ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର

ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର ଦ୍ୱାର ସହ ଫସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଗତ ବର୍ଷ ମଧ୍ୟ ହାତୀ ପଲ ଆସି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଥିଲେ, ଫଳରେ କ୍ଷତିଗ୍ରସ୍ତ ପରିବାର ଜଙ୍ଗଲରେ ଥିବା ଘର ଛାଡ଼ି କୁର୍ମିଙ୍ଗିଆ ଆସି ବାରଦ୍ୱାର ହୋଇ ରହିଥିଲେ।

ଶେଷରେ ପୁଣିଥରେ ଜଙ୍ଗଲକୁ ଫେରି ଘର ମରାମତି କରି ରହିଥିଲେ। ସୂଚନା ଅନୁସାରେ ୨୮ ଟିକିଆ ହାତୀପଲ କୁର୍ମିଙ୍ଗିଆ, ବାରାକାଣ୍ଡି, ସାଲୁଙ୍ଗି, ରେଟୁଡ଼ି, ଗୁଟେଡ଼କୂପା, ଡଗରମୁଣ୍ଡା ଦେଇ କାଟାଗୁଡ଼ା ଗ୍ରାମରେ ପହଞ୍ଚି ଘର ଦ୍ୱାର ଭଙ୍ଗାରୁଜା ସହ ଫସଲ ହାନି କରିଛନ୍ତି। କାଟାଗୁଡ଼ା ମଳିନ୍ଦ୍ର ପ୍ରଧାନ, ଲକ୍ଷ୍ମୀ ପ୍ରଧାନ, ସରିତା ପ୍ରଧାନ, ଜନନୀ ପ୍ରଧାନଙ୍କ ସହ ଅନେକ ଚାଷୀଙ୍କ ଫସଲ ବାଡ଼ ଭିତରେ ପଶି କଦଳୀ, ହଳଦୀ, ବିଭିନ୍ନ ଫଳ ବଗିଚା ଭିତରେ ପଶି ଖାଇବା ସହ ଘର ଭିତରେ ଥିବା ଧାନ ଖାଇ ବ୍ୟାପକ କ୍ଷୟକ୍ଷତି କରି ଘର ଦ୍ୱାର ଭାଙ୍ଗି ଦେଇଛନ୍ତି।

କାଟାଗୁଡ଼ାବାସୀଙ୍କ କହିବାନୁସାରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ସନ୍ଧ୍ୟା ହେଲେ ଗାଁ ଭିତରେ ପଶି ଫସଲ ଖାଇ ଘର ଭାଙ୍ଗିବାର ଦୃଶ୍ୟ ଦେଖି ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗ୍ରାମବାସୀ ଭୟରେ ଗତବର୍ଷ ଘରଦ୍ୱାର ଭିଟାମାଟି ଛାଡ଼ି ଅନ୍ୟତ୍ର ଚାଲି ଯାଇଥିଲେ କିନ୍ତୁ ରହିବା ପାଇଁ କିଛି ସାହାରା ନ ପାଇବାରୁ ପୁଣି ସେହି ଜଙ୍ଗଲ ଭିତରକୁ ଫେରି ଗତବର୍ଷ ହାତୀ ଭାଙ୍ଗିଥିବା ଘର ମରାମତି କରି ରହିଲେ। ଏହି ବର୍ଷ ପୁଣି ଥରେ ହାତୀ ପଲ ଆସି ସେହି ଘରଗୁଡ଼ିକ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ କରିଥିବା ଦେଖିବାକୁ ମିଳିଛି।

ଯେହେତୁ ଜଙ୍ଗଲୀ ହାତୀ ବାରମ୍ବାର ଏହିପରି ଘର ଭାଙ୍ଗୁଥିବା ବେଳେ ସରକାର ଏହି ୪ ପରିବାର ପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି। ସେମାନେ ଗତବର୍ଷ କ୍ଷୟକ୍ଷତି ବାବଦକୁ ସରକାରଙ୍କ ଠାରୁ କୌଣସି ସହାୟତା ପାଇ ନ ଥିଲେ କାରଣ ସେମାନଙ୍କର ପଟ୍ଟା ଜମି ନାହିଁ। ସେପଟେ ବେସାହାରା ହୋଇ ଜୀବନ ସହ ସଂଘର୍ଷ କରୁଛନ୍ତି ୪ ପରିବାର। ସରକାର ଯଦି ଏହି ପରିବାରକୁ ସ୍ଥାୟୀ ପଟ୍ଟା ଜାଗା ସହିତ ସହାୟତା ପ୍ରଦାନ କରନ୍ତେ ସେମାନେ ଶାନ୍ତିରେ ଭୟମୁକ୍ତ ଜୀବନଯାପନ କରିପାରନ୍ତେ ବୋଲି ଗ୍ରାମବାସୀଙ୍କ ମଧ୍ୟରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri