ବଲାଙ୍ଗୀର ଅଫିସ/ଗୁଡଭେଲା,୨୮ା୧୧(ଡି.ଏନ.ଏ.): ତୁଷରା ତେଲନଦୀ ପୋଲ ଉପରୁ ଶୁକ୍ରବାର ଜଣେ ଦିବ୍ୟାଙ୍ଗ ଯୁବକ ଡେଇଁ ଆତ୍ମହତ୍ୟା ଉଦ୍ୟମ କରିଥିଲେ । ତେବେ ପୋଲିସ ଟିମ୍ ସମ୍ପକ୍ତ ଯୁବକଙ୍କୁ ନଦୀରୁ ଉଦ୍ଧାର କରିଛି। ପ୍ରେମରେ ବିଫଳ ପରେ ସେ ଏପରି ପଦକ୍ଷେପ ଗ୍ରହଣ କରିଥିବା ଚର୍ଚ୍ଚାର ହେଉଛି । ବଲାଙ୍ଗୀର ଜିଲା ବେଲପଡା ଅଞ୍ଚଳର ଜଣେ ଦିବ୍ୟାଙ୍ଗ ଯୁବକ ନିଜର ତିନିଚକିଆ ମୋଟର ସାଇକେଲ (ନଂ.ଓଆର୧୭ଜେ ୬୯୩୬)ରେ ଅପରାହ୍ମ ପ୍ରାୟ ୩ଟାରେ ପୋଲ ଉପରକୁ ଆସି ନଦୀକୁ ଡେଇଁ ପଡିଥିଲେ। ନଦୀରେ କମ୍ ପାଣି ଥିବାରୁ ପୋଲିସ ତାଙ୍କୁ ଉଦ୍ଧାର କରିଥିଲା । ଉଦ୍ଧାର ପରେ ତାଙ୍କୁ ତୁଷରା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଛାଡି ଦିଆଯାଇଛି । ସମ୍ପୃକ୍ତ ଯୁବକ କୁଆଡ଼େ ଜଣେ ଯୁବତୀଙ୍କୁ ଭଲ ପାଉଥିଲେ । ହେଲେ ତାଙ୍କ ପରିବାର ଲୋକ ଏଥିରେ ବାଧା ଦେବାରୁ ଏବଂ ସମ୍ପୃକ୍ତ ଯୁବତୀଙ୍କ ବିବାହ ଅନ୍ୟତ୍ର ହୋଇଯାଇଥିବାରୁ ଏହାକୁ ସହି ନ ପାରି ସେ ଆତ୍ମହତ୍ୟା କରିବାକୁ ସ୍ଥିର କରିଥିବା ପୋଲିସକୁ ସୂଚନା ଦେଇଛନ୍ତି ।
Posted inଆମ ଜିଲା ଖବର, ବଲାଙ୍ଗୀର View All
ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି
ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…
ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…
ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…
ଏଟିଏମ୍ କାଉଣ୍ଟରରୁ ଟଙ୍କା ଲୁଟ୍ କରୁଥିବା ଗ୍ୟାଙ୍ଗର ୪ ଗିରଫ
କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…
ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା
କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…
ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”
ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…
ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ
କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…
ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍, ଆଖି ପିଛୁଳାକେ ଘଟିପାରେ….
ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…
ଝାରସୁଗୁଡ଼ାରେ ଭାଜପାର ତୀବ୍ର ଗୋଷ୍ଠୀ କନ୍ଦଳ : ମନ୍ତ୍ରୀ ସୁରେଶ ପୂଜାରୀଙ୍କୁ ଅଟକାଇଲେ କର୍ମୀ ମା’ ସମଲେଇ ଦର୍ଶନ ନକରି ଫେରିଲେ…
ଝାରସୁଗୁଡ଼ା, ୧୧।୭ (ଆଶିଷ ରଞ୍ଜନ ଦାଶ): ଝାରସୁଗୁଡ଼ା ଜିଲାରେ ଭାଜପାର ଗୋଷ୍ଠୀ କନ୍ଦଳ ଏବେ ଚରମ ସୀମାରେ ପହଞ୍ଚିଛି। ବିଶେଷକରି ଜିଲାର ଦୁଇ ପ୍ରମୁଖ ନେତା—ରାଜସ୍ୱ ଓ…
Archives

