ବାୟୁବୀରଙ୍କ ଆକାଶ ମାର୍ଗରେ ସାହସିକ ପ୍ରର୍ଦଶନ

ଭୁବନେଶ୍ୱର,୧୬।୯(ବ୍ୟୁରୋ): ରାଜଧାନୀର କୁଆଖାଇ ପଠାସ୍ଥିତ ବାଲିଯାତ୍ରା ପଡିଆରେ ଶୁକ୍ରବାର ‘ସୂର୍ଯ୍ୟକିରଣ ଏୟାର ଶୋ’ର ଦମ୍‌ଦାର ପ୍ରଦର୍ଶନ ଦେଖିବାକୁ ମିଳିଛି। ବାୟୁବୀରମାନେ ଆକାଶ ମାର୍ଗରେ ନିଜର ସାହସିକତା ପ୍ରଦର୍ଶନ କରିଛନ୍ତି। ଭିନ୍ନ ଭିନ୍ନ ଦୁଃସାହସିକ କ୍ରୀଡ଼ା କୌଶଳ ଦେଖାଇ ଓଡ଼ିଶାବାସୀଙ୍କୁ ମନୋରଞ୍ଜନର ଖୋରାକ ଯୋଗାଇଛନ୍ତି ବାୟୁବୀର। ଶୁକ୍ରବାର ସକାଳୁ ଭୁବନେଶ୍ୱରର କୁଆଖାଇ ପଠାସ୍ଥିତ ବାଲିଯାତ୍ରା ପଡିଆ ଚଳଚଞ୍ଚଳ ହୋଇପଡ଼ିଥିବା ବେଳେ ସେଠାରେ ଲୋକଙ୍କ ନାହିଁ ନ ଥିବା ଭିଡ଼ ଦେଖିବାକୁ ମିଳିଛି। ପୂର୍ବାହ୍ନ ୧୦ଟା ପରେ ରାଜଧାନୀ ଆକାଶରେ ଦେଖିବାକୁ ମିଳିଥିଲା ବାୟୁସେନାର ଚିତ୍ତାକର୍ଷକ ଶୋ’। ଏକା ସାଙ୍ଗରେ ୯ଟି ହକ୍‌ ଲଢୁଆ ବିମାନ ଆକାଶରେ ଗର୍ଜନ କରି ଭିନ୍ନ କୌଶଳରେ ଉଡ଼ିଥିଲେ। ଏହାକୁ ଦେଖିବା ପାଇଁ ଘରର ଛାତ ଉପରେ ଲୋକଙ୍କ ଭିଡ଼ ଜମିଥିଲା। ଗୋଟିଏ ପରେ ଗୋଟିଏ ଏରୋବେଟିକ୍‌ ଟିମ୍‌ ଆକାଶରେ ଉଡ଼ି ନିଜର କୌଶଳ ପ୍ରଦର୍ଶନ କରିଥିଲେ। ଏହି ଶୋ’ପାଇଁ ବାୟୁସେନା ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଥିଲା। ଓଡ୍ରାଫ୍‌ ଟିମ୍‌ ସହ ୪୫ ସେକ୍ସନ ଫୋର୍ସ ମୁତୟନ କରାଯାଇଥିଲା। ଅନ୍ୟପଟେ ଏହି ଅବସରରେ ରାଜ୍ୟପାଳ ଗଣେଶୀ ଲାଲ କୁଆଖାଇ ବାଲିଯାତ୍ରା ପଡିଆରେ ଉପସ୍ଥିତ ରହି ବାୟୁବୀରଙ୍କ ଦୁଃସାହସିକ ପ୍ରଦର୍ଶନ ଦେଖିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

ବଲାଙ୍ଗୀରରୁ ବରଗଡ଼କୁ ହେଉଥିଲା କଫସିରପ ଚାଲାଣ, ୭୩୩ ବୋତଲ ଜବତ କଲା ଗାଇସିଲେଟ୍‌ ପୋଲିସ

ବରଗଡ଼/ଗାଇସିଲେଟ୍‌,୨୪।୫(ପ୍ରେମାନନ୍ଦ ଖମାରୀ/ଦୁର୍ଗାପ୍ରସାଦ ତ୍ରିବେଦୀ):  ବରଗଡ଼ ଜିଲା ପୋଲିସ ନିଶା କାରବାର ଧରପଗଡ଼ ଅଭିଯାନକୁ ଜୋରଦାର୍‌ କରିଛି । ଶନିବାର ଜିଲାର ଗାଇସିଲେଟ୍‌ ଥାନା ପୋଲିସ ୭୩୩ ବୋତଲ…

ଅଗ୍ନିକାଣ୍ଡ ପରେ ବିଦ୍ୟୁତ୍‌ ଉତ୍ପାଦନ ସମ୍ପୂର୍ଣ୍ଣ ବନ୍ଦ: ଜାଲାପୁଟ କ୍ୟାମ୍ପ ସମେତ ଏକାଧିକ ଗାଁ ଏବେ ଅନ୍ଧାରରେ

ନନ୍ଦପୁର,୨୪ା୫(ତୁଷାର କାନ୍ତ ମହାନ୍ତି): ମାଛକୁଣ୍ଡ ଜଳ ବିଦ୍ୟୁତ୍‌ ପ୍ରକଳ୍ପରେ ଅଗ୍ନିକାଣ୍ଡ ଯୋଗୁ କୋରାପୁଟ ଜିଲା ନନ୍ଦପୁର ବ୍ଲକ ବିଲାପୁଟ ପଞ୍ଚାୟତରେ ଥିବା ଜୋଲାପୁଟ ରିଜର୍ଭର ନିକଟ କ୍ୟାମ୍ପ…

ୟୁକ୍ରେନ ଉପରେ ରୁଷିଆର ବଡ଼ ଆକ୍ରମଣ; ୬୦୦ ଡ୍ରୋନ୍ ଏବଂ ୯୦ ମିସାଇଲ୍ ପ୍ରୟୋଗ, ୪ମୃତ

କିଭ,୨୪।୫: ରୁଷିଆ ୟୁକ୍ରେନର ରାଜଧାନୀ କିଭ୍ ଏବଂ ଆଖପାଖ ଅଞ୍ଚଳ ଉପରେ ଏକ ବଡ଼ ଆକ୍ରମଣ ଆରମ୍ଭ କରିଛି । ୟୁକ୍ରେନୀୟ ବାୟୁସେନା ଅନୁଯାୟୀ, ରୁଷିଆ ମୋଟ…

ରୋଗୀଙ୍କ ସହ ଦୁର୍ବ୍ୟହାର କରୁଛନ୍ତି ପାରଳାଖେମୁଣ୍ଡି ଚିକିତ୍ସାଳୟରେ ମୁତୟନ ସୁରକ୍ଷାକର୍ମୀ, ମୋବାଇଲ ନମ୍ବରରେ ୧୧ ସଂଖ୍ୟା…

ପାରଳାଖେମୁଣ୍ଡି,୨୪ା୫(ଗିରିଧାରୀ ପରିଛା): ବର୍ତ୍ତମାନ ପ୍ରବଳ ଖରା ହେଉଥିବା ବେଳେ ତାତିରୁ ତ୍ରାହି ପାଇଁ ଡହଳ ବିକଳ ହେଉଛନ୍ତି ଲୋକେ । ଏପରି ସ୍ଥଳେ ରୋଗୀଙ୍କ କଥା ଆହୁରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri