ଗାଁରେ ପଶିଲେ ୨୮ ଟିକିଆ ହାତୀପଲ, ବାସହରା ହେଲେ ପରିବାର

ଜି.ଉଦୟଗିରି,୫ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ କୁର୍ମିଙ୍ଗିଆ କାଟାଗୁଡ଼ା ଗ୍ରାମରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ପଶି ଆସି ଘର ଦ୍ୱାର ସହ ଫସଲ ନଷ୍ଟ କରିଥିବା ଦେଖିବାକୁ ମିଳିଛି। ଗତ ବର୍ଷ ମଧ୍ୟ ହାତୀ ପଲ ଆସି ଫସଲ ନଷ୍ଟ କରିବା ସହ ଘର ଭାଙ୍ଗି ଥିଲେ, ଫଳରେ କ୍ଷତିଗ୍ରସ୍ତ ପରିବାର ଜଙ୍ଗଲରେ ଥିବା ଘର ଛାଡ଼ି କୁର୍ମିଙ୍ଗିଆ ଆସି ବାରଦ୍ୱାର ହୋଇ ରହିଥିଲେ।

ଶେଷରେ ପୁଣିଥରେ ଜଙ୍ଗଲକୁ ଫେରି ଘର ମରାମତି କରି ରହିଥିଲେ। ସୂଚନା ଅନୁସାରେ ୨୮ ଟିକିଆ ହାତୀପଲ କୁର୍ମିଙ୍ଗିଆ, ବାରାକାଣ୍ଡି, ସାଲୁଙ୍ଗି, ରେଟୁଡ଼ି, ଗୁଟେଡ଼କୂପା, ଡଗରମୁଣ୍ଡା ଦେଇ କାଟାଗୁଡ଼ା ଗ୍ରାମରେ ପହଞ୍ଚି ଘର ଦ୍ୱାର ଭଙ୍ଗାରୁଜା ସହ ଫସଲ ହାନି କରିଛନ୍ତି। କାଟାଗୁଡ଼ା ମଳିନ୍ଦ୍ର ପ୍ରଧାନ, ଲକ୍ଷ୍ମୀ ପ୍ରଧାନ, ସରିତା ପ୍ରଧାନ, ଜନନୀ ପ୍ରଧାନଙ୍କ ସହ ଅନେକ ଚାଷୀଙ୍କ ଫସଲ ବାଡ଼ ଭିତରେ ପଶି କଦଳୀ, ହଳଦୀ, ବିଭିନ୍ନ ଫଳ ବଗିଚା ଭିତରେ ପଶି ଖାଇବା ସହ ଘର ଭିତରେ ଥିବା ଧାନ ଖାଇ ବ୍ୟାପକ କ୍ଷୟକ୍ଷତି କରି ଘର ଦ୍ୱାର ଭାଙ୍ଗି ଦେଇଛନ୍ତି।

କାଟାଗୁଡ଼ାବାସୀଙ୍କ କହିବାନୁସାରେ ୨୮ ଟିକିଆ ଜଙ୍ଗଲୀ ହାତୀ ପଲ ସନ୍ଧ୍ୟା ହେଲେ ଗାଁ ଭିତରେ ପଶି ଫସଲ ଖାଇ ଘର ଭାଙ୍ଗିବାର ଦୃଶ୍ୟ ଦେଖି ଲୋକେ ଭୟଭୀତ ଅବସ୍ଥାରେ ଅଛନ୍ତି। ଗ୍ରାମବାସୀ ଭୟରେ ଗତବର୍ଷ ଘରଦ୍ୱାର ଭିଟାମାଟି ଛାଡ଼ି ଅନ୍ୟତ୍ର ଚାଲି ଯାଇଥିଲେ କିନ୍ତୁ ରହିବା ପାଇଁ କିଛି ସାହାରା ନ ପାଇବାରୁ ପୁଣି ସେହି ଜଙ୍ଗଲ ଭିତରକୁ ଫେରି ଗତବର୍ଷ ହାତୀ ଭାଙ୍ଗିଥିବା ଘର ମରାମତି କରି ରହିଲେ। ଏହି ବର୍ଷ ପୁଣି ଥରେ ହାତୀ ପଲ ଆସି ସେହି ଘରଗୁଡ଼ିକ ଭାଙ୍ଗି ସମ୍ପୂର୍ଣ୍ଣ ନଷ୍ଟ କରିଥିବା ଦେଖିବାକୁ ମିଳିଛି।

ଯେହେତୁ ଜଙ୍ଗଲୀ ହାତୀ ବାରମ୍ବାର ଏହିପରି ଘର ଭାଙ୍ଗୁଥିବା ବେଳେ ସରକାର ଏହି ୪ ପରିବାର ପ୍ରତି ଦୃଷ୍ଟି ଦେଉ ନ ଥିବା ଅଭିଯୋଗ ହୋଇଛି। ସେମାନେ ଗତବର୍ଷ କ୍ଷୟକ୍ଷତି ବାବଦକୁ ସରକାରଙ୍କ ଠାରୁ କୌଣସି ସହାୟତା ପାଇ ନ ଥିଲେ କାରଣ ସେମାନଙ୍କର ପଟ୍ଟା ଜମି ନାହିଁ। ସେପଟେ ବେସାହାରା ହୋଇ ଜୀବନ ସହ ସଂଘର୍ଷ କରୁଛନ୍ତି ୪ ପରିବାର। ସରକାର ଯଦି ଏହି ପରିବାରକୁ ସ୍ଥାୟୀ ପଟ୍ଟା ଜାଗା ସହିତ ସହାୟତା ପ୍ରଦାନ କରନ୍ତେ ସେମାନେ ଶାନ୍ତିରେ ଭୟମୁକ୍ତ ଜୀବନଯାପନ କରିପାରନ୍ତେ ବୋଲି ଗ୍ରାମବାସୀଙ୍କ ମଧ୍ୟରେ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବକେୟା ଚାଲାଣ ଥିଲେ ସାବଧାନ! ସୁପ୍ରିମକୋର୍ଟ ଦେଲେ ବଡ଼ ନିର୍ଦ୍ଦେଶ, ଜାଣନ୍ତୁ କେଉଁ କେଉଁ ସେବା ହେବ ବନ୍ଦ

ନୂଆଦିଲ୍ଲୀ, ୧।୧୦: ଆପଣଙ୍କ ଗାଡ଼ିରେ ଦୀର୍ଘଦିନ ଧରି ଇ-ଚାଲାଣ ବକେୟା ରହିଛି କି? ତେବେ ଏହାକୁ ଅଣଦେଖା କରିବା ମହଙ୍ଗା ପଡ଼ିପାରେ। ଟ୍ରାଫିକ ଜରିମାନା ଆଦାୟକୁ ନେଇ…

୪ ବଡ଼ ଗ୍ରହ ପରିବର୍ତ୍ତନ: ଆଜିଠୁ କର୍କଟ ସମେତ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ହେବେ ମାଲାମାଲ, ଘରକୁ ଆସିବ ଖୁସିଖବର

ଭୁବନେଶ୍ୱର: ଅକ୍ଟୋବର ମାସରେ ଅନେକ ଗ୍ରହଙ୍କ ଚଳନ ଓ ରାଶି ପରିବର୍ତ୍ତନ ହେବ। ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଏହି ଗ୍ରହ ପରିବର୍ତ୍ତନର ପ୍ରଭାବ କିଛି ରାଶିର ଲୋକଙ୍କ…

ରାଜ୍ୟ ସରକାରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ଚାନ୍ଦବାଲି ବିଡିଓଙ୍କୁ ସସ୍‌ପେଣ୍ଡ କରି…

ଚାନ୍ଦବାଲି,୧ା୧୦(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବିଡିଓ ସଞ୍ଜୀବ ମହାପାତ୍ରଙ୍କ ବିରୋଧରେ ରାଜ୍ୟ ସରକାର ନେଇଛନ୍ତି କଠୋର କାର୍ଯ୍ୟାନୁଷ୍ଠାନ। କାର୍ଯ୍ୟରେ ଅବହେଳା ଓ ଶୃଙ୍ଖଳାଗତ ନିୟମ ଭଙ୍ଗ…

ବିରାଟ-ରୋହିତଙ୍କୁ ପଛରେ ପକାଇଲେ ବୁମ୍‌ରା, ନିଜ ନାଁରେ କଲେ ଏହି ବଡ଼ ରେକର୍ଡ

ନୂଆଦିଲ୍ଲୀ, ୧।୧୦: ଏସିଆନ ଗେମ୍ସ ୨୦୨୬ର ମେନ୍ସ କ୍ରିକେଟରେ ଭାରତ ଦମଦାର ବିଜୟ ହାସଲ କରି ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଶ୍ରୀଲଙ୍କାକୁ ୧୨୪ ରନର ବଡ଼…

ଅଭିଜିତ୍ ଦୀପକେ କରିପାରିବେ କି ଜ୍ଞାନେଶ କୁମାରଙ୍କ ଇସ୍ତଫା? ସୋନମ୍ ୱାଙ୍ଗଚୁକ୍ ଦେଲେ ବଡ଼ ବୟାନ୍

ନୂଆଦିଲ୍ଲୀ,୧।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ବିରୋଧରେ ଶୁକ୍ରବାର (୨ ଅକ୍ଟୋବର) ମୁମ୍ବାଇରେ ବିକ୍ଷୋଭ ପ୍ରଦର୍ଶନ କରିବାକୁ ଯାଉଛି କକରୋଚ୍ ଜନତା ପାର୍ଟି (CJP)…

ବ୍ୟାଙ୍କରେ ସବୁ ଶନିବାର ଛୁଟି, ସପ୍ତାହରେ ୫ ଦିନ ହେବ କାମ? ଭାଇରାଲ ବିଜ୍ଞପ୍ତିରେ ହେଉଥିବା ଦାବିକୁ ନେଇ ସରକାର କହିଲେ…

ନୂଆଦିଲ୍ଲୀ,୧।୧୦: ଆଜିକାଲି ସୋସିଆଲ୍‌ ମିଡିଆରେ ଭ୍ରାମକ ଓ ଗୁଜବ ଖବର ଅତି ଶୀଘ୍ର ଭାଇରାଲ୍‌ ହେବାରେ ଲାଗିଛି। ଗତ କିଛି ଦିନ ହେବ ବ୍ୟାଙ୍କିଙ୍ଗ୍‌ ସେକ୍ଟରକୁ ନେଇ…

ବଡ଼ ଡେଙ୍ଗନେଲି ନିକଟରେ ଭୁଶୁଡ଼ିଲା କଲଭର୍ଟ, ନିୟମଗିରି ଅଞ୍ଚଳକୁ ବନ୍ଦ ହୋଇଗଲା ଯାତାୟାତ

କଲ୍ୟାଣସିଂହପୁର,୧ା୧୦(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ପାର୍ସାଲି ପଞ୍ଚାୟତରେ ଗ୍ରାମ୍ୟ ଉନ୍ନୟନ (ଆର୍‌ଡି) ବିଭାଗ ପକ୍ଷରୁ ନିର୍ମିତ ମୁଖ୍ୟ ରାସ୍ତା ଏବେ ସମ୍ପୂର୍ଣ୍ଣ…

ନବରଙ୍ଗପୁରରେ ଲଜ୍ଜା; ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲକୁ ଟାଣିନେଇ ବଳାତ୍କାର ଅଭିଯୋଗ, ଚିତ୍କାର ଶୁଣି ଦୌଡ଼ି ଆସିଲେ ଗ୍ରାମବାସୀ

ନବରଙ୍ଗପୁର,୧।୧୦(ସଦାଶିବ ପ୍ରହରାଜ ): ମାନବିକତାକୁ ଲଜ୍ଜିତ କଲା ଅମାନବୀୟ ଘଟଣା । ୮୦ ବର୍ଷୀୟା ବୃଦ୍ଧାଙ୍କୁ ଜଙ୍ଗଲରେ ବଳାତ୍କାର କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଜଙ୍ଗଲରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?