ମହାନଦୀ ଉପରେ ନିର୍ମାଣ ହେବ ସୁଉଚ୍ଚ ସେତୁ

ସୋନପୁର,୧।୯(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲାବାସୀଙ୍କ ପାଇଁ ଖୁସି ଖବର। ବୌଦ୍ଧ ଜିଲାର ବାଉଁଶୁଣୀରୁ ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁରକୁ ମହାନଦୀ ଉପରେ ନିର୍ମାଣ ହେବ ହାଇ ଲେବୁଲ(ସୁ ଉଚ୍ଚ) ସେତୁ। ସୋନପୁର ନିକଟସ୍ଥ ମହାନଦୀ ସେତୁଠାରୁ ବୀରମହାରାଜପୁରରେ ପ୍ରସ୍ତାବିତ ସେତୁର ଦୂରତା ମାତ୍ର ୧୭ କିଲୋମିଟର। ସେହିପରି ବୌଦ୍ଧ-ଟିଆକଟା ସେତୁଠାରୁ ପ୍ରସ୍ତାବିତ ବାଉଁଶୁଣୀ ସେତୁର ଦୂରତା ପ୍ରାୟ ୨୭ କିଲୋମିଟର ହେବ। ଏହି ସେତୁ ନିର୍ମାଣ ସମ୍ପର୍କିତ ପ୍ରସ୍ତାବକୁ ରାଜ୍ୟ ସରକାର ନିକଟରେ ଅନୁମୋଦନ କରିଥିଲେ। ସେତୁ ନିର୍ମାଣ ପାଇଁ ପୂର୍ତ୍ତ ବିଭାଗ ପକ୍ଷରୁ ବିଶ୍ୱ ବ୍ୟାଙ୍କ ପ୍ରକଳ୍ପ ଓଡିଶାର ମୁଖ୍ୟଯନ୍ତ୍ରୀ ଗତ ୨୮ ତାରିଖରେ ଟେଣ୍ଡର ଆହ୍ବାନ କରିଛନ୍ତି। ଇପିସି(ଇଞ୍ଜିନିୟରିଂ ପ୍ରୋକ୍ୟୁରମେଣ୍ଟ ଆଣ୍ଡ କନଷ୍ଟ୍ରକଶନ) କଣ୍ଟ୍ରାକ୍ଟ ବେସିସରେ ଟେଣ୍ଡର ଆହ୍ବାନ କରାଯାଇଛି। ସେପ୍ଟେମ୍ବର ୧ ତାରିଖ ସକାଳ ୧୦ଟାରୁ ସେପ୍ଟେମ୍ବର ୨୭ ତାରିଖ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ସୁପର କ୍ଲାସ କଣ୍ଟ୍ରାକ୍ଟର ମାନେ ହିଁ ଅନ୍‌ଲାଇନରେ ଆବେଦନ କରିପାରିବେ। ସେପ୍ଟେମ୍ବର ୨୮ ତାରିଖରେ ଟେଣ୍ଡର ଖୋଲାଯିବ। ବୌଦ୍ଧ ଜିଲାରେ ମହାନଦୀ ଉପରେ ଏହି ଦ୍ୱିତୀୟ ସୁ ଉଚ୍ଚ ସେତୁ ନିର୍ମାଣ ପାଇଁ ଷ୍ଟେଟ୍‌ ପ୍ଲାନରେ ପ୍ରାୟ ୧୫୦ କୋଟି ବ୍ୟୟ ହେବ। ୧୨ ମିଟର ଚଡଡା ବିଶିଷ୍ଟ ସେତୁର ଉଭୟ ପାର୍ଶ୍ୱରେ ଫୁଟପାଥ ରହିବ। ସେତୁର ଲମ୍ବ ୧୭୩୬ ମିଟର ଓ ଏଥିରେ ମୋଟ ୨୮ଟି ସ୍ପାନ ରହିବ ବୋଲି ଜଣାପଡିଛି। ସେହିପରି ୬୨ ମିଟର ଦୂରତାରେ ଗୋଟିଏ ଲେଖାଏଁ ସ୍ପାନ ରହିବ। ବୌଦ୍ଧ ପୂର୍ତ୍ତ ବିଭାଗ ଅଧୀନରେ ଏହି ସେତୁ ନିର୍ମାଣ କାର୍ଯ୍ୟ କରାଯିବ ବୋଲି ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ହୋଇଛି। ୨୦୧୪ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବୀରମହାରାଜପୁର ଗସ୍ତ ସମୟରେ ବୀରମହାରାଜପୁର-ବାଉଁଶୁଣୀ ସେତୁ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଅନୁରୋଧ କରାଯାଇଥିଲା। ପରେ ବିଧାୟକ ଅମର ପ୍ରସାଦ ଶତପଥୀଙ୍କ ନେତୃତ୍ୱରେ ବିଧାନସଭା କମିଟି ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରି ରାଜ୍ୟ ସରକାରଙ୍କୁ ରିପୋର୍ଟ ପ୍ରଦାନ କରିଥିଲେ। ତେବେ ସର୍ଭେ ପରେ ଏହି ପ୍ରକଳ୍ପ କାର୍ଯ୍ୟ ବିଳମ୍ବିତ ହୋଇଥିଲା। ଜୁଲାଇ ୪ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା ୫-ଟି ସଚିବ ଭି. କେ. ପାଣ୍ଡିଆନଙ୍କ ଦିନିକିଆ ସୁବର୍ଣ୍ଣପୁର ଜିଲା ଗସ୍ତ ସମୟରେ ବୀରମହାରାଜପୁର ଅଧିବାସୀ ପ୍ରସ୍ତାବିତ ସେତୁ ନିର୍ମାଣ ସମ୍ପର୍କରେ ଲିଖିତ ଭାବେ ଜଣାଇଥିଲେ। ସେହିପରି ବୌଦ୍ଧ ଜିଲାବାସୀଙ୍କ ପକ୍ଷରୁ ମହାନଦୀରେ ଦ୍ୱିତୀୟ ସେତୁ ନିର୍ମାଣ ପାଇଁ ଦାବି ହୋଇ ଆସୁଥିଲା। ସେତୁ ନିର୍ମାଣ ହେଲେ ସୁବର୍ଣ୍ଣପୁର ଓ ବୌଦ୍ଧ ଜିଲାର ଅଧିବାସୀଙ୍କ ପାଇଁ ଯୋଗାଯୋଗ ସହଜ ହେବ। ଦୂରତା ହ୍ରାସ ପାଇବା ସହ ପୂର୍ବ ଓ ପଶ୍ଚିମ ଓଡିଶା ସହିତ ଯୋଗାଯୋଗ ହୋଇପାରିବ। ଏହି ସେତୁ ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ ହୋଇଥିବାରୁ ବୀରମହାରାଜପୁର ବିଧାୟକ ପଦ୍ମନାଭ ବେହେରା ଓ କଣ୍ଟାମାଳ ବିଧାୟକ ମହୀଧର ରଣା ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ଶିବିର ଅଦାଲତ: ୨୪ ମାମଲାର ଶୁଣାଣି

ବରଗଡ଼, ୨୫।୮(ପ୍ରେମାନନ୍ଦ ଖମାରୀ): ମହିଳାମାନଙ୍କ ଅଭିଯୋଗର ତ୍ୱରିତ ଶୁଣାଣି ଏବଂ ସମସ୍ୟାର ସମାଧାନ ବ୍ୟବସ୍ଥାକୁ ସେମାନଙ୍କ ଦ୍ୱାରଦେଶରେ ପହଞ୍ଚାଇବା ଉଦ୍ଦେଶ୍ୟରେ ମଙ୍ଗଳବାର ବରଗଡ଼ ଜିଲ୍ଲା ପରିଷଦ ସମ୍ମିଳନୀ…

ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣା: ଆଉ ୬ ଗିରଫ, ମୋଟ ଗିରଫ ସଂଖ୍ୟା ୮କୁ ବୃଦ୍ଧି

ଦାରିଙ୍ଗବାଡ଼ି,୨୫।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗ୍ରାମରେ ପିଉସାଙ୍କୁ ନିର୍ମମ ଭାବେ ହତ୍ୟା କରି ପୋଡ଼ି ଦେବା ଘଟଣାରେ ପୋଲିସକୁ ବଡ଼…

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ପାଟଣା ବ୍ଲକ୍‌ର ୪୧ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ପଦୋନ୍ନତି: ନିଯୁକ୍ତିପତ୍ର ବାଣ୍ଟିଲେ …

ପାଟଣା,୨୫।୮(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ କାର୍ଯ୍ୟରତ ୪୧ ଜଣ ଶିକ୍ଷକ-ଶିକ୍ଷୟିତ୍ରୀ ଚତୁର୍ଥ ବର୍ଗରୁ ତୃତୀୟ ବର୍ଗକୁ ପଦୋନ୍ନତି ପାଇଛନ୍ତି।…

କିରିକୁଟି ସରକାରୀ ଉଚ୍ଚ ବିଦ୍ୟାଳୟରେ ‘ନିଶା ମୁକ୍ତ ଓଡ଼ିଶା’ ଅଭିଯାନ: ଗଞ୍ଜେଇ ଚାଷ-ନିଶାରୁ ଦୂରେଇ ରହିବାକୁ…

ଦାରିଙ୍ଗବାଡ଼ି,୨୫।୮ (ଅରୁଣ ସାହୁ): କନ୍ଧମାଳ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡ଼ା ଏସଡିପିଓ ଶୁଭମ ଭୋସଲେଙ୍କ ନିର୍ଦ୍ଦେଶକ୍ରମେ ମଙ୍ଗଳବାର ଦାରିଙ୍ଗବାଡ଼ି ଥାନା କିରିକୁଟି ସରକାରୀ ଉନ୍ନୀତ ଉଚ୍ଚ…

ସୋନାଲିସା ଓ ମିହିର ରଞ୍ଜନଙ୍କୁ ସମ୍ମାନିତ କଲା ସମ୍ବର୍ଦ୍ଧନା ମଞ୍ଚ

ପାଟଣା,୨୫।୮(ବୀର କିଶୋର ଦାଶ): ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ମଞ୍ଚ, ସ୍ୱାମ ପାଟଣା ପକ୍ଷରୁ ମଙ୍ଗଳବାର ପାଟଣା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ବିଶେଷ ସମ୍ବର୍ଦ୍ଧନା…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri