ଓଡ଼ିଶା ଚାଷୀଙ୍କ ଐତିହାସିକ ସଫଳତା: ସୁଦୂର ଆୟରଲ୍ୟାଣ୍ଡରେ ମିଳିବ ଢେଙ୍କାନାଳର ସବୁଜ ଅମୃତଭଣ୍ଡା, ସାରୁ

ଭୁବନେଶ୍ୱର,୨୪ା୯: ଓଡ଼ିଶାର କୃଷି କ୍ଷେତ୍ରରେ ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ ହୋଇଛି। ଢେଙ୍କାନାଳର ‘ସପ୍ତଶଯ୍ୟା କୃଷକ ଉତ୍ପାଦକ କମ୍ପାନୀ’ ପ୍ରଥମ ଥର ପାଇଁ ୧୦୦ କିଲୋ ସାରୁ ଓ ୩୨୦ କିଲୋ ସବୁଜ ଅମୃତଭଣ୍ଡା କଲିକତାର ନେତାଜୀ ସୁବାସ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନବନ୍ଦର ମାଧ୍ୟମରେ ସୁଦୂର ଆୟରଲ୍ୟାଣ୍ଡକୁ ରପ୍ତାନୀ କରି ଐତିହାସିକ ସଫଳତା ହାସଲ କରିଛି।

ଏହି ଉଦ୍ୟମ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଅଧୀନ ଉଦ୍ୟାନ କୃଷି ନିର୍ଦେଶାଳୟର ଦୃଢ଼ ନେତୃତ୍ୱ, ଗେଟ୍ସ ଫାଉଣ୍ଡେସନର ସହାୟତା ଏବଂ ପାଲାଡିୟମର ସମନ୍ୱୟରେ ସମ୍ଭବ ହୋଇଛି। ସପ୍ତଶଯ୍ୟା କୃଷକ ଉତ୍ପାଦକ କମ୍ପାନୀ କ୍ଷୁଦ୍ର ଚାଷୀଙ୍କ ସାମୂହିକ ଶକ୍ତିର ପ୍ରତୀକ ଭାବେ ଉଭା ହୋଇ ବିଶ୍ୱ ବଜାରରେ ଓଡ଼ିଶାର କୃଷିଜାତ ଦ୍ରବ୍ୟର ଚାହିଦା ବୃଦ୍ଧି କରିଛି।

୨୦୨୪ରୁ ଏ ପର୍ଯ୍ୟନ୍ତ ଏହି ସଂଗଠନ ମାଧ୍ୟମରେ ୧୪୦ ମେଟ୍ରିକ ଟନ୍‌ରୁ ଅଧିକ ସତେଜ ପନିପରିବା ଓ ଫଳ ୧୦ଟି ଅନ୍ତର୍ଜାତୀୟ ବଜାରକୁ ରପ୍ତାନୀ କରାଯାଇଛି। ଏହା ମାଧ୍ୟମରେ ଚାଷୀମାନେ ସେମାନଙ୍କ ଉତ୍ପାଦର ୪୦%ରୁ ୬୨% ବର୍ଦ୍ଧିତ ମୂଲ୍ୟ ପାଇଛନ୍ତି। ଏହି ରପ୍ତାନୀ କେବଳ ଚାଷୀଙ୍କୁ ଆର୍ଥିକ ସ୍ୱାବଲମ୍ବୀ କରୁନାହିଁ, ବରଂ ଓଡ଼ିଶାର କୃଷି ଅର୍ଥନୀତିକୁ ବିଶ୍ୱସ୍ତରୀୟ ମଞ୍ଚରେ ପହଞ୍ଚାଇଛି।

ଏହି ସଫଳତା ରାଜ୍ୟର ଅନ୍ୟ କୃଷକ ଓ ଉତ୍ପାଦକ ସଂଗଠନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛି। କୃଷି ବିଭାଗ ଓ ପାଲାଡିୟମର ମିଳିତ ସହଯୋଗରେ ଆଗାମୀ ଦିନରେ ଆହୁରି ଅଧିକ କୃଷିଜାତ ଦ୍ରବ୍ୟ ବିଶ୍ୱ ବଜାରକୁ ରପ୍ତାନୀ କରି ଓଡ଼ିଶାର ଚାଷୀଙ୍କ ସ୍ୱପ୍ନକୁ ବାସ୍ତବତାରେ ପରିଣତ କରିବା ପାଇଁ ଉଦ୍ୟମ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନାସ୍ଥା ପରେ ଖାଲି ପଡ଼ିଥିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ: ଉପାଧ୍ୟକ୍ଷ ବିଶ୍ୱନାଥଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ୱ

ଗୁଣପୁର,୩୧।୧(ସଂକେତ ପାତ୍ର)- ଅନାସ୍ଥା ପ୍ରସ୍ତାବ ଗୃହୀତ ହେବା ପରେ ଲକ୍ଷ୍ମୀ ଶବରଙ୍କ ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅଧ୍ୟକ୍ଷା ପଦ ଗତ ୨୨ତାରିଖର ରଦ୍ଦ ହୋଇଥିଲା। ଏହାପରେ…

ଖାଦ୍ୟ ପରିବେଷଣରେ ବିଳମ୍ବ ହେବାରୁ ସଂଘର୍ଷ: ଗଡ଼ିଲା ୨ ମୁଣ୍ଡ

ଗାଜିଆବାଦ,୩୧ା୧: ଗାଜିଆବାଦର ଏକ ଭୋଜନାଳୟରେ ଖାଦ୍ୟ ପରିବେଷଣରେ ବିଳମ୍ବକୁ ନେଇ ବିବାଦ ଦେଖାଦେବା ସହ ଛୁରାମାଡ଼ରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ଗୁରୁତର…

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ…

କାଉନ୍‌ସିଲରଙ୍କ ଘରୁ ଲୁଟ୍‌: ବର୍ଷକର ଝିଅ ବେକରେ ଛୁରୀ ଲଗାଇ ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ, ଭୟରେ…

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ବର୍ଷକର ଝିଅ ବେକରେ ଛୁରୀ ଲଗାଇଲେ। ପରେ ମା’ଙ୍କୁ କାବୁ କରି ଘରୁ ସୁନା ଲୁଟିନେଲେ ଦୁଇ ଦୁର୍ବୃତ୍ତ। ଏଭଳି ଘଟଣା ଘଟିଛି…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri