ନୀଳଗିରିରେ ପଶିଲେ ୫୫ ଟିକିଆ ହାତୀପଲ: ବନାଞ୍ଚଳବାସୀ ଆତଙ୍କିତ

ନୀଳଗିରି, ୭।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ବାଲେଶ୍ୱର ଜିଲା ନୀଳଗିରିକୁ ପ୍ରବେଶ କଲେ ୫୫ ଟିକିଆ ଝାଡଖଣ୍ଡୀ ହାତୀପଲ। ଝାଡଖଣ୍ଡୀ ଦଲମା ଜଙ୍ଗଲରୁ ଗତ ୨୦୧୦ ମସିହାରୁ ଚିରାଚରିତ ଭାବେ ଗୋଟିଏ ରାସ୍ତାରେ ନୀଳଗିରିକୁ ଏହି ହାତୀ ପଲ ଆସୁଛନ୍ତି। ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ଝାଡଖଣ୍ଡୀ ଦଲମା ଜଙ୍ଗଲରୁ ଏହି ହାତୀ ଦଳ ଆସି ଓଡିଶା ବର୍‌ ପାରି ହୋଇ କିଛି ଦିନ ମୟୂରଭଞ୍ଜରେ ରହିଥିବା ବେଳେ ଶନିବାର ଭୋରସମୟରେ ୫୫ଟିକିଆ ହାତୀ ଦଳ ଦଳ ହୋଇ ନୀଳଗିରି ରେଞ୍ଜ ଅଧିନ ଦୁର୍ଗାଦେବୀ, ପୁନ୍ଦାଳ, କାଠପାଳ, ପାଟଣା ଅଯୋଧ୍ୟା ପିଚୁ ରାସ୍ତା ପାର କରି ଗୋପାଳପୁର ସଂରକ୍ଷିତ ଜଙ୍ଗଲରେ ପ୍ରବେଶ କରିଛନ୍ତି । ହାତି ଆସୁଥିବା ରାସ୍ତାରେ ବ୍ୟାାପକ ଧାନ ଫସଲ ନଷ୍ଟ କରିଛନ୍ତି।
ଏହି ହାତୀ ପଲ ମଧ୍ୟରେ ୧୩ରୁ ଅଧିକ ଦନ୍ତା ହାତୀ ଥିବା ବେଳେ ୧୬ରୁ ଅଧିକ ଛୁଆ ହାତୀ ଅଛନ୍ତି। ଅପରାହ୍ନ ୬ ଘଟିକା ସୁଦ୍ଧା ହାତୀପଲ ଦୁଇରୁ ତିନି ଭାଗରେ ବିଭକ୍ତ ହୋଇଯାଇଥିବା ବେଳେ ହାତୀପଲ ତିନିକୋଶିଆକୁ ସଂରକ୍ଷିତ ଜଙ୍ଗଲ ମୁହାଁ ହେଉଥିବା ଜଣାପଡୁଛି। ହାତୀପଲ ଆସୁଥିବାର ଖବର ପାଇ ଗୋପାଳପୁର ଓ ତିନିକୋଶିଆ ସଂରକ୍ଷିତ ଜଙ୍ଗଲ ଚତୁଃପାର୍ଶ୍ୱରେ ଥିବା ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିବା ସହ ଜଙ୍ଗଲ ଚାରି ପାଖରେ ଖୋଳାଯାଇଥିବା ଟ୍ରେଞ୍ଜ, ସୌରବାଡଗୁଡିକ ବିଧ୍ୱସ୍ତ ହୋଇଥିବା ବେଳେ ମରାମତି ପାଇଁ ଗ୍ରାମବାସୀମାନେ ଦାବି କରିଛନ୍ତି। ବନବିଭାଗ ହାତୀର ଗତିବିଧି ନୀରିକ୍ଷଣ ପାଇଁ ଜଙ୍ଗଲ ଚତୁଃପାର୍ଶ୍ୱରେ ଜଗି ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...

ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍‌ସନ୍‌ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା,...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ...

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri