ଯୋଡ଼ା ପୌରାଞ୍ଚଳରେ ୨୪ ଟିକିଆ ହାତୀପଲ

ଯୋଡ଼ା,୨୭ା୨(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ପୌରପାଳିକାର ୬ ନଂ. ୱାର୍ଡ ବାଚୁହଟିଂ ନିକଟରେ ୨୪ ଟିକିଆ ହାତୀପଲ  ଦେଖିବାକୁ ମିଳିଛି। ସୋମବାର ସକାଳ ସମୟରେ ବାଚୁହାଟିଂ ନିକଟ ରେଳ ଲାଇନ କଡ଼ରେ ହାତୀପଲଙ୍କୁ ଦେଖି ଲୋକେ ଭୟଭୀତ ହୋଇ ପଡ଼ିଛନ୍ତି। ରେଳ ଲାଇନ୍‌ର ଗୋଟିଏ ପାର୍ଶ୍ୱରେ ପୌରପାଳିକାର ବର୍ଯ୍ୟବସ୍ତୁ ପରିଚାଳନା କେନ୍ଦ୍ର ଥିବା ସହ ଲୋକମାନେ ନିକଟରେ ବସବାସ କରନ୍ତି। ଏଭଳି ସ୍ଥିତିରେ ଏଠାରେ ସକାଳ ସମୟରେ ଲୋକମାନେ ହାତୀପଲ ଦେଖି ବନ ବିଭାଗକୁ ଖବର ଦେଇଥିଲେ। ବନ କର୍ମଚାରୀ ପହଞ୍ଚତ୍ ହାତୀଙ୍କ ଗତିବିଧି ଉପରେ ନଜର ରଖିଛନ୍ତି। ଯୋଡ଼ା ଫରେଷ୍ଟର୍‌ ଅନିରୁଦ୍ଧ ପଣ୍ଡା କହିଛନ୍ତି, ଗତ କିଛି ଦିନ ହେବ ଏହି ଅଞ୍ଚଳରେ ୨୪ ଟିକିଆ ହାତୀପଲ ଚଳପ୍ରଚଳ କରୁଛନ୍ତି। ଏଯାଏ କୌଣସି କ୍ଷୟକ୍ଷତି କରି ନାହାନ୍ତି। ହାତୀପଲ ରେଳ ଧାରଣା ଅତିକ୍ରମ କରି ନିକଟରେ ଥିବା ସୁନା ନଦୀକୁ ପାଣି ପିଇବାକୁ ଯାଉଛନ୍ତି। ଏହାକୁ ଦୃଷ୍ଟିରେ ରଖି ରେଳ ବିଭାଗକୁ ରେଳ ଗାଡ଼ିର ଗତିକୁ ନିୟନ୍ତ୍ରଣ କରିବା ପାଇଁ ସୂଚନା ଦିଆଯାଇଛି ବୋଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଫର୍ମଫିଲପରେ ତ୍ରୁଟି : ଓଡ଼ିଆ ବଦଳରେ ହିନ୍ଦୀ ଥିବାରୁ ଯୁକ୍ତ ୨ ପରୀକ୍ଷାରୁ ବଞ୍ଚିତ…

ନନ୍ଦପୁର,୨୦ା୨(ତୁଷାର କାନ୍ତ ମହାନ୍ତି): ଯୁକ୍ତଦୁଇ ପରୀକ୍ଷା ପାଇଁ ଫର୍ମଫିଲପ ବେଳେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ତ୍ରୁଟି ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ଅଧୀନ ପାଡୁଆ ରାଧାକୃଷ୍ଣ ଉଚ୍ଚ…

ରାଜ୍ୟରେ ଛେଚିବ ପ୍ରବଳ ବର୍ଷା! ଲଘୁଚାପକୁ ନେଇ ଆସିଲା ବଡ଼ ଖବର…

ଭୁବନେଶ୍ୱର,୨୦।୨: ଆସନ୍ତା ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା। ବିଷୁବୀୟ ଭାରତ ମହାସାଗର ଓ ସଲଂଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା…

ସ୍ବାସ୍ଥ୍ୟ ପାଇଁ ୨୩ ହଜାର କୋଟି

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି…

ଧରିତ୍ରୀ ପ୍ରଭାବ: ଖବର ପ୍ରକାଶିତ ପରେ ଗଛରୁ କଣ୍ଟା କାଢୁଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୨(ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳ ଦେଇ ଯାଇଥିବା ଗୋପାଳପୁର-ରାଇପୁର ୫୯ ନଂ ଜାତୀୟ ରାଜପଥ କଡ଼ ସମେତ ବିଭିନ୍ନ ଗାଁ ଛକ ଓ ରାସ୍ତାକଡ଼ରେ…

ଛତ୍ରପୁର ପୌରପାଲିକାରେ ମିଶ୍ରଣକୁ ବିରୋଧ: ସମାଧାନ ନ ହେଲେ ଆନ୍ଦୋଳନ ଚେତାବନୀ

ଛତ୍ରପୁର,୨୦।୨(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନକୁ ନେଇ ଅସନ୍ତୋଷ ଲାଗିରହିଛି। ଗୋଟିଏ ପଟେ ଛତ୍ରପୁର ପୌରପାଳିକାରେ ଆର୍ଯ୍ୟପଲ୍ଲୀ, କଣମଣା, ପୋ ଅଗସ୍ତିନୂଆଗାଁ ଓ ଚିକଲଖଣ୍ଡି ଆଦି ୫ଟି…

ବଜେଟରେ ଉପକୂଳବାସୀଙ୍କୁ ବଡ଼ ଉପହାର ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ,୨୦।୨: ଏଥର ବଜେଟରେ ଉଚ୍ଚଶିକ୍ଷା ଭିତ୍ତିଭୁମିକୁ ସଜାଡିବାକୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଅନୁସୂଚିତ ଜାତି ଓ ଜନଜାତି ପିଲାଙ୍କ ପାଇଁ ବଡ଼ ଘୋଷଣା କରାଯାଇଥିବା ବେଳେ ଏଥିରେ…

‘ଟପଲେସ୍‌, ବ୍ରେନଲେସ ଆଣ୍ଡ ସେମଲେସ୍‌’, ଏଆଇ ସମ୍ମିଳନୀରେ କଂଗ୍ରେସର ସାର୍ଟଲେସ ପ୍ରଦର୍ଶନ ଉପରେ ଭାଜପାର ଭର୍ତ୍ସନା

ନୂଆଦିଲ୍ଲୀ,୨୦।୨: ସମ୍ବିତ ପାତ୍ର ଫେବୃଆରୀ ୨୦, ୨୦୨୬ ରେ ଏକ ସାମ୍ବାଦିକ ସମ୍ମିଳନୀରେ ଯୁବ କଂଗ୍ରେସର ସଦସ୍ୟମାନଙ୍କ ବିରୁଦ୍ଧରେ ଗମ୍ଭୀର ଅଭିଯୋଗ ଆଣିଥିଲେ। ସେ କହିଥିଲେ ଯେ…

ବଜେଟରେ ବନ୍ୟା ପରିଚାଳନାକୁ ଗୁରୁତ୍ୱ

ଭୁବନେଶ୍ୱର,୨୦।୨: ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ୩ଲକ୍ଷ ୧୦ହଜାର କୋଟି ଟଙ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri