ଟ୍ରାକ୍‌ରେ ହଠାତ୍‌ ଧସିଲା ବିରାଟକାୟ ପଥର, ଟ୍ରେନ୍‌ ଚଳାଚଳ ବନ୍ଦ

କୋରାପୁଟ,୨୩ା୧୦(ଅମିତାଭ ବେହେରା): କୋରାପୁଟ କିରଣ୍ଡଳ ରେଳ ଲାଇନର ମାଲିଗୁଡ଼ା ଷ୍ଟେଶନ ନିକଟରେ ପାହାଡ଼ରୁ ପଥର ଧସିଛି। ଗୁରୁବାର ଅପରାହ୍ନରେ ରେଳ ଧାରଣା ଉପରେ
ପଥର ଖଣ୍ଡ ଖସିପଡ଼ିଛି। ରେଳ ପଥରେ ରେଳ ଚଳାଚଳ ବନ୍ଦ ରହିଛି। କୋରାପୁଟ ଜୟପୁର ରେଳ ପଥର ମାଲିଗୁଡ଼ା-ଜରଟି ଷ୍ଟେଶନ ମଧ୍ୟରେ ୨୧୦ କିମି ନିକଟରେ ପାହାଡ଼ରୁ ପଥର ଧସି ରେଳ ଧାରଣା ଉପରେ ପଡ଼ିଛି। ଫଳରେ ଟ୍ରେନ୍‌ ଚଳାଚଳ ନେଇ ସମସ୍ୟା ଦେଖାଦେଇଛ। କୋରାପୁଟ ଷ୍ଟେଶନରୁ ସ୍ବତନ୍ତ୍ର ଉଦ୍ଧାରକାରୀ ଟିମ୍‌ ଘଟଣାସ୍ଥଳକୁ ଯାଇଛନ୍ତି। ରେଳଧାରଣାରୁ ପଥର ଓ ମାଟି ସଫା କରିବା ପରେ ହିଁ ରେଳ ଚଳାଚଳ କରିବ। କିରଣ୍ଡୁଲ ଅଭିମୁଖେ ଯାଉଥିବା 1VK ପାସେଞ୍ଜେର ଟ୍ରେନ୍‌ ଜରଟି ଷ୍ଟେଶନରେ ଅଟକି ରହିଛି।

ସେହିଭଳି ଜଗଦଲପୁରରୁ କୋରାପୁଟ ଅଭିମୁଖେ ଆସୁଥିବା ରାଉରକେଲା ଇଣ୍ଟରସିଟି ଏକ୍ସପ୍ରେସ ଟ୍ରେନ୍‌ ମାଲିଗୁଡା ଷ୍ଟେଶନରେ ଅଟକି ରହିଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହେବାରେ ବିଳମ୍ବ ଘଟିବ ବୋଲି ରେଳ କର୍ତ୍ତୃପକ୍ଷଙ୍କଠାରୁ ସୂଚନା ମିଳିଛି। ବାରମ୍ବାର ଏହି ସ୍ଥାନରେ ପଥର ଧସୁଥିବାରୁ ରେଳ ଚଳାଚଳରେ ପ୍ରତିବନ୍ଧକ ଘଟୁଛି। ରେଳଯାତ୍ରା ବ୍ୟାହତ ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହାତୀପଲଙ୍କୁ ଚିଡ଼ାଉଥିବା ବେଳେ ବାରଣ କରବାରୁ ବନ କର୍ମଚାରୀଙ୍କୁ ଆକ୍ରମଣ: ୫ ଜଣଙ୍କ ନାମରେ ମାମଲା, ୨ ଗିରଫ

କେନ୍ଦୁଝର/ପାଟଣା, ୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସଦର ରେଞ୍ଜ ସୀମାନ୍ତ ପଦ୍ମପୁର ସଂରକ୍ଷିତ ଜଙ୍ଗଲର ଜାମୁନାଳିଆ ଗାଁ ନିକଟରେ ଏକ…

ବଚସାରୁ ଗୋଡ଼ାଇ ଗୋଡ଼ାଇ କରିଥିଲେ ଆକ୍ରମଣ, ଜାମିନ ଖାରଜ ହେବାରୁ ଜେଲ ଗଲେ…

ଦିଗପହଣ୍ଡି, ୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରତାପଗିରି ଗ୍ରାମର ସୁନୀଲ ଗୌଡ଼ଙ୍କୁ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ପାଟପୁର ପୋଲିସ ଶନିବାର ଅଭିଯୁକ୍ତ…

ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଇତିହାସରେ ରଚିଲେ ପାରା ଆଥଲେଟ୍‌

ଗ୍ଲାସଗୋ,୧ା୮: ଭାରତୀୟ ପାରା ଆଥଲେଟ୍‌ମାନେ ଚଳିତ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ସେମାନଙ୍କ ଶ୍ରେଷ୍ଠ ପ୍ରଦର୍ଶନ କରିଛନ୍ତି। ୨୮ ଜଣିଆ ଭାରତୀୟ ପାରା ସ୍ପୋଟର୍‌ସ ଦଳ ୭ ପଦକ ଜିତିଛି,…

କେଜ୍‌ରିଓ୍ବାଲଙ୍କ ବଡ଼ ଘୋଷଣା, ୪ରେ ବାହାରିବେ ପଦଯାତ୍ରା

ନୂଆଦିଲ୍ଲୀ,୧ା୮: ଖାଣ୍ଟି ପେଟ୍ରୋଲ ଏବଂ ଇ୨୦ (୨୦% ଇଥାନଲ ମିଶ୍ରିତ ପେଟ୍ରୋଲ) ମଧ୍ୟରୁ ଗ୍ରାହକ ଗୋଟିଏକୁ ବାଛିବା ନିମନ୍ତେ ପେଟ୍ରୋଲ ପମ୍ପଗୁଡ଼ିକରେ ସରକାର ବିକଳ୍ପ ବ୍ୟବସ୍ଥା ରଖିବାକୁ…

ଘାସ, ଲତାରେ ଲୁଚିଗଲାଣି ୨ ମହଲା ପାଠାଗାର

ବଉଳା,୧ା୮(ଦୁର୍ଗାପ୍ରସାଦ ଆୟଚ): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ହାଟଡ଼ିହୀ ପଞ୍ଚାୟତ ମଠଡାହିଠାରେ ନିର୍ମିତ ବ୍ଲକ୍‌ସ୍ତରୀୟ ପାଠାଗାର ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ରକ୍ଷଣାବେକ୍ଷଣ ଅଭାବରୁ ଘାସ, ଲତାରେ ୨…

ଆନନ୍ଦପୁର ରିଙ୍ଗ୍ ବନ୍ଧ ଘାଇ ହୋଇ ବନ୍ୟା ବିପର୍ଯ୍ୟୟ: ସରକାର-ଜଳସମ୍ପଦ ବିଭାଗ ଉପରେ ବର୍ଷିଲେ ଜୟଦେବ ଜେନା

ଆନନ୍ଦପୁର, ୧।୮(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ରିଙ୍ଗ୍ ବନ୍ଧରେ ଘାଇ ସୃଷ୍ଟି ହୋଇ ବନ୍ୟା ବିପର୍ଯ୍ୟୟ ଘଟିବା ପରେ ଶନିବାର ଆନନ୍ଦପୁରରେ କଂଗ୍ରେସ ପକ୍ଷରୁ ଏକ…

ଆର୍ଯ୍ୟପଲ୍ଲୀରେ ପୁଣି କୂଳ ଲଙ୍ଘିଲା ସମୁଦ୍ର: ଲୀନ ହେଲା ଗ୍ରାମ ରାସ୍ତା-ମନ୍ଦିର, ସ୍ଥାୟୀ ପ୍ରତିକାର ଦାବିରେ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ପରିସ୍ଥିତିକୁ ନେଇ ଚିନ୍ତା ବଢ଼ିବାରେ ଲାଗିଥିବାବେଳେ ସ୍ଥାନୀୟ…

୭ ବର୍ଷର ଛାତ୍ରୀଙ୍କୁ ବଳାତ୍କାର, ଶିକ୍ଷକଙ୍କୁ ମିଳିଲା ଏହି ଦଣ୍ଡ, ଜାଣନ୍ତୁ…

କେନ୍ଦୁଝର,୧।୮(ନରେଶ ଚନ୍ଦ୍ର ପଟ୍ଟନାୟକ): ଜଣେ ୭ ବର୍ଷୀୟା ଛାତ୍ରୀଙ୍କୁ ବଳାତ୍କାର ମାମଲାରେ କୋଚିଂ ସେଣ୍ଟରର ଜଣେ ଶିକ୍ଷକଙ୍କୁ କଠୋର ଦଣ୍ଡାଦେଶ ଦେଇଛନ୍ତି ପୋସ୍କୋ ଅଦାଲତ । ଅତିରିକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri