ମହଙ୍ଗା ପଡିଲା ପ୍ରେମ:କଲେଜ ଛାତ୍ରଙ୍କୁ ବୀଭତ୍ସ ହତ୍ୟା

କୁଆମରା ୨।୫: ମୟୁରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଲକ ଜୟପୁର ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଶ୍ରୀନାଥପୁର ଗ୍ରାମର ନବୀନ ଆଚାର୍ଯ୍ୟଙ୍କ ବାଡିରେ ସ୍ଥାନୀୟ ଜଣେ ଯୁବକଙ୍କୁ ବୀଭତ୍ସ ହତ୍ୟା କରାଯାଇଛି। ତେବେ ଏହା ପ୍ରେମଜନିତ ହତ୍ୟାକାଣ୍ଡ ବୋଲି ପୋଲିସର ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଯାଇଛି। ମୃତକ ହେଉଛନ୍ତି ଜୟପୁର ଗ୍ରାମର ଲକ୍ଷ୍ମୀଧର ବାରିକଙ୍କ ପୁଅ ଶୁଭାଶିଷ (୨୧)। ଶୁଭାଶିଷ କୁଆମରା ସାରସ୍ବତ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନି ଶେଷ ବର୍ଷର ଛାତ୍ର ଥିବା ବେଳେ ତାଙ୍କ ପ୍ରେମିକା ମଧ୍ୟ କୁଆମରା ସାରସ୍ବତ କନିଷ୍ଠ ମହାବିଦ୍ୟାଳୟ ଯୁକ୍ତ ଦୁଇର ଛାତ୍ରୀ ଅଟନ୍ତି। ତେବେ ଉଭୟଙ୍କ ମଧ୍ୟରେ ପ୍ରାୟ ଦୁଇ ବର୍ଷ ହେବ ପ୍ରେମ ସମ୍ପର୍କ ଗଢି ଉଠିଥିଲା ବୋଲି ଶୁଭାଶିଷଙ୍କ ବାପା ଲକ୍ଷ୍ମୀଧର ଗଣମାଧ୍ୟମ ଆଗରେ ପ୍ରକାଶ କରିଛନ୍ତି। ବିଭିନ୍ନ ସମୟରେ ଫୋନରେ କଥାବାର୍ତ୍ତା ହେଉଥିବା ବେଳେ ଉଭୟ ପରିବାର ଏହାକୁ ବିରୋଧ କରି ଆସୁଥିଲେ। ଏପରିକି ଶୁଭାଶିଷ ପୂର୍ବରୁ ପ୍ରେମିକାଙ୍କ ଘର ନିକଟକୁ ଯାଇଥିବାବେଳେ କେତେକ ସମୟରେ ଗଣ୍ଡଗୋଳ ସୃଷ୍ଟି ହୋଇଛି। ଏପରିକି ତାକୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଥିଲା। ତେବେ ଶନିବାର ଶୁଭାଶିଷଙ୍କ ନିକଟକୁ ପ୍ରାୟ ରାତି ୧୦ଟାରେ ତାଙ୍କ ପ୍ରେମିକାଙ୍କଠାରୁ ଶେଷ ଫୋନ ଯିବା ପରେ ଶୁଭାଶିଷ ଘରୁ ଏକ ସାଇକେଲ ଯୋଗେ ଶ୍ରୀନାଥପୁର ଗ୍ରାମର ଉମାକାନ୍ତ ମହାନ୍ତି ନାମକ ଏକ ସାଙ୍ଗ ସହିତ ଘରୁ ଆସିଥିଲେ ଓ ତାଙ୍କ ଘରେ ସାଇକେଲ ରଖିଦେଇ ଶୁଭାଶିଷ ପ୍ରେମିକାଙ୍କ ଘରେ ପହଞ୍ଚିଥିବାର ପୋଲିସ ଅନୁମାନ କରିଛି। ଉଭୟଙ୍କ ଘର ଦୂରତ୍ୱ ୧ କିଲୋମିଟର ବ୍ୟବଧାନ ହେବ। ତେବେ ନବୀନଙ୍କ ଘର ପଛପଟେ ଥିବା ବାଡିରେ ଶୁଭାଶିଷଙ୍କୁ ଅତି ନିର୍ମମ ଭାବେ ହତ୍ୟା କରି ପକାଇ ଦିଆଯାଇଥିବାର ଦେଖିବାକୁ ମିଳିଛି। ଶୁଭାଶିଷଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଚିହ୍ନ ଥିବାବେଳେ ରକ୍ତ ଛିଟା ଲାଗିଛି।
ଲକ୍ଷ୍ମୀଧରଙ୍କ କହିବା ଅନୁଯାୟୀ ରାତିରେ ପୁଅ ଫେରି ନ ଥିବା ବେଳେ ସକାଳେ ବିଭିନ୍ନ ସ୍ଥାନରେ ଖୋଜା ଖୋଜି କରି ପାଇ ନ ଥିଲେ। ଦିନ ଗୋଟାଏ ସମୟରେ ନବୀନଙ୍କ ଘର ପଛପଟ ବାଡିରେ ପୁଅର ମୃତଦେହ ପଡିଥିବାର ଦେଖିବାକୁ ପାଇଥିଲେ। ତେବେ ଖବର ପ୍ରଚାରିତ ହେବାପରେ ସେଠାରେ ସାମାନ୍ୟ ଉତ୍ତେଜନା ଦେଖାଦେଇଥିଲା। ଖବର ପାଇ ଉଦଳା ଥାନା ଅଧିକାରୀ ନିରୋଜ କୁମାର ସାମଲ, ଏସ ଡିପିଓ ସାର୍ଥକ ରାୟ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସାଇଣ୍ଟିଫିକ ଟିମ ସହ ସନ୍ଧାନୀ କୁକୁର ପହଞ୍ଚି ଥିଲେ ମଧ୍ୟ କୌଣସି ସୁରାକ ମିଳି ନାହିଁ। ପରେ ଏସପି ରୁଷିକେଷ ଜ୍ଞାନଦେଓ ଖିଲାରୀ ପହଞ୍ଚି ତଦନ୍ତକୁ କଡ଼ାକଡ଼ି କରିବାକୁ ନିର୍ଦେଶ ଦେବା ସହ ଉପଯୁକ୍ତ ନ୍ୟାୟ ମିଳିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ପୋଲିସ ପ୍ରାଥମିକ ତଦନ୍ତ ପରେ ପ୍ରେମିକା, ପ୍ରେମିକାଙ୍କ ମାଆ, ବାପା ଓ କେତେକ ସମ୍ପର୍କୀୟ ଥାନାକୁ ନେଇ ପଚରାଉଚରା କରୁଛି। ଉକ୍ତ ଘଟଣାର ୧୩୫/୨୨ରେ ଉଦଳା ଥାନାରେ ଏକ ମାମଲା ରୁଜୁ ହୋଇଛି। ଆଜି ମୃତଦେହ ବ୍ୟବଚ୍ଛେଦ ହେବ, ରିପୋର୍ଟ ଆସିଲେ ସମସ୍ତ ଘଟଣା ଜଣାପଡିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

‘ତ୍ରିଲୋଚନଙ୍କ ବଳିଦାନକୁ ଓଡ଼ିଶା ପୋଲିସ ଭୁଲିବ ନାହିଁ’

ଭଞ୍ଜନଗର,୨।୪(ବାବୁଲା ପ୍ରଧାନ)-ଏପ୍ରିଲ ପହିଲାରେ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ପାଳନ ହେଉଛି। ଏହି ଅବସରରେ ଶହିଦ୍ ଯବାନମାନଙ୍କୁ ପୋଲିସ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି । ଏହିଭଳି ଗଞ୍ଜାମ…

ବରଗଡ଼ରେ ଧରପଗଡ଼, ଅତର୍କିତ ଚଢ଼ାଉ କରି ୧୮ ସାର ବ୍ରିକ୍ରେତାଙ୍କ ଲାଇସେନ୍ସ ରବ୍ଦ

ବରଗଡ଼,୪।୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ସାରବିକ୍ରିରେ କଳାବଜାର ତଥା ଅନ୍ୟ ଅନିୟମିତତା ନେଇ କୃଷି ବିଭାଗ ପକ୍ଷରୁ ଧରପଗଡ଼ ଆରମ୍ଭ ହୋଇଛି। ଏହି କ୍ରମରେ ବୁଧବାର ଓ…

ପୂର୍ବ ଶତ୍ରୁତାରୁ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ, ଜାମିନ ନାମଞ୍ଜୁର ପରେ ଅଭିଯୁକ୍ତ…

ଦିଗପହଣ୍ଡି, ୨।୪ (ଅଶେଷ ନାଥ ମିଶ୍ର): ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜଣେ ପଡୋଶୀଙ୍କୁ ମରଣାନ୍ତକ ଆକ୍ରମଣ କରିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ…

ଧରିତ୍ରୀ’ ପ୍ରଭାବ: ପଲିଥିନ୍ ତଳେ ଛଟପଟ ହାନ୍ଦୁଙ୍କୁ ମିଳିବ ସ୍ୱପ୍ନର ପକ୍କା ଘର, ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର, ୨। ୪(ଦୁର୍ଗା କୀର୍ତ୍ତି): ଅସହାୟଙ୍କ ସ୍ୱର ସାଜିଛି ‘ଧରିତ୍ରୀ’। ଖବର ପ୍ରସାରଣର ମାତ୍ର କିଛି ଦିନ ମଧ୍ୟରେ ପ୍ରଶାସନିକ ସ୍ତରରେ ଦେଖାଦେଇଥିବା ତ୍ୱରିତ ପଦକ୍ଷେପ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri