ବଢୁଛି ଅସନ୍ତୋଷ: ୧୮ରେ କୃଷକଙ୍କ ବିଶାଳ ସମାବେଶ

ବରଗଡ଼,୯।୧(ପ୍ରେମାନନ୍ଦ ଖମାରୀ):ବିଦ୍ୟୁତ କ୍ଷେତ୍ରର ଘରୋଇକରଣ, ଧାନ ବିକ୍ରି ସମସ୍ୟାକୁ ନେଇ କୃଷକ ମହଲରେ ଅସନ୍ତୋଷ ବଢିବାରେ ଲାଗିଛି। ଏହାକୁ ନେଇ ଆନ୍ଦୋଳନ ମୁଣ୍ଡ ଟେକିଛି। ଏହି କ୍ରମରେ ଜାନୁୟାରୀ ୧୮ ତାରିଖରେ ଭଟଲି ବ୍ଲକରେ ଜୟ କିଷାନ ଆନ୍ଦୋଳନ ତରଫରୁ ଏକ କୃଷକ ବିକ୍ଷୋଭ ସମାବେଶ କାର୍ଯ୍ୟକ୍ରମର ଆହ୍ବାନ ଦିଆଯାଇଛି।

ଭଟଲି ବ୍ଲକ ଅନ୍ତର୍ଗତ କେଶାଇପାଲି ମନ୍ଦିର ପ୍ରାଙ୍ଗଣରେ ରବିବାର ଜୟ କିଷାନ ଆନ୍ଦୋଳନର ଏକ କର୍ମୀ ସମ୍ମିଳନୀରେ ଏଭଳି ନିଷ୍ପତ୍ତି ନିଆଯାଇଛି। ଆନ୍ଦୋଳନର ବ୍ଲକ ସଭାପତି ମାନଭଞ୍ଜନ ପ୍ରଧାନ ଏଥିରେ ସଭାପତିତ୍ୱ କରିଥିଲେ। ଏହି ସମ୍ମିଳନୀରେ ଭଟଲି ବ୍ଲକର ପ୍ରାୟ ସମସ୍ତ ପଞ୍ଚାୟତରୁ କୃଷକମାନେ ଯୋଗ ଦେଇଥିଲେ।

ବିଜୁଳି କ୍ଷେତ୍ରର ଘରୋଇକରଣ, ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ଜୁଲୁମ୍‌, ଧାନ ବିକ୍ରି ସମସ୍ୟା ଉପରେ ବିଶଦ ଆଲୋଚନା କରାଯାଇଥିଲା। ପଡୋଶୀ ଛତିଶଗଡ଼ରେ କୃଷକ ପ୍ରତିବର୍ଷ ଧାନର ବୋନସ୍‌ ପାଇବା ସହ ଅତି ସୁରୁଖୁରୁରେ ଫସଲର ମୂଲ୍ୟ ପାଇପାରୁଥିବା ବେଳେ ଓଡିଶା ସରକାର ଏଯାଏ ଟଙ୍କାଟିଏ ମଧ୍ୟ ବୋନସ୍‌ ଦେଉନାହିଁ।

ଧାନ ବିକ୍ରି ବ୍ୟବସ୍ଥାକୁ ଦଲାଲ ଏବଂ ମିଲ୍‌ ମାଲିକଙ୍କ ହାତରେ ଟେକି ଦେଇଥିବା ଅଭିଯୋଗ ହୋଇଥିଲା। ଏପରି ପରିସ୍ଥିତିରେ କୃଷକ ସ୍ମାର୍ଟ ମିଟରରେ ବିଦ୍ୟୁତ୍‌ ବିଲ୍‌ ଦେଇ ଚାଷ କରିବା କଷ୍ଟକର ହୋଇଛି ବୋଲି ମତପ୍ରକାଶ ପାଇଥିଲା। ଏହାର ପ୍ରତିବାଦରେ ଆସନ୍ତା ୧୮ ତାରିଖରେ ଭଟଲି ତହସିଲ କାର୍ଯ୍ୟାଳୟଠାରେ ଏକ ବିକ୍ଷୋଭ ସମାବେଶ ଆଯୋଜନ କରିବା ପାଇଁ ସମ୍ମିଳନୀରେ ନିଷ୍ପତ୍ତି ନିଆଯାଇଥିଲା। ଏହି ବ୍ଲକସ୍ତରୀୟ କର୍ମୀ ସମ୍ମିଳନୀରେ ବରିଷ୍ଠ ଚାଷୀନେତା ତଥା ପଶ୍ଚିମ ଓଡିଶା କୃଷକ ସଙ୍ଗଠନ ସମନ୍ବୟ ସମିତିର ଆବାହକ ଲିଙ୍ଗରାଜ, ଜୟ କିଷାନ ଆନ୍ଦୋଳନର ଜିଲା ସଭାପତି ସୁଶୀଲ କୁମାର ସାହୁ, ସାଧାରଣ ସମ୍ପାଦକ ହର ବଣିଆ, ବିଜୟ ପ୍ରଧାନ, ସତ୍ୟବାନ ନାୟକ, ମନବୋଧ ନାୟକ, ଅକ୍ଷୟ ସାହୁ, ଦେବେନ୍ଦ୍ର ପ୍ରଧାନ, ଜନ୍ମେଜୟ ଠାକୁର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଗୋପେଶ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…

ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି।...

ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…

ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ...

କାର୍‌କୁ ଧକ୍କା ଦେଇ ଟ୍ରକ୍‌କୁ ପିଟିଲା ପିକ୍‌ଅପ୍‌: ୩ ଗୁରୁତର

ବାରିପଦା,୨୧ା୧: ଏନ୍‌ଏଚ୍‌ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍‌କୁ ଗୋଟିଏ ପିକ୍‌ଅପ୍‌ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍‌କୁ ଧକ୍କା ଦେଇଥିଲା ପିକ୍‌ଅପ୍‌।...

ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ

ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ...

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!

ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ...

ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି

ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ...

ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ...

ମୋଦି କ୍ୟାବିନେଟର ଦୁଇଟି ବଡ଼ ନିଷ୍ପତ୍ତି, ଅଟଳ ପେନସନ ପାଣ୍ଠିକୁ ମଞ୍ଜୁରୀ, ଦ୍ୱିତୀୟ ପ୍ରମୁଖ ନିଷ୍ପତ୍ତି ବିଷୟରେ ଜାଣନ୍ତୁ

ନୂଆଦିଲ୍ଲୀ,୨୧।୧: ମୋଦି କ୍ୟାବିନେଟ ବୁଧବାର (୨୧ ଜାନୁଆରୀ) ଦିନ ଭାରତୀୟ କ୍ଷୁଦ୍ର ଶିଳ୍ପ ବିକାଶ ବ୍ୟାଙ୍କକୁ ଇକ୍ୱିଟି ସହାୟତା ମଞ୍ଜୁର କରିଛନ୍ତି। ଏହା ଅଟଳ ପେନସନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri