୩୦ଟିକିଆ ବଣୁଆ ହାତୀ ପଲ ଭାଙ୍ଗିଲେ ୪ଘର

ପାଟଣା,୧୩।୧୦(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ରେଞ୍ଜ ରେ ୩୦ ଟିକିଆ ହାତୀପଲଙ୍କ ଉପଦ୍ରବ ଜାରି ରହିଛି। ରବିବାର ବିଳମ୍ବିତ ରାତିରେ ହାତୀପଲ ପାଟଣା ରେଞ୍ଜର କେନ୍ଦୁଆପଡା,ବାଲିବନ୍ଧ,ଝାଲିଆପଡା ଏବଂ ଟାଙ୍ଗରପଡା ଗ୍ରାମରେ ଆତଙ୍କ ଖେଳାଇବା ସହ ଏକ ଗୋଠଛଡ଼ା ଦନ୍ତା ୪ ଟି ଘର ଭାଙ୍ଗିଦେଇଛି।
କେନ୍ଦୁଆପଡା ଗ୍ରାମର କଂସ ନାଏକ ଓ ତାଙ୍କର ନାତି ସହିତ ଘର ଭିତରେ ଶୋଇଥିବା ସମୟରେ ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଏବେ ହାତୀପଲ ଭିମାପଡା ଶିବମନ୍ଦିର ନିକଟ ହୁଡ଼ିରେ ଡେରା ପକାଇଥିବା ବନ ପାଳ ନିରଞ୍ଜନ ସେଠୀ କହିଛନ୍ତ। ଗାଁ ନିକଟରେ ହାତୀପଲ ବୁଲୁଥିବାରୁ ସ୍ଥାନୀୟ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ବନ ବିଭାଗ ହାତୀପଲଙ୍କ ଗତିବିଧି ଉପରେ କଡା ନଜର ରଖିଛି।

 

Dharitri – Odisha’s No.1 Odia Daily


Enter your email to get our daily news in your inbox.

All Right Reserved By Dharitri.Com

କ୍ରସ୍‌ ଭୋଟିଂ ନେଇ ସୁବାସିନୀଙ୍କ ବଡ଼ ଖୁଲାସା, କହିଲେ ନବୀନଙ୍କ ନିର୍ଦ୍ଦେଶରେ ଭୋଟ୍‌ ଦେଇଛି

ଭୁବନେଶ୍ୱର,୧୯ା୩: କ୍ରସ୍‌ ଭୋଟିଂ ଅଭିଯୋଗ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟିକା ସୁବାସିନୀ ଜେନା। ସେ କହିଛନ୍ତି, ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍‌…

ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛି କଣ୍ଟେଇପଲ୍ଲୀ ଭିଏସ୍‌ଏସ୍‌

ଭଞ୍ଜନଗର,୧୯ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ କେନ୍ଦ୍ରୀୟ ବନାଞ୍ଚଳ ପକ୍ଷରୁ ଜଙ୍ଗଲ ନିଆଁ ରୋକିବା ପାଇଁ ଏକ ସାଇକେଲ ରାଲି କଣ୍ଟେଇପଲ୍ଲୀରୁ ବାହାରିଥିଲା।…

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ଶେୟାର ମାର୍କେଟ୍‌ରେ ହାହାକାର: ଗୋଟିଏ ଘଣ୍ଟାରେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା ହରାଇଲେ ନିବେଶକ

ମୁମ୍ବାଇ,୧୯।୩: ଭାରତୀୟ ଷ୍ଟକ ବଜାରରେ ଗୁରୁବାର ହାହାକାର ଦେଖିବାକୁ ମିଳିଛି। ବଜାର ଖୋଲିବାର ମାତ୍ର ଗୋଟିଏ ଘଣ୍ଟା ମଧ୍ୟରେ ନିବେଶକମାନେ ପ୍ରାୟ ୭.୬ ଲକ୍ଷ କୋଟି ଟଙ୍କା…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ପୁଣି ଯୁଦ୍ଧକୁ ଓହ୍ଲାଇବେ ଭାରତ-ପାକିସ୍ତାନ! ପରମାଣୁ ଆଟାକ୍‌ କରିପାରେ ପାକ୍‌…

ନୂଆଦିଲ୍ଲୀ,୧୯।୩: ଯଦିଓ ଭାରତ ଏବଂ ପାକିସ୍ତାନ ମଧ୍ୟରେ ପରିସ୍ଥିତି ବର୍ତ୍ତମାନ ଶାନ୍ତ ଦେଖାଯାଉଛି, ତଥାପି ବିପଦ ସମ୍ପୂର୍ଣ୍ଣ ହ୍ରାସ ପାଇନାହିଁ। ଏହି ଦାବି ଆମେ କରୁନୁ, ବରଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri