ ଭତ୍ତା ବ୍ୟବସ୍ଥା କରିଥିଲେ ମଧ୍ୟ ଶାନ୍ତିଲତା ଏଥିରୁ ବାଦ୍‌ ପଡିଛନ୍ତି। ୨୦୧୬ରୁ ଶାନ୍ତିଲତା ଭତ୍ତା ଅର୍ଥ ପାଇବା ପାଇଁ ବିଡ଼ିଓଙ୍କ ଠାରୁ ଆରମ୍ଭ କରି ଉପଜିଲାପାଳ ପର୍ଯ୍ୟନ୍ତ ସମସ୍ତଙ୍କୁ ନେହୁରା ହୋଇଛନ୍ତି। ଶାନ୍ତିଲତାଙ୍କ ଅବସ୍ଥା ଦେଖି ତତ୍କାଳୀନ ଉପଜିଲାପାଳ ଏ ଦିଗରେ ତୁରନ୍ତ ପଦକ୍ଷେପ ନେବାକୁ ବିଞ୍ଝାରପୁର ବିଡ଼ିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ୬ ବର୍ଷ ଧରି ଏହି ନିର୍ଦ୍ଦେଶ ସରକାରୀ ନାଲିଫିତା ତଳେ ହଜିଯାଇଛି। ଏପରି କି ଭତ୍ତା ଅର୍ଥ ପାଇବା ପାଇଁ ଶାନ୍ତିଲତା ବାରମ୍ବାର ଆବେଦନ କରୁଥିଲେ ମଧ୍ୟ କୌଣସି ସୁଫଳ ମିଳୁନାହିଁ। ହେଲେ ଏହି ବ୍ଲକରେ ବହୁ ଥିଲାବାଲା ଲୋକ ସରକାରଙ୍କ ବିଭିନ୍ନ ଯୋଜନାର ଫାଇଦା ଉଠାଉଛନ୍ତି। ଯାଜପୁର ଜିଲାପାଳ ଏ ଦିଗରେ ତୁରନ୍ତ ଦୃଷ୍ଟି ଦେବା ସହ ଶାନ୍ତିଲତାଙ୍କୁ ବାର୍ଦ୍ଧକ୍ୟ ଭତ୍ତା ଯୋଗାଇ ଦେବାକୁ ପୂର୍ବତନ ସରପଞ୍ଚ ଭୁବନାନନ୍ଦ ସାମଲ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଜପତି ଜିଲା ଭାରତୀୟ ଜନତା ପାର୍ଟି ଯୁବମୋର୍ଚ୍ଚାର ନୂଆ ଟିମ ଘୋଷିତ

ମୋହନା,୨।୭,( ମନ୍ମଥ ମିଶ୍ର ): ଭାରତୀୟ ଜନତା ପାର୍ଟିର ରାଜ୍ୟ ଯୁବ ମୋର୍ଚ୍ଚା ସଭାପତି ଅଭିଳାଷ ପଣ୍ଡାଙ୍କ ସୁପାରିଶ ଓ ଗଜପତି ଜିଲା ସଭାପତି ନବ କିଶୋର…

ଜୁଆ ଖେଳୁଥିବା ସମୟରେ ବାଲାଜୀ ରାଇସ ମିଲରେ ପୋଲିସର ଚଢ଼ାଉ

ରିଷିଡା, ୨।୭,(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ତା ବ୍ଲକ ଅନ୍ତର୍ଗତ ଗଜବାହଲ ପଞ୍ଚାୟତ ସ୍ଥିତ ବାଲାଜୀ ରାଇସ ମିଲ ଭିତରେ ଗୁରୁବାର କୌଣସି ସୂତ୍ରରୁ ଖବର ପାଇ…

ଘରେ ପାଠ ପଢିବାକୁ କହିବାରୁ ରାଜି ନ ହୋଇ ଚରମ ପଦକ୍ଷେପ ନେଲେ ନାବାଳିକା

ଦାରିଙ୍ଗବାଡି, ୨।୭, (ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଘଟିଯାଇଛି ବଡ଼ ଅଘଟଣ ଜଣେ ଯୁକ୍ତ ୨ ପଢୁଥିବା ଛାତ୍ରୀ ପାଠ ପଢିବାକୁ…

ଜାତୀୟ ରାଜପଥର ଫୁଟ୍‌ପାଥରୁ ଲୁହା ରେଲିଂ କାଟି ନେଇଗଲେ ଦୁର୍ବୃତ୍ତ, ଠିକାସଂସ୍ଥାର ପ୍ରକଳ୍ପ ଅଧିକାରୀ କହିଲେ…

ଦାରିଙ୍ଗବାଡ଼ି,୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଦେଇ ଯାଇଥିବା ଗୋପାଳପୁରଠାରୁ ରାଇପୁର ରାସ୍ତାର ସିମନବାଡ଼ି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ନିକଟରେ ରାଜପଥର ଫୁଟ୍‌ପାଥରେ ଲାଗିଥିବା ଲୁହା ରେଲିଂଗୁଡିକୁ…

ଜାପାନ ପ୍ରଧାନମନ୍ତ୍ରୀ ସାନାଏ ତାକାଇଚିଙ୍କୁ ‘ସାନ ଭଉଣୀ’ ବୋଲି କାହିଁକି କହିଲେ ପ୍ରଧାନମନ୍ତ୍ରୀ ମୋଦି? ଜାଣନ୍ତୁ ସମ୍ପୂର୍ଣ୍ଣ କାହାଣୀ

ନୂଆଦିଲ୍ଲୀ,୨।୭: ଭାରତ ଏବଂ ଜାପାନ ମଧ୍ୟରେ ସମ୍ପର୍କକୁ ଗୁରୁବାର ଏକ ଗଭୀର ବ୍ୟକ୍ତିଗତ ଏବଂ ଭାବପ୍ରବଣ ମୁହୂର୍ତ୍ତ ଭାବରେ ଚିହ୍ନିତ କରିଥିଲା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଥର…

ଅଙ୍ଗନଓ୍ବାଡ଼ି ପାଚିକାଙ୍କୁ ରୋଷେଇ କରିବାକୁ ବିରୋଧ, ଅଭିଯୋଗ ଆଣି କହିଲେ ମୋ’ ହାତରୁ…

ଝାରବନ୍ଧ,୨ା୭(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ଅନର୍ଗତ ଦଓ୍ବୋନପାଲି ଗ୍ରାମରେ ଜାତିବାଦକୁ ନେଇ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଅଭିଯୋଗ ଅନୁଯାୟୀ, ଦଓ୍ବୋନପାଲି ଗ୍ରାମରେ…

ଶରଦ ପାୱାରଙ୍କ NCP-SPର କଂଗ୍ରେସ ସହିତ ମିଶ୍ରଣକୁ ନେଇ ଆସିଲା ବଡ଼ ଅପଡେଟ, ଦଳୀୟ ନେତା କହିଲେ…

ନୂଆଦିଲ୍ଲୀ,୨।୭: ମହାରଷ୍ଟ୍ର କଂଗ୍ରେସ ନେତା ନାନା ପାଟୋଲେ କହିଛନ୍ତି ଯେ ଶରଦ ପାୱାରଙ୍କ ଦଳର କଂଗ୍ରେସ ସହିତ ମିଶ୍ରଣ ସମ୍ପର୍କରେ କୌଣସି ଆଲୋଚନା ହେଉନାହିଁ। ସେ ଏହି…

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସହିତ ଜଡିତ ସମସ୍ତ ଟ୍ରେଡ ଡିଲ୍‌ କେବଳ ଗୁଜବ; ମୁମ୍ବାଇ ଇଣ୍ଡିଆନ୍ସରୁ ଆସୁଥିବା ଖବର ଆପଣଙ୍କ ହୋସ୍‌ ଉଡାଇ ଦେବ

ନୂଆଦିଲ୍ଲୀ,୨।୭: ୨୦୨୪ ପରି, ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଆଲୋଚନାର ବିଷୟ ପାଲଟିଛନ୍ତି। ତିନି ବର୍ଷ ପୂର୍ବେ ମୁମ୍ବାଇ ଇଣ୍ଡିଆନ୍ସ ଏକ ଟ୍ରେଡ ଡିଲ୍‌ ମାଧ୍ୟମରେ ହାର୍ଦ୍ଦିକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri