ମସଜିଦ୍‌ ନିକଟରେ ବଡ଼ ବିସ୍ଫୋରଣ

କରାଚି,୧୭।୫: କରାଚିର ଖରାଦର ଅଞ୍ଚଳରେ ଥିବା ନ୍ୟୁ ମେମୋନ ମସଜିଦ ନିକଟରେ ଏକ ବିସ୍ଫୋରଣ ଘଟିଛି। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅତିକମରେ ୧୦ ଜଣ ଆହତ ହୋଇଛନ୍ତି। ଖରାଦାର ଅଞ୍ଚଳରେ ଥିବା ବୋଲ୍ଟନ ମାର୍କେଟ ନିକଟରେ ଏହି ବିସ୍ଫୋରଣ ଘଟିଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଏହି ବିସ୍ଫୋରଣର କାରଣ ଖୋଜୁଛି। ପ୍ରାଥମିକ ଅନୁସନ୍ଧାନ ଅନୁଯାୟୀ, ବିସ୍ଫୋରଣର ଲକ୍ଷ୍ୟ ଏକ ପୋଲିସ ଗାଡି ବୋଲି କୁହାଯାଉଛି।
ଏହି ବିସ୍ଫୋରଣରେ ମୋଟରସାଇକେଲ, ରିକ୍ସା ଏବଂ ପୋଲିସ ମୋବାଇଲ କ୍ଷତିଗ୍ରସ୍ତ ହୋଇଛି। ଏହି ଫୁଟେଜରେ ଲୋକମାନେ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଥିବା ମଧ୍ୟ ଦେଖାଯାଇଛି। ଏଥି ସହ ବିସ୍ଫୋରଣରେ ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ଉପସ୍ଥିତ ଲୋକମାନେ କହିଥିଲେ ଯେ ବିସ୍ଫୋରଣ ଏତେ ଭୟଙ୍କର ଥିଲା ଯେ ଏହାର ଦୂର ଦୂରାନ୍ତରେ ଏହାର ଶବ୍ଦ ଶୁଣିବାକୁ ମିଳିଥିଲା।
ସୂଚନାଯୋଗ୍ୟ,ଏକ ସପ୍ତାହ ମଧ୍ୟରେ କରାଚିରେ ଏହା ହେଉଛି ଦ୍ୱିତୀୟ ବିସ୍ଫୋରଣ। ମେ ୧୩ ବିଳମ୍ବିତ ରାତିରେ କରାଚିରେ ଏକ ବୋମା ବିସ୍ଫୋରଣ ଏହି ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ପାଇଁ ବଡ଼ କଥା କହିଦେଲେ ନେପାଳର ନୂଆ ପ୍ରଧାନମନ୍ତ୍ରୀ

କାଠମାଣ୍ଡୁ,୨୮।୩: ନେପାଳର ନୂଆ ପ୍ରଧାନମନ୍ତ୍ରୀ ବାଲେନ୍ଦ୍ର ଶାହା ଶନିବାର ଦିନ କହିଛନ୍ତି ଯେ ସେ ‘ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ ଅଛନ୍ତି।’ ତାଙ୍କ…

ଥକି ପଡିଲେଣି ଇସ୍ରାଏଲୀ ସେନା? ଫସିଗଲେ କି ନେତାନ୍ୟାହୁ? ସର୍ଭେରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ

ଜେରୁଜେଲମ,୨୮।୩: ଇସ୍ରାଏଲୀ ସାମରିକ ବାହିନୀ ସମ୍ପର୍କରେ ଏକ ବଡ଼ ଚେତାବନୀ ସାମ୍ନାକୁ ଆସିଛି। ଦେଶର ମୁଖ୍ୟ କର୍ମଚାରୀ ଇୟାଲ ଜମିର ସରକାରଙ୍କୁ ସତର୍କ କରାଇ ଦେଇଛନ୍ତି ଯେ…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଯୁଦ୍ଧ ଭିତରେ ଭାରତ ପାଇଁ ଆସିଲା ଆଉ ଏକ ଖୁସି ଖବର

ନୂଆଦିଲ୍ଲୀ,୨୮।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ପରେ ମଧ୍ୟପ୍ରାଚ୍ୟରେ ପ୍ରବଳ ଉତ୍ତେଜନା ରହିଛି। ଫଳସ୍ବରୂପ, ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦିଆଯାଇଛି। ତଥାପି, ଇରାନ…

ଦୁଃଖ ବଖାଣିଲେ ବରୁଣ ଧାୱନ: ଝିଅ ଲାରାଙ୍କୁ ହୋଇଛି…

ଅଭିନେତା ବରୁଣ ଧାୱନ ଇଣ୍ଡଷ୍ଟ୍ରିର ସବୁଠାରୁ ନିର୍ଭରଯୋଗ୍ୟ ଅଭିନେତା ଭାବରେ ଉଭା ହୋଇଛନ୍ତି। ଆଜିକାଲି ସେ ତାଙ୍କର ବ୍ଲକବଷ୍ଟର ଓ୍ବାର୍‌ ଡ୍ରାମା ଫିଲ୍ମ ‘ବର୍ଡର ୨’ର ସଫଳତାରେ…

୧୪ ଦିନରେ ୪ କିଲୋ ଓଜନ ହ୍ରାସ, ହସ୍ପିଟାଲ୍‌ରେ ହ୍ରିତିକ୍‌ ରୋଶନଙ୍କ ଗର୍ଲଫ୍ରେଣ୍ଡ

ବଲିଉଡ ଅଭିନେତା ହ୍ରିତିକ ରୋଶନଙ୍କ ଗର୍ଲଫ୍ରେଣ୍ଡ ସବା ଆଜାଦ ଆଜିକାଲି କଷ୍ଟକର ପରିସ୍ଥିତି ଦେଇ ଗତି କରୁଛନ୍ତି। ସବା ସାଇକ୍ଲୋସ୍ପୋରା କାଏଟାନେନ୍ସିସ ନାମକ ଏକ ରୋଗର ଶିକାର…

ଯୁଦ୍ଧ ଭିତରେ ପୁଟିନ୍‌ଙ୍କ ବଡ଼ ଘୋଷଣା, ଏପ୍ରିଲ ୧ରୁ ପେଟ୍ରୋଲ ରପ୍ତାନୀ ବନ୍ଦ; ଭାରତକୁ ଝଟ୍‌କା!

ମସ୍କୋ,୨୮।୩: ଇରାନ, ଇସ୍ରାଏଲ ଏବଂ ଆମେରିକା ସହିତ ଜଡିତ ବିବାଦ ମଧ୍ୟରେ ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏବଂ ବିଶ୍ୱ ଅନିଶ୍ଚିତତା ଭିତରେ ରୁଷିଆ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି।…

ଯୁଦ୍ଧରୁ ବାହାରିବାକୁ ଛଟପଟ ହେଲାଣି ଆମେରିକା! ଜେଡି ଭାନ୍ସ ଏବଂ ନେତାନ୍ୟାହୁଙ୍କ ମଧ୍ୟରେ ବିବାଦ ଆରମ୍ଭ; ଟ୍ରମ୍ପଙ୍କୁ ଫସାଇଲା ଇସ୍ରାଏଲ

ଓ୍ବାଶିଂଟନ,୨୮।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ସମ୍ପର୍କରେ ଫାଟ ସୃଷ୍ଟି ହେବାର ରିପୋର୍ଟ ସାମ୍ନାକୁ ଆସିବା ଆରମ୍ଭ ହୋଇଛି। ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri